Odisha Elections 2024
Posted inଖେଳ

ସ୍ବତନ୍ତ୍ର କ୍ଲବରେ ସାମିଲ ହେଲେ ଜୟସ୍ବାଲ

ଫ୍ଲୋରିଡା,୧୩।୮: ୱେଷ୍ଟଇଣ୍ଡିଜ ବିପକ୍ଷରେ ଚମତ୍କାର ବ୍ୟାଟିଂ କରୁଥିବାବେଳେ ଯଶସ୍ବୀ ଜୟସ୍ବାଲ ଅପରାଜିତ ୮୪ ରନ କରିଥିଲେ। ଏହି ଇନିଂସ ଆଧାରରେ ସେ ଏକ ବିଶେଷ ସଫଳତା ହାସଲ କରିଥିଲେ। ରୋହିତ ଶର୍ମା ଏବଂ ରିଷଭ ପନ୍ତଙ୍କ ସହ ଜଡିତ ସ୍ବତନ୍ତ୍ର ତାଲିକାରେ ଯଶାସ୍ବୀ ସ୍ଥାନ ପାଇଛନ୍ତି। ଅନ୍ତର୍ଜାତୀୟ ଟି-୨୦ରେ ଅର୍ଦ୍ଧଶତକ ହାସଲ କରିଥିବା ଭାରତ ପାଇଁ ୟଶାସ୍ବୀ ଚତୁର୍ଥ ସର୍ବକନିଷ୍ଠ ବ୍ୟାଟ୍ସମ୍ୟାନ ହୋଇଛନ୍ତି। ଏହି ପ୍ରସଙ୍ଗରେ ରୋହିତ ଶର୍ମା ଶୀର୍ଷରେ ଅଛନ୍ତି।
ପ୍ରଥମେ ବ୍ୟାଟିଂ କରୁଥିବାବେଳେ ୱେଷ୍ଟଇଣ୍ଡିଜ ୧୭୮ ରନ ସଂଗ୍ରହ କରିଥିଲା। ଏହାର ଜବାବରେ ଜୟସ୍ବାଲ ଏବଂ ଶୁବମନ ଗିଲ ଭାରତ ପାଇଁ ଇନିଂସ ଓପନ କରିବାକୁ ଆସିଥିଲେ। ଜୟସ୍ବାଲ ୫୧ ଟି ବଲ ସମ୍ମୁଖୀନ ହୋଇ ଅପରାଜିତ ୮୪ ରନ କରିଥିଲେ। ସେ ୧୧ ଚୌକା ଓ ୩ ଛକା ମାରିଥିଲେ। ଭାରତ ପାଇଁ ଟି-୨୦ରେ ଅର୍ଦ୍ଧଶତକ ହାସଲ କରିଥିବା ଜୟସ୍ବାଲ ହେଉଛନ୍ତି ଚତୁର୍ଥ ସର୍ବକନିଷ୍ଠ ବ୍ୟାଟ୍ସମ୍ୟାନ। ସେ ୨୧ ବର୍ଷ ୨୨୭ ଦିନ ବୟସରେ ଅର୍ଦ୍ଧଶତକ ହାସଲ କରିଥିଲେ।
ଭାରତ ପାଇଁ ଅନ୍ତର୍ଜାତୀୟ ଟି-୨୦ରେ ଅର୍ଦ୍ଧଶତକ ହାସଲ କରିଥିବା ରୋହିତ ଶର୍ମା ହେଉଛନ୍ତି ସର୍ବକନିଷ୍ଠ ବ୍ୟାଟ୍ସମ୍ୟାନ। ସେ ୨୦ ବର୍ଷ ୧୪୩ ଦିନ ବୟସରେ ଏହି ରେକର୍ଡ ସୃଷ୍ଟି କରିଥିଲେ। ୨୦୦୭ରେ ଡର୍ବାନରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ରୋହିତ ଅପରାଜିତ ୫୦ ରନ କରିଥିଲେ। ତିଲକ ବର୍ମା ଦ୍ୱିତୀୟ ସ୍ଥାନରେ ଅଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଚଳିତ ସିରିଜରେ ସେ ୫୧ ରନ ସଂଗ୍ରହ କରିଥିଲେ। ସେ ୨୦ ବର୍ଷ ୨୭୧ ଦିନ ବୟସରେ ଏହି ସଫଳତା ହାସଲ କରିଥିଲେ। ଏହି ପ୍ରସଙ୍ଗରେ ରିଷଭ ପନ୍ତ ତୃତୀୟ ସ୍ଥାନରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପ୍ଲେ ଅଫ୍‌ରେ ଆରସିବି

ବେଙ୍ଗାଲୁରୁ,୧୮ା୫: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ମ୍ୟାଚକୁ ୨୭ ରନ୍‌ରେ ଜିତି ନାଟକୀୟ ଢଙ୍ଗରେ ପ୍ଲେ ଅଫ୍‌ରେ ପ୍ରବେଶ କରିଛି ରୟାଲ...

ପ୍ରଶଂସକଙ୍କୁ ଗୋଟିଏ ଖୁସି କେବେବି ଦେଇ ପାରିବେନି କୋହଲି, ଆଇପିଏଲରେ ଗୋଟିଏ କାମ କରିବାକୁ ଡରୁଛନ୍ତି…

ନୂଆଦିଲ୍ଲୀ,୧୮।୫: ବିରାଟ କୋହଲି ବର୍ତ୍ତମାନ ସମୟର ଜଣେ ମହାନ ବ୍ୟାଟ୍ସମ୍ୟାନ। ଏହି ସମୟରେ ସେ ମଧ୍ୟ ବହୁତ ଭଲ ଫର୍ମରେ ଅଛନ୍ତି। ତାଙ୍କ ବ୍ୟାଟ ଆଇପିଏଲ...

ମନ କଥା ଖୋଲିକି କହିଦେଲେ କୋହଲି: କରିବାକୁ ଚାହୁଁନ୍ତି ଏହି କାମ

ନୂଆଦିଲ୍ଲୀ,୧୮।୪: ଆଇପିଏଲ୍‌ ୨୦୨୪ର ୬୮ତମ ମ୍ୟାଚ ଆରସିବି ଏବଂ ସିଏସ୍‌କେ ମଧ୍ୟରେ ଆଜି ଖେଳାଯିବ। ଏହି ମ୍ୟାଚ ଉଭୟ ଦଳ ପାଇଁ ଗୁରୁତ୍ୱପୂର୍ଣ୍ଣ। ଚେନ୍ନାଇ ସୁପର...

କ୍ୟାମେରାମ୍ୟାନ୍‌ଙ୍କୁ ହାତଯୋଡି ଏମିତି ଗୁହାରି କଲେ ରୋହିତ ଶର୍ମା

ମୁମ୍ବାଇ,୧୮।୫: ଆଇପିଏଲ ୨୦୨୪ରେ ମୁମ୍ବାଇ ଇଣ୍ଡିଆନ୍ସ ଖେଳ ଅପେକ୍ଷା ଦଳ ପରିଚାଳନା ପାଇଁ ଅଧିକ ଚର୍ଚ୍ଚାରେ ରହିଥିଲା। ବିଶେଷ ଭାବେ ଦଳର ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ...

୩ ବଲ୍‌ରେ ୩ ଉଇକେଟ୍‌ ଗଲା, କିନ୍ତୁ ଘୋଷଣା ହେଲାନି ହ୍ୟାଟ୍ରିକ୍‌: ଜାଣନ୍ତୁ କାହିଁକି

ମୁମ୍ବାଇ,୧୮।୫: ମୁମ୍ବାଇର ୱାଙ୍ଖେଡେଠାରେ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଆଇପିଏଲର ୬୭ ତମ ମ୍ୟାଚ ଖେଳାଯାଇଥିଲା। ଏହି ମ୍ୟାଚର କୌଣସି ବିଶେଷ...

ଏଥର ଟି-୨୦ ବିଶ୍ୱକପ୍‌ କିଏ ହେବ ଚାମ୍ପିୟନ୍‌: ଜୟ ଶାହା କଲେ ଖୁଲାସା

ନୂଆଦିଲ୍ଲୀ,୧୮।୫: ୱେଷ୍ଟଇଣ୍ଡିଜ ଏବଂ ଆମେରିକା ଟି-୨୦ ବିଶ୍ୱକପ ପାଇଁ ପ୍ରସ୍ତୁତ। ଏହି ଟୁର୍ନାମେଣ୍ଟ ଜୁନ ୨ରୁ ଆରମ୍ଭ ହେଉଛି। ଏଥି ସହିତ ରୋହିତ ଶର୍ମାଙ୍କ ନେତୃତ୍ୱରେ...

ଉଇକେଟ୍‌ ନ ମିଳିବାକୁ ରାଗିଗଲେ ଅର୍ଜୁନ ତେନ୍ଦୁଲକର: କଲେ ଏମିତି କାମ…

ମୁମ୍ବାଇ,୧୮।୫: ମୁମ୍ବାଇ ଇଣ୍ଡିଆନ୍ସ ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନଙ୍କୁ ଲକ୍ଷ୍ନୌ ସୁପର ଜିଆଣ୍ଟସ ବିପକ୍ଷ ମ୍ୟାଚରେ ଖେଳିବାର ସୁଯୋଗ ଦେଇଥିଲା। ଫଳରେ ଅର୍ଜୁନ ଆଇପିଏଲ ୨୦୨୪ରେ...

ପାଣ୍ଡ୍ୟାଙ୍କୁ ବଡ଼ ଝଟକା: ଲାଗିଲା ପ୍ରତିବନ୍ଧକ

ମୁମ୍ବାଇ,୧୮।୫: ମୁମ୍ବାଇ ଇଣ୍ଡିଆନ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଏକ ବଡ଼ ଝଟକା ଲାଗିଛି। ଗୋଟିଏ ମ୍ୟାଚ ପାଇଁ ପାଣ୍ଡ୍ୟାଙ୍କୁ ବାସନ୍ଦ କରାଯାଇଛି। ସେ ଆଗାମୀ ସିଜନର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri