ବାଲିରେ ଜୟଶଙ୍କର-ଓ୍ବାଙ୍ଗ ଭେଟ…

ବାଲି, ୭।୭ : ଭାରତ ଏବଂ ଚୀନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌.ଜୟଶଙ୍କର ଗୁରୁବାର ଇଣ୍ଡୋନେସିଆର ବାଲିରେ ଚାଇନା ବୈଦେଶିକ ମନ୍ତ୍ରୀ ୱାଙ୍ଗ ୟିଙ୍କୁ ଭେଟିଛନ୍ତି। ତାଙ୍କ ସହ ଆଲୋଚନା ସମୟରେ ଜୟଶଙ୍କର ସୀମା ସ୍ଥିତି, ଚାଇନାର ଭାରତୀୟ ଛାତ୍ର ଏବଂ ବିମାନ ଉପରେ ପ୍ରତିବନ୍ଧକ ବିଷୟରେ କହିଛନ୍ତି।

ବାଲିରେ ଅନୁଷ୍ଠିତ ଜି -୨୦ ଦେଶର ବୈଦେଶିକ ମନ୍ତ୍ରୀଙ୍କ ବୈଠକରେ ଜୟଶଙ୍କର ଏବଂ ଓ୍ବାଙ୍ଗଙ୍କ ମଧ୍ୟରେ ଏହି ଆଲୋଚନା ଅନୁଷ୍ଠିତ ହୋଇଥିଲା। ଜୟଶଙ୍କର ଟୁଇଟ କରି କହିଛନ୍ତି, ’ଆଜି ବାଲିରେ ମୁଁ ଚୀନ ବୈଦେଶିକ ମନ୍ତ୍ରୀ ୱାଙ୍ଗ ୟିଙ୍କ ସାକ୍ଷାତରୁ ଦିନ ଆରମ୍ଭ କଲି। ପ୍ରାୟ ଏକ ଘଣ୍ଟା ଧରି ଆଲୋଚନା ଚାଲିଥିଲା। ଏଥିରେ ସୀମା ପରିସ୍ଥିତି ସମେତ ସମସ୍ତ ବିଚାରାଧୀନ ପ୍ରସଙ୍ଗ ଉପରେ ଆଲୋଚନା କରାଯାଇଥିଲା। ମୁଁ ଅନ୍ୟାନ୍ୟ ପ୍ରସଙ୍ଗ ମଧ୍ୟରେ ଛାତ୍ର ଏବଂ ଉଡ଼ାଣ ପ୍ରସଙ୍ଗ ଉଠାଇଥିଲି। ଅନ୍ତର୍ଜାତୀୟ ପରିସ୍ଥିତି ଏବଂ ଜି -୨୦ ବୈଠକରେ ଏହାର ପ୍ରଭାବ ଉପରେ ମଧ୍ୟ ଆଲୋଚନା କରାଯାଇଥିଲା ବୋଲି ସେ କହିଛନ୍ତି।

ସୂଚନାଯୋଗ୍ୟ, ଚଳିତ ବର୍ଷ ମେ ମାସରେ ଭାରତ ଏବଂ ଚାଇନା ସୀମା ବିବାଦ ଉପରେ ଆଲୋଚନା କରିଥିଲେ। ବରିଷ୍ଠ କମାଣ୍ଡରଙ୍କ ପରବର୍ତ୍ତୀ ରାଉଣ୍ଡ ବୈଠକ ଶୀଘ୍ର ଆୟୋଜନ କରିବାକୁ ନିଷ୍ପତ୍ତି ନେଇଥିଲେ।
୨୦୨୦ରେ ଲଦାଖର ଗଲଓ୍ବାନ ଘାଟିରେ ସଂଘର୍ଷ ପରେ ସୃଷ୍ଟି ହୋଇଥିବା ବିବାଦର ସମାଧାନ ପାଇଁ ଉଭୟ ପକ୍ଷଙ୍କ ମଧ୍ୟରେ ବହୁ ରାଉଣ୍ଡ ସାମରିକ ଏବଂ କୂଟନୈତିକ ଆଲୋଚନା ହୋଇଛି। କିନ୍ତୁ ସେନା ପ୍ରତ୍ୟାହାର କେବଳ କିଛି ସୀମା ପଏଣ୍ଟରୁ କରାଯାଇଛି। ସମ୍ପୂର୍ଣ୍ଣ ସାମରିକ ପ୍ରତ୍ୟାହାରକୁ ନେଇ ଏବେ ମଧ୍ୟ ସମସ୍ୟା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Petrol-Diesel Price Hike: ଗ୍ରାହକଙ୍କୁ ଜୋରଦାର ଝଟକା, ୧୦ ଦିନରେ ପୁଣିଥରେ ବଢିଳା ତୈଳ ଦର

ନୂଆଦିଲ୍ଲୀ,୨୫।୫: ଆଜି ଅର୍ଥାତ ସୋମବାର ଦେଶରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ପୁଣି ଥରେ ବୃଦ୍ଧି ପାଇଛି। ୨୫ ମଇ, ୨୦୨୬ ସକାଳ ୬ଟାରୁ ନୂଆ ଦର…

ଦିଲ୍ଲୀରେ ଏକ ଲାଇଭ୍ ଇଭେଣ୍ଟରେ ରୁବିଓଙ୍କୁ ଫୋନ କଲେ ଟ୍ରମ୍ପ, କହିଲେ I Love ମୋଦି

ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ବର୍ତ୍ତମାନ ଭାରତରେ ଅଛନ୍ତି । ରବିବାର ଦିନ ମାର୍କୋ ରୁବିଓ ଦିଲ୍ଲୀରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଭାରତରେ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଜଙ୍ଗଲରେ ପଡ଼ିଛି ଦନ୍ତାହାତୀର ମୃତଦେହ, ଅନ୍ୟ ହାତୀ ସହ ଲଢ଼େଇ କରି…

ଲାଞ୍ଜିଗଡ଼/ଭବାନୀପାଟଣା,୨୪।୫(ରମେଶ ଚନ୍ଦ୍ର ନାୟକ,ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ କମର୍ଦ୍ଧା ଗାଁ ପୋଖରୀ ଉପରେ ଥିବା ପୋରଙ୍ଗଲ…

ବଲାଙ୍ଗୀରରୁ ବରଗଡ଼କୁ ହେଉଥିଲା କଫସିରପ ଚାଲାଣ, ୭୩୩ ବୋତଲ ଜବତ କଲା ଗାଇସିଲେଟ୍‌ ପୋଲିସ

ବରଗଡ଼/ଗାଇସିଲେଟ୍‌,୨୪।୫(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ):  ବରଗଡ଼ ଜିଲା ପୋଲିସ ନିଶା କାରବାର ଧରପଗଡ଼ ଅଭିଯାନକୁ ଜୋରଦାର୍‌ କରିଛି । ଶନିବାର ଜିଲାର ଗାଇସିଲେଟ୍‌ ଥାନା ପୋଲିସ ୭୩୩ ବୋତଲ…

ୟୁକ୍ରେନ ଉପରେ ରୁଷିଆର ବଡ଼ ଆକ୍ରମଣ; ୬୦୦ ଡ୍ରୋନ୍ ଏବଂ ୯୦ ମିସାଇଲ୍ ପ୍ରୟୋଗ, ୪ମୃତ

କିଭ,୨୪।୫: ରୁଷିଆ ୟୁକ୍ରେନର ରାଜଧାନୀ କିଭ୍ ଏବଂ ଆଖପାଖ ଅଞ୍ଚଳ ଉପରେ ଏକ ବଡ଼ ଆକ୍ରମଣ ଆରମ୍ଭ କରିଛି । ୟୁକ୍ରେନୀୟ ବାୟୁସେନା ଅନୁଯାୟୀ, ରୁଷିଆ ମୋଟ…

ରୋଗୀଙ୍କ ସହ ଦୁର୍ବ୍ୟହାର କରୁଛନ୍ତି ପାରଳାଖେମୁଣ୍ଡି ଚିକିତ୍ସାଳୟରେ ମୁତୟନ ସୁରକ୍ଷାକର୍ମୀ, ମୋବାଇଲ ନମ୍ବରରେ ୧୧ ସଂଖ୍ୟା…

ପାରଳାଖେମୁଣ୍ଡି,୨୪ା୫(ଗିରିଧାରୀ ପରିଛା): ବର୍ତ୍ତମାନ ପ୍ରବଳ ଖରା ହେଉଥିବା ବେଳେ ତାତିରୁ ତ୍ରାହି ପାଇଁ ଡହଳ ବିକଳ ହେଉଛନ୍ତି ଲୋକେ । ଏପରି ସ୍ଥଳେ ରୋଗୀଙ୍କ କଥା ଆହୁରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri