Posted inଜାତୀୟ

ଜାତୀୟ ମୁଖପାତ୍ର ପଦରୁ ଇସ୍ତଫା ଦେଲେ କଂଗ୍ରେସ ନେତା ଜୟବୀର ଶେରଗିଲ୍‌

ନୂଆଦିଲ୍ଲୀ,୨୪।୮: କଂଗ୍ରେସ ନେତା ଜୟବୀର ଶେରଗିଲ୍‌ କଂଗ୍ରେସ ଦଳର ଜାତୀୟ ମୁଖପାତ୍ର ପଦରୁ ଇସ୍ତଫା ଦେଇଛନ୍ତି। କଂଗ୍ରେସ ସଭାପତି ସୋନିଆ ଗାନ୍ଧୀଙ୍କୁ ସେ ନିଜ ଇସ୍ତଫା ପତ୍ର ପଠାଇଛନ୍ତି। ଇସ୍ତଫା ପତ୍ରରେ ଜୟବୀର ଦଳର ବରିଷ୍ଠ ନେତାମାନଙ୍କୁ ଟାର୍ଗେଟ କରି କହିଛନ୍ତି, ଜନସାଧାରଣ ତଥା ଦେଶର ସ୍ବାର୍ଥ ପାଇଁ ଦଳରେ ଆଉ ନିଷ୍ପତ୍ତି ନିଆଯାଉନାହିଁ। ଏଥିପାଇଁ ମୁଁ ଦୁଃଖିତ। ଯେଉଁମାନେ ତୋଷାମଦରେ ଲିପ୍ତ ରୁହନ୍ତି ସେମାନେ ତୃଣମୂଳ ସ୍ତରକୁ ଅଣଦେଖା କରନ୍ତି। ଦଳରେ ମୁଁ ଆଉ ଯୁବପିଢିଙ୍କ ଉଜ୍ଜ୍ୱଳ ଭବିଷ୍ୟତ ଦେଖି ପାରୁ ନାହିଁ।
ଜୟବୀର ଦୀର୍ଘ ଦିନ ହେବ କଂଗ୍ରେସ ଦଳର କାର୍ଯ୍ୟକଳାପକୁ ନେଇ ଅସନ୍ତୁଷ୍ଟ ଥିଲେ। ତାଙ୍କୁ କିଛି ଦିନ ପୂର୍ବରୁ ଦଳ ଏକ ଖବରଦାତା ସମ୍ମିଳନୀ କରିବାକୁ ଅନୁମତି ଦେଇ ନ ଥିଲା। ଏହି କାରଣରୁ ବୁଧବାର ସେ କଂଗ୍ରେସ ଦଳର ମୁଖପାତ୍ର ପଦରୁ ଇସ୍ତଫା ଦେବାକୁ ନିଷ୍ପତ୍ତି ନେଇଛନ୍ତି।
ଜୟବୀର ପେଶାରେ ଜଣେ ଓକିଲ। ଆଇନଗତ ସମସ୍ୟାର ସମ୍ମୁଖୀନ ହେଉଥିବା କଂଗ୍ରେସ କର୍ମୀଙ୍କୁ ସହାୟତା ଯୋଗାଇବା ପାଇଁ ସେ ୨୪ ଘଣ୍ଟିଆ ଲିଗାଲ ଟୋଲ ଫ୍ରି ହେଲ୍ପଲାଇନ ନମ୍ବର ଲଞ୍ଚ କରିବା ପରେ ସେ ଚର୍ଚ୍ଚାକୁ ଆସିଥିଲେ। ଏହା ବ୍ୟତୀତ ତାଙ୍କୁ ଅନେକ ସମୟରେ ଟିଭି ବିତର୍କରେ ଦଳକୁ ସମର୍ଥନ କରୁଥିବା ଦେଖିବାକୁ ମିଳେ।
ସୂଚନାଯୋଗ୍ୟ, ଆଜିକାଲି କଂଗ୍ରେସରେ ସବୁ ଠିକ ଚାଲିନାହିଁ। ଜୟବୀରଙ୍କ ପୂର୍ବରୁ ଅନେକ ନେତା ମଧ୍ୟ ଦଳର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପଦରୁ ଇସ୍ତଫା ଦେଇଛନ୍ତି। ନିକଟରେ କଂଗ୍ରେସ ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଗୁଲାମ ନବୀ ଆଜାଦଙ୍କୁ ପ୍ରଚାର କମିଟିର ମୁଖ୍ୟ ଭାବରେ ନିଯୁକ୍ତ କରିଛି, କିନ୍ତୁ ସେ ଦଳର ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛନ୍ତି।
ଅନ୍ୟପକ୍ଷରେ କଂଗ୍ରେସର ବରିଷ୍ଠ ନେତା ଆନନ୍ଦ ଶର୍ମା ମଧ୍ୟ ହିମାଚଳ ପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ଦଳର ରାଜ୍ୟ ୟୁନିଟର ପରିଚାଳନା କମିଟିର ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

୨୦୨୬ରେ ତୁଳା ରାଶିରେ ଶନିଙ୍କ ଗୋଚରରେ ହେବ ଧନହାନୀ, ସିଂହ ରାଶି ପାଇବେ ଚାକିରି, ମିଳିବ ବଡ଼ ପଦବୀ!

୨୦୨୬ ତୁଳା ରାଶି ପାଇଁ ସନ୍ତୁଳିତ, ବିଚକ୍ଷଣ ଏବଂ ଜ୍ଞାନୀ ନିଷ୍ପତ୍ତିର ବର୍ଷ ହେବ। ଏହି ବର୍ଷ ଆପଣଙ୍କୁ ଶିଖାଇବ ଯେ ସବୁବେଳେ ଶୀଘ୍ର ନିଷ୍ପତ୍ତି...

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri