Posted inଜାତୀୟ

ପାକିସ୍ତାନ ବନ୍ୟାରେ ପ୍ରଭାବିତଙ୍କୁ ସହାୟତା କରି ଭାରତ ବିରୋଧରେ ଜହର ଓଗାଳୁଛନ୍ତି ଜୈଶ୍‌-ଲଶ୍କର…

ନୂଆଦିଲ୍ଲୀ, ୧୮।୯ : ତେହେରିକ-ଇ-ତାଲିବାନ ପାକିସ୍ତାନ (ଟିଟିପି) ବିରୋଧରେ ଇସଲାମାବାଦ କଠୋର ଆଭିମୁଖ୍ୟ ନେଇ ସୂଚନା ଦେଇଛି। ତେବେ ଖାଇବର ପାସ୍ତୁନଖ୍ବା ଏବଂ ବାଲୁଚିସ୍ତାନରେ ଆତଙ୍କବାଦ ବିରୋଧୀ କାର୍ଯ୍ୟ ଜାରି ରଖିବାକୁ ଜୋର ଦେଇଥିବା ପାକିସ୍ତାନ ଭିତ୍ତିକ ଆତଙ୍କବାଦୀ ସଂଗଠନ ଜୈଶ-ଇ-ମହମ୍ମଦ (ଜେଏମ) ଏବଂ ଲଶ୍କର-ଇ -ତୋଏବା ନିକ କ୍ୟାଡରମାନଙ୍କୁ ଭାରତରେ ଅନୁପ୍ରବେଶ କରାଇବା ପାଇଁ ଉଦ୍ୟମ ଜାରି ରଖିଛି।
ପାକିସ୍ତାନର ଅର୍ଥନୀତି ତଳମୁହାଁ ହେବା ସହିତ ଦେଶରେ ରାଜନୈତିକ ସଙ୍କଟ ଜାରି ରହିଛି। କିନ୍ତୁ ଏଠାରେ ଆଶ୍ରୟ ନେଇଥିବା ଆତଙ୍କବାଦୀ ସଂଗଠନ ଜୈଶ୍‌ ଏବଂ ଲଶ୍କର ଭାରତ ବିରୋଧରେ ଜହର ଓଗାଳିବା ଜାରି ରଖିଛନ୍ତି।

କରାଚି, ଗୁଜରାନୱାଲା, ସିଆଲକୋଟ, ପେଶୱାର, ମୁଜାଫରବାଦ, କୋଟଲି, ନରୋୱାଲ, ଶାକରଗଡ ଇତ୍ୟାଦି ଜିଲା ସ୍ତରରେ ଆତଙ୍କବାଦୀ ସଂଗଠନରେ ଯୋଗଦେବାକୁ ଜେଏମ ଯୁବବର୍ଗଙ୍କୁ ଭ୍ରମିତ କରୁଛି।

ଅଗଷ୍ଟ ୫ ରୁ ୧୧ ମଧ୍ୟରେ, ଜେଏମ ପାକିସ୍ତାନ ଅଧିକୃତ ଜମ୍ମୁ-କଶ୍ମୀରର ବାଘ ଜିଲାର ଗଙ୍ଗା ଛୋଟିରେ ସାତ ଦିନିଆ ଦୌରା ତାରବିୟା ତାଲିମ ଶିବିର ଆୟୋଜନ କରିଥିଲା।

ଏହି ସମୟରେ, ବରିଷ୍ଠ ଲଶ୍କର ନେତାମାନେ ଜମାତ-ଉଦ-ଦାୱାର ମାରାକିଜ ଏବଂ ମଦ୍ରାସାଗୁଡ଼ିକରେ ସକ୍ରିୟ ଭାବରେ ଅଂଶଗ୍ରହଣ କରି ଭାରତ ଏବଂ ପାଶ୍ଚାତ୍ୟ ଦେଶ ବିରୁଦ୍ଧରେ ଷଡ଼ଯନ୍ତ୍ର କରିଥିଲେ। ସମ୍ପ୍ରତି ବନ୍ୟା ନାମରେ ଲଶ୍କର କାର୍ଯ୍ୟକର୍ତ୍ତାମାନେ ଦାନ ଅଭିଯାନ ଆରମ୍ଭ କରିଛନ୍ତି। ବନ୍ୟା ପ୍ରଭାବିତ ଅଞ୍ଚଳର ଲୋକଙ୍କୁ ସାହାଯ୍ୟ କରୁଥିବାବେଳେ, ସେମାନେ ନିଜ ମୌଳବାଦୀ ଚିନ୍ତାଧାରା ପ୍ରଚାର କରୁଛନ୍ତି। ଏହାକୁ ନେଇ ଅନ୍ତର୍ଜାତୀୟ ସ୍ତରରେ ଚିନ୍ତା ବଢ଼ିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓବିସି ବର୍ଗର ସବୁଠୁ ବଡ଼ ଶତ୍ରୁ ହେଉଛି କଂଗ୍ରେସ: ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୪ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର କଂଗ୍ରେସ ନେତୃତ୍ୱାଧୀନ କର୍ଣ୍ଣାଟକ ସରକାରଙ୍କ ମୁସଲିମ ସମ୍ପ୍ରଦାୟକୁ ରାଜ୍ୟ ଓବିସି ତାଲିକାରେ ଅନ୍ତର୍ଭୁକ୍ତ କରିବା ନିଷ୍ପତ୍ତିକୁ ସମାଲୋଚନା କରି...

ଏହି ଆସନରେ ନିଜର ପ୍ରାର୍ଥୀଙ୍କୁ ଭୋଟ୍‌ ନଦେବାକୁ ନିବେଦନ କରୁଛି କଂଗ୍ରେସ

ନୂଆଦିଲ୍ଲୀ,୨୪ା୪: ଦେଶରେ ଜାରି ରହିଥିବା ସାଧାରଣ ନିର୍ବାଚନକୁ ନେଇ ନାନା ରୋଚକ ଖବରମାନ ଦେଖିବାକୁ ମିଳୁଛି। ଏହାରି ମଧ୍ୟରେ ରାଜସ୍ଥାନରେ କଂଗ୍ରେସ ଏହାର ଏକ ପ୍ରାର୍ଥିଙ୍କୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଏହି ଆସନରୁ ନିର୍ବାଚନ ଲଢିବେ ଅଖିଳେଶ,ଗୁରୁବାର ପ୍ରାର୍ଥିପତ୍ର ଦାଖଲ

ଲକ୍ଷ୍ନୌ,୨୪।୪: ଏସପି ସୁପ୍ରିମୋ ଅଖିଲେଶ ଯାଦବ କନ୍ନୌଜ ଲୋକ ସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଗୁରୁବାର ମଧ୍ୟାହ୍ନ ୧୨ଟାରେ ନାମାଙ୍କନପତ୍ର ଦାଖଲ କରାଯିବ। ଏହାପୂର୍ବରୁ ଏସପି...

ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ

ମୁମ୍ବାଇ,୨୨ା୪: ମଙ୍ଗଳବାର ଅପରାହ୍ନରେ ମହାରାଷ୍ଟ୍ରର ୟବତମାଲରେ ଏକ ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ ହୋଇପଡିଛନ୍ତି। ଗଡକରୀ ଭାଜପାର ନାଗପୁର ପ୍ରାର୍ଥୀ ଭାବରେ...

ରେଳ ବିଭାଗର ବଡ଼ ଘୋଷଣା, ଏବେ ଆପଣଙ୍କୁ ମିଳିବ କନଫର୍ମ ଟିକେଟ୍‌

ନୂଆଦିଲ୍ଲୀ,୨୪।୪: ରେଳ ବିଭାଗର ବଡ଼ ଘୋଷଣା। ଟ୍ରେନ ଯାତ୍ରୀଙ୍କ ପାଇଁ ଆସିଲା ଖୁସି ଖବର । ଆଉ ଟ୍ରେନରେ ୱେଟିଂ କି ଆରଏସି ଟିକେଟ ଝାମେଲା...

ଭିଣୋଇ ଆସିଲେ ଘରର କାଗଜ ପତ୍ର ଲୁଚାଇ ଦେବେ, ରବର୍ଟ ଭଦ୍ରାଙ୍କୁ ଟାର୍ଗେଟ କଲେ ସ୍ମୃତି ଇରାନୀ

ନୂଆଦିଲ୍ଲୀ,୨୪।୪: ବୁଧବାର ଉତ୍ତର ପ୍ରଦେଶର ଆମେଠୀରେ ଏକ ନିର୍ବାଚନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରୁଥିବା ବେଳେ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ଗାନ୍ଧୀ ପରିବାରକୁ ଟାର୍ଗେଟ କରିଛନ୍ତି।...

ସନ୍ଦେହ ଆଧାରରେ ନିଷ୍ପତ୍ତି ଦିଆଯିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୪ା୪: ନିର୍ବାଚନ ଆୟୋଗଙ୍କ ସ୍ପଷ୍ଟୀକରଣ ପରେ ସୁପ୍ରିମକୋର୍ଟ ବୁଧବାର ଇଭିଏମ୍‌ ଭିଭିପାଟ ମାମଲାରେ ନିଜର ନିଷ୍ପତ୍ତି ସଂରକ୍ଷଣ କରିଛନ୍ତି ଏବଂ ସନ୍ଦେହ ଆଧାରରେ ଏହି ନିଷ୍ପତ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri