Posted inଜାତୀୟ

ଅଧରାତିରେ ଜୟଶଙ୍କରଙ୍କୁ ଫୋନ କରି ଏମିତି କହିଥିଲେ ପ୍ରଧାନମନ୍ତ୍ରୀ ମୋଦି

ନ୍ୟୁୟର୍କ,୨୩।୯: ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ. ଜୟଶଙ୍କର ନ୍ୟୁୟର୍କରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ତାଙ୍କର ଏକ ରୋଚକ ଘଟଣା ଶେୟାର କରିଥିଲେ। ‘ମୋଦୀ @ ୨୦: ଡ୍ରିମ୍ସ ମିଟ ଡେଲିଭରି’ ପୁସ୍ତକ ଉପରେ  ଆଲୋଚନା ବେଳେ ପ୍ରଧାନମନ୍ତ୍ରୀ ମୋଦି ଏକ ପରିବର୍ତ୍ତନ ଆଣି ପାରିବେ କି ନାହିଁ ପ୍ରଶ୍ନରେ ଜୟଶଙ୍କର କହିଛନ୍ତି, ପ୍ରଧାନମନ୍ତ୍ରୀ ନିଜେ ଏକ ପରିବର୍ତ୍ତନର ଫଳାଫଳ। ତାଙ୍କ ପରି ଜଣେ ବ୍ୟକ୍ତି ଭାରତର ପ୍ରଧାନମନ୍ତ୍ରୀ ହୋଇଛନ୍ତି, ଏହା ଦର୍ଶାଉଛି ଯେ ଦେଶରେ କେତେ ପରିବର୍ତ୍ତନ ହୋଇଛି। ଯେତେବେଳେ ଆଫଗାନିସ୍ତାନ ତାଲିବାନ ଦ୍ୱାରା କବ୍‌ଜା ହୋଇଥିଲା ସେତେବେଳେ ଭାରତୀୟ ଛାତ୍ରୀଛାତ୍ରମାନଙ୍କୁ ସେଠାରୁ ଆଣିବା ପାଇଁ ଏକ ଅଭିଯାନ ଚାଲିଥିଲା। ପ୍ରଧାନମନ୍ତ୍ରୀ ମୋଦି ମୋତେ ମଧ୍ୟରାତ୍ରିରେ ଫୋନ କରି ସିଧାସଳଖ ପଚାରିଲେ, ଆପଣ ଜାଗ୍ରତ ଅଛନ୍ତି କି? ମୁଁ ଉତ୍ତର ହଁ ଦେଲି। ଏହା ପରେ ପ୍ରଧାନମନ୍ତ୍ରୀ ପଚାରିଲେ, ଆପଣ ଟିଭି ଦେଖୁଛନ୍ତି କି, ସେଠାରେ କ’ଣ ଘଟୁଛି? ଏହାର ଉତ୍ତରରେ ମୁଁ କହିଲି ଯେ ସହାୟତା ଅଳ୍ପ ସମୟ ମଧ୍ୟରେ ପହଞ୍ଚିବ। ଯେତେବେଳେ ସହାୟତା ପହଞ୍ଚିଯିବ, ମୋତେ ଫୋନ କରିବ। ମୁଁ କହିଲି ସାର୍‌, ଆଉ ଦୁଇରୁ ତିନି ଘଣ୍ଟା ଲାଗିବ। ଏହା ସରିବା ପରେ ପିଏମଓକୁ ଜଣାଇଦେବି। ଏହା ପରେ ପ୍ରଧାନମନ୍ତ୍ରୀ ଜୋରରେ କହିଥିଲେ, ନା, ମୋତେ ସିଧାସଳଖ ଫୋନ କରିବ। କୌଣସି ପ୍ରଧାନମନ୍ତ୍ରୀଙ୍କ ଠାରେ ଏହା ଏକ ନିଆରା ଗୁଣ ବୋଲି ଜୟଶଙ୍କର କହିଛନ୍ତି।
ସୂଚନାଯୋଗ୍ୟ, ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ଆଇବିଏସଏସର ତ୍ରିପାକ୍ଷିକ ମନ୍ତ୍ରୀ ଆୟୋଗର ଦଶମ ବୈଠକରେ ଯୋଗ ଦେଇଥିଲେ। ସେ ଆଇବିଏସଏସର ପ୍ରକ୍ରିୟା ସମୀକ୍ଷା କରିଥିଲେ ଏବଂ ଏହାର କାର୍ଯ୍ୟକୁ ପ୍ରଶଂସା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri