Posted inଜାତୀୟ

ଜାତୀୟ ମୁଖପାତ୍ର ପଦରୁ ଇସ୍ତଫା ଦେଲେ କଂଗ୍ରେସ ନେତା ଜୟବୀର ଶେରଗିଲ୍‌

ନୂଆଦିଲ୍ଲୀ,୨୪।୮: କଂଗ୍ରେସ ନେତା ଜୟବୀର ଶେରଗିଲ୍‌ କଂଗ୍ରେସ ଦଳର ଜାତୀୟ ମୁଖପାତ୍ର ପଦରୁ ଇସ୍ତଫା ଦେଇଛନ୍ତି। କଂଗ୍ରେସ ସଭାପତି ସୋନିଆ ଗାନ୍ଧୀଙ୍କୁ ସେ ନିଜ ଇସ୍ତଫା ପତ୍ର ପଠାଇଛନ୍ତି। ଇସ୍ତଫା ପତ୍ରରେ ଜୟବୀର ଦଳର ବରିଷ୍ଠ ନେତାମାନଙ୍କୁ ଟାର୍ଗେଟ କରି କହିଛନ୍ତି, ଜନସାଧାରଣ ତଥା ଦେଶର ସ୍ବାର୍ଥ ପାଇଁ ଦଳରେ ଆଉ ନିଷ୍ପତ୍ତି ନିଆଯାଉନାହିଁ। ଏଥିପାଇଁ ମୁଁ ଦୁଃଖିତ। ଯେଉଁମାନେ ତୋଷାମଦରେ ଲିପ୍ତ ରୁହନ୍ତି ସେମାନେ ତୃଣମୂଳ ସ୍ତରକୁ ଅଣଦେଖା କରନ୍ତି। ଦଳରେ ମୁଁ ଆଉ ଯୁବପିଢିଙ୍କ ଉଜ୍ଜ୍ୱଳ ଭବିଷ୍ୟତ ଦେଖି ପାରୁ ନାହିଁ।
ଜୟବୀର ଦୀର୍ଘ ଦିନ ହେବ କଂଗ୍ରେସ ଦଳର କାର୍ଯ୍ୟକଳାପକୁ ନେଇ ଅସନ୍ତୁଷ୍ଟ ଥିଲେ। ତାଙ୍କୁ କିଛି ଦିନ ପୂର୍ବରୁ ଦଳ ଏକ ଖବରଦାତା ସମ୍ମିଳନୀ କରିବାକୁ ଅନୁମତି ଦେଇ ନ ଥିଲା। ଏହି କାରଣରୁ ବୁଧବାର ସେ କଂଗ୍ରେସ ଦଳର ମୁଖପାତ୍ର ପଦରୁ ଇସ୍ତଫା ଦେବାକୁ ନିଷ୍ପତ୍ତି ନେଇଛନ୍ତି।
ଜୟବୀର ପେଶାରେ ଜଣେ ଓକିଲ। ଆଇନଗତ ସମସ୍ୟାର ସମ୍ମୁଖୀନ ହେଉଥିବା କଂଗ୍ରେସ କର୍ମୀଙ୍କୁ ସହାୟତା ଯୋଗାଇବା ପାଇଁ ସେ ୨୪ ଘଣ୍ଟିଆ ଲିଗାଲ ଟୋଲ ଫ୍ରି ହେଲ୍ପଲାଇନ ନମ୍ବର ଲଞ୍ଚ କରିବା ପରେ ସେ ଚର୍ଚ୍ଚାକୁ ଆସିଥିଲେ। ଏହା ବ୍ୟତୀତ ତାଙ୍କୁ ଅନେକ ସମୟରେ ଟିଭି ବିତର୍କରେ ଦଳକୁ ସମର୍ଥନ କରୁଥିବା ଦେଖିବାକୁ ମିଳେ।
ସୂଚନାଯୋଗ୍ୟ, ଆଜିକାଲି କଂଗ୍ରେସରେ ସବୁ ଠିକ ଚାଲିନାହିଁ। ଜୟବୀରଙ୍କ ପୂର୍ବରୁ ଅନେକ ନେତା ମଧ୍ୟ ଦଳର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପଦରୁ ଇସ୍ତଫା ଦେଇଛନ୍ତି। ନିକଟରେ କଂଗ୍ରେସ ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଗୁଲାମ ନବୀ ଆଜାଦଙ୍କୁ ପ୍ରଚାର କମିଟିର ମୁଖ୍ୟ ଭାବରେ ନିଯୁକ୍ତ କରିଛି, କିନ୍ତୁ ସେ ଦଳର ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛନ୍ତି।
ଅନ୍ୟପକ୍ଷରେ କଂଗ୍ରେସର ବରିଷ୍ଠ ନେତା ଆନନ୍ଦ ଶର୍ମା ମଧ୍ୟ ହିମାଚଳ ପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ଦଳର ରାଜ୍ୟ ୟୁନିଟର ପରିଚାଳନା କମିଟିର ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ଲଘୁଚାପ, ୬ ଦିନ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୮ା୮(ବନ୍ଦନା ସେଠୀ) – ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ଅଞ୍ଚଳରେ ଉପରିବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଶନିବାର ଏହା ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର…

ଏମ୍‌ପି ସୁଜିତ କୁମାରଙ୍କଠାରୁ ୫୦ ଲକ୍ଷର ଠକେଇ: ପୂର୍ବତନ ମନ୍ତ୍ରୀଙ୍କ ପୁଅ ଗିରଫ

ଭୁବନେଶ୍ୱର,୨୮ା୮(ତ୍ରିନାଥ ମହାନ୍ତି): ଜମି ଠକେଇ ମାମଲାରେ ପୂର୍ବତନ ମନ୍ତ୍ରୀ ତଥା ଢେଙ୍କାନାଳ ଜିଲା ପରଜଙ୍ଗ ବିଧାନସଭା କ୍ଷେତ୍ରର ପୂର୍ବତନ ବିଜେଡି ବିଧାୟକ ନୃସିଂହ ଚରଣ ସାହୁଙ୍କ ପୁଅ…

ଯଜ୍ଞସ୍ଥଳରୁ ଆନ୍ଦୋଳନକାରୀ ହିରାମଲ୍‌ଙ୍କୁ ଉଠାଇ ନେଲା ପୋଲିସ: କୋର୍ଟ ଚାଲାଣ ନକରି ଥାନାରେ ରଖିବାକୁ ନେଇ…

ଥୁଆମୂଳ ରାମପୁର, ୨୮।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳର ଡିଜିମାଳି ପାହାଡ଼ରେ ଖଣି ଖନନକୁ ନେଇ ବିରୋଧ ଓ ଆନ୍ଦୋଳନ ଚାଲିଥିବା ବେଳେ…

୫ ଦିନ ହେଲା ଅନ୍ଧାରରେ ଗାଁ

ନବରଙ୍ଗପୁର,୨୮।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ ବିରିଗୁଡ଼ା ଗାଁ ଗତ ୫ ଦିନ ହେଲା ଅନ୍ଧକାରରେ ରହିଛି। ଲଗାଣ ବର୍ଷା ଓ ପବନ ଯୋଗୁ ଟ୍ରାନ୍ସଫର୍ମରରୁ…

ହିମାଳୟରେ ମହାସଙ୍କଟ! ୨୦୫୦ ସୁଦ୍ଧା ତରଳିଯିବ ୪୫% ଗ୍ଲେସିୟର: ଭାରତ ଉପରେ ବଢ଼ିବ ମହାବନ୍ୟାର ବିପଦ!

ନୂଆଦିଲ୍ଲୀ,୨୮।୮: ନେପାଳରେ ନିକଟରେ ଘଟିଥିବା ଗ୍ଲେସିୟର ବିପର୍ଯ୍ୟୟ ହିମାଳୟ ପାର୍ବତ୍ୟ ଅଞ୍ଚଳରେ ଦ୍ରୁତ ଗତିରେ ବଦଳୁଥିବା ପରିବେଶକୁ ନେଇ ପୁଣି ଥରେ ଗମ୍ଭୀର ଚିନ୍ତା ବଢ଼ାଇ ଦେଇଛି…

ଛାତ୍ରଙ୍କ ମୃତଦେହ ଜବତ ପରେ ହଷ୍ଟେଲ ଛାଡ଼ିଲେ ୫୪ ପିଲା

ବୋରିଗୁମ୍ମା,୨୮ା୮(ଗୋପାଳ ହରିଜନ): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ୍‌ ଗୁମୁଡ଼ା ଏସ୍‌ଏସ୍‌ଡି ସରକାରୀ ଉଚ୍ଚ ବିଦ୍ୟାଳୟ ପଛ ପଟେ ଥିବା ନାଳରୁ ଗତ ବୁଧବାର ଜଣେ ୮ମ ଶ୍ରେଣୀ…

ବରଗଡ଼ରେ ଟ୍ରାଫିକ ସମସ୍ୟା: ଏସପିଙ୍କୁ ଫେରାଦ ହେଲା ଅଭିଭାବକ ମହାସଂଘ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ବରଗଡ ସହରର ଟ୍ରାଫିକ ସମସ୍ୟା ନେଇ ଓଡିଶା ଅଭିଭାବକ ମହାସଂଘ, ବରଗଡ଼ ଜିଲା ଶାଖା ଉଦବେଗ ପ୍ରକାଶ କରିଛି। ଏହି କ୍ରମରେ ଶୁକ୍ରବାର ମହାସଂଘର…

ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ସରପଞ୍ଚ ଗିରଫ

ମାର୍ଶାଘାଇ, ୨୮ା୮ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଜଣେ ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ଧମକ ଦେବା ଅଭିଯୋଗରେ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri