Posted inଖେଳ

ମାତ୍ର ୨ଟି ଇନିଂସରେ ଦ୍ରାବିଡ, ରାଇନାଙ୍କ ଭଳି କିମ୍ବଦନ୍ତୀଙ୍କ ରେକର୍ଡ ଭାଙ୍ଗିଲେ ଜୟସ୍ବାଲ

ପୋର୍ଟ ଅଫ୍‌ ସ୍ପେନ୍‌,୨୧।୭: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ଅନ୍ତିମ ମ୍ୟାଚ ତ୍ରିନିଦାଦରେ ଖେଳାଯାଉଛି। ଦ୍ୱିତୀୟ ଟେଷ୍ଟର ପ୍ରଥମ ଦିନରେ ଟିମ ଇଣ୍ଡିଆ ୪ ଉଇକେଟ ହରାଇ ୨୮୮ ରନ ସଂଗ୍ରହ କରିଥିଲା। ଯୁବ ଓପନର୍‌ ଯଶସ୍ବୀ ଜୟସ୍ବାଲ ଭାରତ ପାଇଁ ଏକ ଅର୍ଦ୍ଧଶତକ ହାସଲ କରିଥିଲେ। ଏହା ସହିତ ଯଶସ୍ବୀ ଏକ ବଡ଼ ରେକର୍ଡ ହାସଲ କରିଥିଲେ।
୨୧ ବର୍ଷୀୟ ଜୟସ୍ବାଲ ତାଙ୍କର ପ୍ରଥମ ଟେଷ୍ଟରେ ଏକ ଚମତ୍କାର ଶତକ ହାସଲ କରିଥିଲେ। ତାଙ୍କର ପ୍ରଥମ ଟେଷ୍ଟରେ ସେ ୧୭୧ ରନର ଏକ ବଡ଼ ଇନିଂସ ଖେଳିଥିଲେ। ଜୟସ୍ବାଲ ଦ୍ୱିତୀୟ ଟେଷ୍ଟର ପ୍ରଥମ ଇନିଂସରେ ଅର୍ଦ୍ଧଶତକ ହାସଲ କରିଛନ୍ତି।
ତ୍ରିନିଦାଦରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟରେ ଯଶସ୍ବୀ ୭୪ ବଲରେ ୬୭ ରନ ସଂଗ୍ରହ କରିଥିଲେ। ସେ ୯ ଚୌକା ଓ ଗୋଟିଏ ଛକା ବାହାରିଥିଲେ। ଜୟସ୍ବାଲ ପ୍ରଥମ ଦୁଇଟି ଇନିଂସରେ ୨୨୮ ରନ ସଂଗ୍ରହ କରିଛନ୍ତି। ଏହା ସହିତ ସେ ରାହୁଲ ଦ୍ରାବିଡ, ସୁରେଶ ରାଇନା, ପୃଥ୍ବୀ ଶ’ ଏବଂ ଶିଖର ଧାୱନଙ୍କ ପରି ଭେଟେରାନ ମାନଙ୍କୁ ପ୍ରଥମ ଦୁଇଟି ଟେଷ୍ଟ ଇନିଂସରେ ସର୍ବାଧିକ ରନ ସ୍କୋର କରିବାରେ ପଛରେ ପକାଇଛନ୍ତି। ତେବେ ଏହି ରେକର୍ଡ ତାଲିକାରେ ଜୟସ୍ବାଲ ତିନି ନମ୍ବରରେ ପହଞ୍ଚିଛନ୍ତି। ରୋହିତ ଶର୍ମା ଏକ ନମ୍ବରରେ ଏବଂ ସୋରଭ ଗାଙ୍ଗୁଲି ଦ୍ୱିତୀୟ ସ୍ଥାନରେ ଅଛନ୍ତି।

ଟେଷ୍ଟ କ୍ରିକେଟର ପ୍ରଥମ ଦୁଇଟି ଇନିଂସରେ ସର୍ବାଧିକ ରନ ସଂଗ୍ରହ କରିଥିବା ଭାରତୀୟ
ରୋହିତ ଶର୍ମା – ୨୮୮ ରନ
ସୌରଭ ଗାଙ୍ଗୁଲି – ୨୬୭ ରନ
ଯଶସ୍ବୀ ଜୟସ୍ବାଲ – ୨୨୮ ରନ
ଶିଖର ଧାୱନ – ୨୧୦ ରନ
ପୃଥ୍ବୀ ଶ’ – ୨୦୪ ରନ
ସୁରେଶ ରାଇନା – ୧୮୨ ରନ
ରାହୁଲ ଦ୍ରାବିଡ – ୧୭୯ ରନ


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri