ୟୁଏନ୍‌ଜିଏରେ ପାକିସ୍ତାନକୁ ନିନ୍ଦାକଲେ ଜୟଶଙ୍କର, କହିଲେ କ୍ରମାଗତ ଆତଙ୍କବାଦ ଚଳାଉଥିବା ଦେଶର…

ଜାତିସଂଘ,୨୮ା୯(ପି.ଟି.): ଜାତିସଂଘ ସାଧାରଣ ସଭା (ୟୁଏନ୍‌ଜିଏ)ରେ ଶନିବାର ଭାରତ ପାକିସ୍ତାନକୁ କଡ଼ା ସମାଲୋଚନା କରିଛି। ଆତଙ୍କବାଦକୁ ସ୍ବାଭାବିକ ରୂପ ଦେବା ଏବଂ ଏହାର ପ୍ରଭାବରୁ ରକ୍ଷା ପାଇବା ପାଇଁ କ୍ରମାଗତ ଭାବେ ଆତଙ୍କବାଦୀ କାର୍ଯ୍ୟକଳାପ ଚଳାଇଥିବା ବ୍ୟକ୍ତି ବା ଦେଶର ଯୁକ୍ତି ଗ୍ରହଣଯୋଗ୍ୟ ନୁହେଁ ବୋଲି ଭାରତର ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ଜାତିସଂଘ ସାଧାରଣ ସଭାର ୮୧ତମ ଅଧିବେଶନରେ ଉଦ୍‌ବୋଧନ ଦେଇ କହିଛନ୍ତି। ପାକିସ୍ତାନ କିମ୍ବା ଏହାର ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ୍‌ଙ୍କ ନାଁ ନ ନେଇ ଜୟଶଙ୍କର କହିଥିଲେ, ଶୁକ୍ରବାର ଏଠାରେ ଆତଙ୍କବାଦକୁ ଗ୍ରହଣୀୟ ବୋଲି ଦର୍ଶାଇବା ଏବଂ ଏହାର କୁପରିଣାମରୁ ବର୍ତ୍ତିବା ପାଇଁ ଯୁକ୍ତି ଉପସ୍ଥାପନ କରାଯାଉଥିଲା। ବନ୍ଧୁତା ଓ ସଦ୍ଦିଚ୍ଛା ଆତଙ୍କବାଦ ସହ ଏକାଠି ରହିପାରିବ ନାହିଁ ବୋଲି ଜୟଶଙ୍କର କହିଛନ୍ତି।
ଜୟଶଙ୍କର ବିଶ୍ୱ ନେତାମାନଙ୍କୁ କହିଛନ୍ତି, ଆତଙ୍କବାଦର ବିଭୀଷିକା ଶାନ୍ତି ପ୍ରତି ଏକ ନିରନ୍ତର ବିପଦ। ଏହା ରାଷ୍ଟ୍ର ପ୍ରାୟୋଜିତ ହୋଇପାରେ, ଯାହାର ସୀମାପାର ଉଦ୍ଦେଶ୍ୟ ରହିଛି, ତାହା ବିଶ୍ୱ ବ୍ୟବସ୍ଥା ପ୍ରତି ପ୍ରତ୍ୟକ୍ଷ ଆହ୍ବାନ। ଏଭଳି କାର୍ଯ୍ୟରେ ସମ୍ପୃକ୍ତ ଥିବା ସରକାରଗୁଡ଼ିକୁ ଉତ୍ତରଦାୟୀ କରାଯାଉ। ଆତଙ୍କବାଦ ପ୍ରତି ଶୂନ-ସହନଶୀଳତା ଆଭିମୁଖ୍ୟରେ କୋହଳ କରା ନ ଯାଉ ବୋଲି ସେ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହୋମ୍‌ଷ୍ଟେରୁ ମିଳିଲା ପ୍ରେମିକାଙ୍କ ମୃତଦେହ, ପ୍ରେମିକଙ୍କୁ ଅଟକ ରଖି…

ଗୁଆହାଟି,୨୮।୯: ଗୌହାଟୀ ବିଶ୍ୱବିଦ୍ୟାଳୟର ସମାଜଶାସ୍ତ୍ର ବିଭାଗର ଜଣେ ୨୧ ବର୍ଷୀୟା ଛାତ୍ରୀ ନିମିଷା ଠାକୁରିଆଙ୍କୁ ଗାରାଲ-ଧାରାପୁର ଅଞ୍ଚଳର ଏକ ହୋମ୍‌ଷ୍ଟେରୁ ମୃତ ଅବସ୍ଥାରେ ଉଦ୍ଧାର କରାଯାଇଛି। ଏହି…

ଦକ୍ଷିଣ ଆଫ୍ରିକାରେ ଗୁଳିକାଣ୍ଡ: ୨୭ ମୃତ

କେପ୍‌ ଟାଉନ୍‌,୨୮ା୯: ଦକ୍ଷିଣ ଆଫ୍ରିକୀୟ ସହରରେ ୨ଟି ଗୁଳିକାଣ୍ଡ ଘଟଣାରେ ଅନୂ୍ୟନ ୨୭ ଜଣଙ୍କ ମୃତ୍ୟୁ ହୋଇଛି। ପ୍ରଥମ ଘଟଣା ଶନିବାର ରାତିରେ ଜୋହାନ୍ସବର୍ଗ ନିକଟରେ ଥିବା…

ବାରଣ୍ଡାରେ ଚାଲିଛି ରୋଷେଇ, ମଧ୍ୟାହ୍ନଭୋଜନ ପାଇଁ ରାସ୍ତା ପାର ହେଉଛନ୍ତି ପିଲା

ନୟାଗଡ଼,୨୮ା୯(ଲୋକନାଥ ମିଶ୍ର): ଗୁଣାତ୍ମକ ଶିକ୍ଷାଦାନ ପାଇଁ ସରକାର ବିପୁଳ ଅର୍ଥ ଖର୍ଚ୍ଚ କରୁଥିଲେ ମଧ୍ୟ ଅନେକ ସ୍ଥାନରେ ଅସଜଡା ଭିତ୍ତିଭୂମିରେ ପରିବର୍ତ୍ତନ ଆସୁନାହିଁ। ଏପରି କି ଶୈକ୍ଷିକ…

କିଡ୍‌ନୀ ଖରାପ ହେଲେ ଆରମ୍ଭରୁ ଦେଖାଦିଏ ଏସବୁ ଲକ୍ଷଣ…

ଆମ ଶରୀରର ଏକ ମୁଖ୍ୟ ଓ ଦରକାରୀ ଅଙ୍ଗ ହେଉଛି କିଡ୍‌ନୀ। ଶରୀରରେ ପ୍ରଭାବିତ ହେଉଥିବା ରକ୍ତକୁ ଏହା ବିଶୋଧନ କରି, ଅଦରକାରୀ ତତ୍ତ୍ୱକୁ ନିଷ୍କାସନ କରିଥାଏ।…

ସାବାଡ଼ ହେବେ ଅମାନିଆ: ଗାଜଲବାଡ଼ି ଘାଟିରେ ଲାଗିବ ଓଭରହେଡ୍‌ ବ୍ୟାରିଅର, ଭାରୀଯାନ ଚଳାଚଳ କଲେ…

ଦାରିଙ୍ଗବାଡ଼ି,୨୮ା୯(ଅରୁଣ ସାହୁ): କନ୍ଧମାଳ ଓ ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା ଗାଜଲବାଡ଼ି ଘାଟି ରାସ୍ତାର କନ୍ଧମାଳ ଜିଲା ସୀମାନ୍ତ ବାଇମାଲା ଏବଂ ଗଞ୍ଜାମ ଜିଲା ସୋରଡ଼ା ବ୍ଲକ…

ଏଇ ଭାରତରେ

ଝାଡ଼ଖଣ୍ଡର ଚିତ୍ରଶିଳ୍ପୀ ପ୍ରକାଶ ଶାହ ମେଟାଲ, ପ୍ଲାଷ୍ଟିକ ଏବଂ ଶିଳ୍ପଜାତ ବର୍ଜ୍ୟକୁ ଆକର୍ଷଣୀୟ ପବ୍ଲିକ ଆର୍ଟରେ ପରିଣତ କରୁଛନ୍ତି। ସେ ସାହିବଗଞ୍ଜରେ ଓ୍ବେଷ୍ଟ ଟୁ ଓ୍ବଣ୍ଡର ପାର୍କ…

ରକ୍ତତୀର୍ଥ ଇରମ

ସାରା ଦେଶରେ ସ୍ବାଧୀନତା ପାଇଁ ଯେଉଁ ଆନ୍ଦୋଳନ ଆରମ୍ଭ ହେଲା ସେଥିରେ ଅନେକ ହଜାର କ୍ରାନ୍ତିକାରୀ ଯୋଗଦେଇ କାରାବରଣ କରିଥିଲେ। ଓଡ଼ିଶାରେ ଏହି ଆନ୍ଦୋଳନର ନେତୃତ୍ୱ ନେଇଥିଲେ…

ରାଷ୍ଟ୍ର ନିର୍ମାଣ ପ୍ରତି ସମର୍ପିତ ଜଣେ ମହାପୁରୁଷ

ଖୁବ୍‌ ସୁନ୍ଦର ଉକ୍ତିଟିଏ ଅଛି, ”ବୃକ୍ଷ କବହୁଁ ନହିଁ ଫଲ ଭଖୈ, ନଦୀ ନ ସଂଚୈ ନୀର୍‌। ପରମାରଥ କେ କାରନେ, ସାଧୁନ ଧରା ଶରୀର।“ ଏହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?