Posted inଜାତୀୟ

ଏନ୍‌କାଉଣ୍ଟରରେ ଜୈଶ୍‌ ଆତଙ୍କବାଦୀ ଲମ୍ବୁ ନିହତ…

ଶ୍ରୀନଗର,୩୧।୭: ଜୈଶ-ଇ-ମହମ୍ମଦର ଜଣେ ବରିଷ୍ଠ ଆତଙ୍କବାଦୀଙ୍କୁ ଏନ୍‌କାଉଣ୍ଟର କରି ମିଳିତ ସୁରକ୍ଷାକର୍ମୀ ପୁଲୱାମା ଆକ୍ରମଣର ପ୍ରତିଶୋଧ ନେଇଛନ୍ତି। ପୁଲୱାମା ଆକ୍ରମଣରେ ସାମିଲ୍‌ ଥିବା ପାକିସ୍ତାନୀ ଆତଙ୍କବାଦୀଙ୍କର ଜମ୍ମୁ-କଶ୍ମୀରର ପୁଲୱାମା ଜିଲାରେ ଏକ ଏନ୍‌କାଉଣ୍ଟରରେ ମୃତ୍ୟୁ ଘଟିଛି। ଏନେଇ ଶନିବାର କଶ୍ମୀର ଜୋନ୍‌ ପୋଲିସ ପକ୍ଷରୁୂ ସୂଚନା ଦିଆଯାଇଛି। ଅବୁ ସୈଫୁଲା ନାମକ ଏହି ଆତଙ୍କବାଦୀ ଅଦନନ,ଇସମାଇଲ ଏବଂ ଲମ୍ବୁ ନାମରେ ମଧ୍ୟ ଜଣାଶୁଣା ଥିବା ପୋଲିସ କହିଛି। ସେ ୨୦୧୭ଠାରୁ ଜମ୍ମୁ-କଶ୍ମୀରରେ ସକ୍ରିୟ ଥିଲେ। ପୁଲୱାମା ଜିଲାର ତ୍ରାଲ ଅଞ୍ଚଳର ହଙ୍ଗଲମର୍ଗରେ ହୋଇଥିବା ଏନକାଉଣ୍ଟରରେ ଅନ୍ୟ ଜଣେ ଆତଙ୍କବାଦୀଙ୍କ ସହିତ ଲମ୍ବୁ ନିତ ହୋଇଛନ୍ତି। ଲମ୍ବୁ ଆତଙ୍କବାଦୀ ମାସୁଦ ଅଜହରଙ୍କର ଘନିଷ୍ଠ ଥିଲେ।
୨୦୧୯ ଫେବୃଆରୀ ୧୪ରେ ପୁଲୱାମାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ସମେତ ଅନ୍ୟାନ୍ୟ ଆକ୍ରମଣରେ ଲମ୍ବୁ ଜଡିତ ଥିଲେ। ପାକିସ୍ତାନୀ ଆତଙ୍କବାଦୀ ରାଉଫ ଅଜହର, ମୌଲାନା ମାସୁଦ ଅଜହର ଏବଂ ଅମ୍ମାରଙ୍କର ଜଣେ ସହଯୋଗୀ ଥିଲେ। ଲମ୍ବୁ ଜଣେ ଆଇଇଡି ବିଶେଷଜ୍ଞ ଥିଲେ। ତାଲିବାନ ଆତଙ୍କବାଦୀ ସଂଗଠନ ସହିତ ତାଙ୍କର ସମ୍ପର୍କ ରହିଥିଲା। ମୃତ ଦ୍ୱିତୀୟ ଆତଙ୍କବାଦୀଙ୍କ ପରିଚୟ ଏପର୍ଯ୍ୟନ୍ତ ଜଣାପଡିନାହିଁ। ନିହତ ଆତଙ୍କବାଦୀଙ୍କ ନିକଟରୁ ଏମ-୪ ରାଇଫଲ, ଏକେ-୪୭ ରାଇଫଲ, ଗ୍ଲକ ପିସ୍ତଲ ଏବଂ ଏକ ଅନ୍ୟ ପିସ୍ତଲ ଜବତ ହୋଇଛି। ସୂଚନାଯୋଗ୍ୟ, ଚଳିତ ବର୍ଷ ଜାନୁଆରୀରୁ ଇତି ମଧ୍ୟରେ ଜମ୍ମୁ-କଶ୍ମୀରରେ ସୁରକ୍ଷା ବାହିନୀ ୮୭ ଆତଙ୍କବାଦୀଙ୍କୁ ଏନ୍‌କାଉଣ୍ଟର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିରିଡା ପୋଲ ଉପରୁ ୪୦ ଫୁଟ ତଳକୁ ଡେଇଁ ପଡ଼ିଲେ ମହିଳା, ତାପରେ…

ଉଦଳା,୧୧।୨(ସନ୍ତୋଷ କୁମାର ବାଚ୍ଛିନୀ): ପୋଲ ଉପରୁ ନଦୀକୁ ଡେଇଁ ପଡିଲେ ମହିଳା। ନଦୀରେ ଥିବା ମାଛ ଧରାଳି ତାଙ୍କୁ ଉଦ୍ଧାର କରିଛନ୍ତି । ଏଭଳି ଘଟଣା ଘଟିଛି…

ଗୁଗ୍‌ଲକୁ ପଚାରିଲେ ଚୋରି କରିବାର ଉପାୟ, ଲୁଟେରା ପରେ ଯାହା କଲେ ଜାଣିଲେ…

ଜୟପୁର,୧୧ା୨: ଅନେକ ସମୟରେ ସୋସିଆଲ ମିଡିଆରେ ଭାଇରାଲ ହେଉଥିବା କାହାଣୀଗୁଡ଼ିକ ସିଧାସଳଖ କୌଣସି ଫିଲ୍ମର ସିନ୍‌ ପରି ମନେହୁଏ। ଜୟପୁରରଏକି ଚୋରି ଘଟଣା ଠିକ୍‌ ଫିଲ୍ମର କାହାଣୀ…

ଟି-୨୦ ବିଶ୍ୱକପ୍: ଆହତ ହେଲେ ଅଷ୍ଟ୍ରେଲିଆ ଅଧିନାୟକ, ଷ୍ଟିଭ୍ ସ୍ମିଥ୍‌ଙ୍କୁ ମିଳିଲା ସୁଯୋଗ

ନୂଆଦିଲ୍ଲୀ,୧୧।୨: ଟି-୨୦ ବିଶ୍ୱକପ୍‌ରେ ଅଷ୍ଟ୍ରେଲିଆର ଅସୁବିଧା ଥମିବାର ନାଁ ନେଉନାହିଁ। ଜସ୍ ହାଜେଲଉଡ୍ ଏବଂ ପ୍ୟାଟ୍ କୁମିନ୍ସ ଆଗରୁ ଆହତ ଥିବାବେଳେ ଏବେ ଅଧିନାୟକ ମିଚେଲ ମାର୍ଶ…

ଭାରତ-ପାକିସ୍ତାନ ମ୍ୟାଚ ପୂର୍ବରୁ ଭାରତୀୟ ଟିମରେ ଖେଳିଗଲା ଖୁସିର ଲହରି!

ନୂଆଦିଲ୍ଲୀ,୧୧।୨: ଭାରତୀୟ ଦଳ ଗୁରୁବାର T20 ବିଶ୍ୱକପ 2026 ରେ ନାମ୍ବିଆର ମୁକାବିଲା କରିବ। ତା’ପରେ ଭାରତୀୟ ଦଳ ଫେବୃଆରୀ ୧୫ରେ ପାକିସ୍ତାନ ସହିତ ମୁକାବିଲା କରିବ।…

ଝାଡ଼େଶ୍ୱର ବାବାଙ୍କୁ ଜଳ ଅର୍ପଣ କଲେ ଗାୟକ ସୋନୁ ନିଗମ, ବିମାନବନ୍ଦରରୁ…

ଝାରସୁଗୁଡା,୧୧।୨(ଆଶିଷ ରଞ୍ଜନ ଦାଶ): ହିନ୍ଦୀ ସହିତ ବିଭିନ୍ନ ଭାଷାରେ ଲୋକପ୍ରିୟ ଭଜନ, ଦେଶାତ୍ମବୋଧକ ତଥା ପ୍ରସିଦ୍ଧ ଚଳଚ୍ଚିତ୍ରରେ ଗୀତ ଗାଇଥିବା ପ୍ରସିଦ୍ଧ ଗାୟକ ସୋନୁ ନିଗମ ବୁଧବାର…

ଥାଇଲ୍ୟାଣ୍ଡ ସ୍କୁଲରେ ଫୁଟିଲା ଗୁଳି, ବହୁ ପରିଶ୍ରମ ପରେ ବନ୍ଧୁକଧାରୀଙ୍କୁ ଧରିଲା ପୋଲିସ

ବ୍ୟାଙ୍କକ,୧୧।୨: ବୁଧବାର ସାରେ ଥାଇଲ୍ୟାଣ୍ଡର ଦକ୍ଷିଣ ପ୍ରଦେଶ ସୋଙ୍ଗ୍ଖଲାର ଏକ ସ୍କୁଲରେ ଗୁଳି ଚଳାଇ ଅନେକ ଛାତ୍ର ଏବଂ ଶିକ୍ଷକଙ୍କୁ ବନ୍ଧକ କରିନେଇଛନ୍ତି। ସ୍ଥାନୀୟ କର୍ତ୍ତୃପକ୍ଷ ସୋସିଆଲ…

ଷ୍ଟ୍ରବେରୀ ତୋଳିଲେ ଉପମୁଖ୍ୟମନ୍ତ୍ରୀ, ସ୍ବୟଂ ସହାୟିକା ଗୋଷ୍ଠୀର ପ୍ରୟାସକୁ ପ୍ରଶଂସା କରି କହିଲେ…

ଦାରିଙ୍ଗବାଡ଼ି,୧୧ା୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡି ଅଞ୍ଚଳ ଏକ ପର୍ଯ୍ୟଟନକ୍ଷେତ୍ର ଭାବେ ଦେଶ ଓ ଦେଶ ବାହାରେ ପରିଚିତ। ପୂର୍ବରୁ ଜୈବିକ ପଦ୍ଧତିରେ ଚାଷ ହୋଇଥିବା କଫି…

କନକ ବର୍ଦ୍ଧନ ସିଂଦେଓଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି, ନିର୍ବାଚନୀ ମାମଲା ଉପରେ ରୋକ…

କଟକ,୧୧।୨:  କନକ ବର୍ଦ୍ଧନ ସିଂଦେଓଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି । ତାଙ୍କ ବିରୋଧରେ ହାଇକୋର୍ଟରେ ଚାଲିଥିବା ନିର୍ବାଚନୀ ମାମଲା ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ । ଏହା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri