୧୫ରେ ରିଲିଜ୍‌ ହେବ ‘ଯାଯାବର ୨.୦’

ଭୁବନେଶ୍ୱର,୪।୩(ଶର୍ମିଷ୍ଠା ପାଣିଗ୍ରାହୀ): ଓଡ଼ିଆ ଫିଲ୍ମ ‘ଯାଯାବର ୨.୦’ ଆସନ୍ତା ୧୫ ତାରିଖରେ ଶୁଭମୁକ୍ତି ଲାଭ କରିବ। ରବିବାର ସ୍ଥାନୀୟ ଏକ ହୋଟେଲରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଏନେଇ ସୂଚନା ଦିଆଯାଇଛି। ଦୁଇଜଣ ଅପରିଚିତ ବ୍ୟକ୍ତି ଏକ ଅପ୍ରତ୍ୟାଶିତ ପରିସ୍ଥିତି ମଧ୍ୟରେ ଭେଟ ହୁଅନ୍ତି ଏବଂ ସେମାନଙ୍କ ଆପରାଧିକ ଅତୀତ ବିଷୟରେ ପରସ୍ପରକୁୁ କୁହନ୍ତି। ସେମାନଙ୍କ ମଧ୍ୟରୁ ଜଣେ ଅପରାଧ ଦୁନିଆରେ ହଜିଯାଏ, ଅନ୍ୟ ଜଣେ ଏଥିରୁ ମୁକ୍ତି ଖୋଜେ। ତେବେ ଆଗକୁ କ’ଣ ହେବ? ଏମିତି ଏକ ରହସ୍ୟରେ ଭରପୂର କାହାଣୀ ହେଉଛି ଯାଯାବର ୨.୦। କୌଶିକ ଦାସ ଏବଂ ରାମ ପଟ୍ଟନାୟକଙ୍କ ପ୍ରଯୋଜିତ ଏହି ଚଳଚ୍ଚିତ୍ରରେ ବିଭିନ୍ନ ଭୂମିକାରେ ଅଛନ୍ତି ପ୍ରସନ୍ନଜିତ ମହାପାତ୍ର, ଦେବେଶ ରଞ୍ଜନ, ସୋନାଲି ଶର୍ମିଷ୍ଠା, ବି. ଏମ ବୈଶାଳୀ, ଚୌଧୁରୀ ବିକାଶ ଦାସ, ଶ୍ୱେତା ଆଚାର୍ଯ୍ୟ, ମାନସ ରଞ୍ଜନ ମୁଦୁଲି ।
ଅଭିଷେକ ଦାସଙ୍କ ଦ୍ୱାରା ଲିଖିତ ଏହି ଫିଲ୍ମର ନିର୍ଦ୍ଦେଶନା ଦେଇଛନ୍ତି ଅଭିଷେକ ସ୍ବାଇଁ। ଯାଯାବର ତାରିଖ ଘୋଷଣା ଅବସରରେ ଫିଲ୍ମ ପ୍ରଯୋଜକ କୌଶିକ ଦାସ, ରାମ ପଟ୍ଟନାୟକ, ରଞ୍ଜିତ ମହାନ୍ତି, ସୂର୍ଯ୍ୟ ଦେଓ, ନିର୍ଦ୍ଦେଶକ ଅଭିଷେକ ସ୍ବାଇଁ, ଅଭିନେତା ଦେବେଶ ରଞ୍ଜନ, ପ୍ରସନ୍ନଜିତ ମହାପାତ୍ର, ପାର୍ଥ ସାରଥି, ସଙ୍ଗୀତ ନିର୍ଦ୍ଦେଶକ କିଶଲୟ ରୟ, ଗୌରବ ଆନନ୍ଦ ପ୍ରମୁଖ ଉପସ୍ଥିତ ଥିଲେ। ପ୍ରଚାର ପ୍ରସାର ଦାୟିତ୍ୱରେ ମିଡିଆ ପ୍ଲାନର କ୍ରିଏଟିଭ ହେଡ୍‌ ପ୍ରଣୟ ଜେଠୀ ଅଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ଟିଏମସି ମନ୍ତ୍ରୀ ସୁଜିତ ବୋଷ ଗିରଫ: ନିଯୁକ୍ତି ଦୁର୍ନୀତି ମାମଲାରେ ବାନ୍ଧିଲା ED

କୋଲକାତା,୧୧।୫: ପଶ୍ଚିମବଙ୍ଗରେ ପୌରପାଳିକା ନିଯୁକ୍ତି ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ପୂର୍ବତନ ଟିଏମସି ମନ୍ତ୍ରୀ ସୁଜିତ ବୋଷଙ୍କୁ ଗିରଫ କରିଛି। ଘଣ୍ଟା ଘଣ୍ଟା ଧରି କଠୋର…

ଗୁଳିକାଣ୍ଡ ଘଟଣାରେ ଡିଆଇଜିଙ୍କ ରାୟଗଡ଼ା ଗସ୍ତ: ସ୍ଥିତି ଉପରେ ଅନୁଧ୍ୟାନ

ଗୁଣପୁର,୧୧।୫( ସୁଜାତା ପାଢ଼ୀ):ରାୟଗଡ଼ା ଗୁଳିକାଣ୍ଡ ଘଟଣା ପରେ ଦକ୍ଷିଣ ପଶ୍ଚିମlଞ୍ଚଳ ଡିଆଇଜି ଡ. କନୱର ବିଶାଲ ସିଂ ସୋମବାର ପହଞ୍ଚି ପରିସ୍ଥିତି ଉପରେ ଅନୁଧ୍ୟାନ କରିଛନ୍ତି। ଅପରାଧୀମାନଙ୍କୁ…

ଦିଗହରା ହେଉଛି ପ୍ଲାଷ୍ଟିକ ମୁକ୍ତ ଅଭିଯାନ: ପୁତ୍ତିମୟ ଗନ୍ଧରେ ଫାଟୁଛି ଡଷ୍ଟବିନ୍‌

ଦାରିଙ୍ଗବାଡି, ୧୧।୫ (ଅରୁଣ ସାହୁ):ଓଡିଶାର ପର୍ଯ୍ୟଟନ କ୍ଷେତ୍ର ଦାରିଙ୍ଗବାଡି ରାଜ୍ୟ ତଥା ରାଜ୍ୟ ବାହାରେ ପରିଚିତ ଏହାକୁ ବିଶ୍ବସ୍ତରୀୟ ପର୍ଯ୍ୟଟନ କ୍ଷେତ୍ର କରାଯିବାକୁ ଏବେ ରାଜ୍ୟ ସରକାର…

ପ୍ରତିଶ୍ରୁତି ପୂରଣ କରିଲାନି ପ୍ରଶାସନ, ଶତାଧିକ ମହିଳା, ପୁରୁଷ ଏକାଠି ହୋଇ…

ମୋହନା,୧୧।୫( ମନ୍ମଥ ମିଶ୍ର ) : ପ୍ରତିଶ୍ର୍ରୁତି ପୂରଣ କରିଲାନି ପ୍ରଶାସନ। ପ୍ରକଳ୍ପ କାମ ବନ୍ଦ କଲେ ବିସ୍ଥାପିତ ଅଞ୍ଚଳବାସୀ । ଦୀର୍ଘ ବର୍ଷଧରି ଚାଲୁ ରହିଥିବା…

ବ୍ଲକ ପ୍ରଶାସନର ନାକ ତଳେ ନିୟମକୁ ‘ଫୁ’: ଅଧପନ୍ତରିଆ ସଭାଗୃହ, ପଚାରିଲେ ଅଧିକାରୀ କହୁଛନ୍ତି ଏମିତି…

ଥୁଆମୂଳ ରାମପୁର, ୧୧ା୫ (ଦୁର୍ଗା କୀର୍ତ୍ତି) : ସରକାରୀ ନିୟମକୁ ଜଳାଞ୍ଜଳି ଦେଇ ଖୋଦ ବ୍ଲକ ପ୍ରଶାସନର ଆଖି ସାମ୍ନାରେ ଚାଲିଛି ମନମୁଖୀ କାର୍ଯ୍ୟ। କଳାହାଣ୍ଡି ଜିଲା…

ବାଘ ଭୟରେ ଘରୁ ବାହାରିବାକୁ ଡରୁଛନ୍ତି ଲୋକେ: ଧରିବାକୁ ଡ୍ରୋନ ଚଳାଇଛି ବନବିଭାଗ, ହେଲେ…

ଦିଗପହଣ୍ଡି,୧୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଫରେଷ୍ଟ ରେଞ୍ଜ ଅଧୀନ ରତନେଇ ରେଖାଙ୍କିତ ସଂରକ୍ଷିତ ଜଙ୍ଗଲ ଜକର ଫରେଷ୍ଟ ବିଟର ଜକର ଗ୍ରାମ ନିକଟ ମା…

ମୋକିମ- ମଧୁଙ୍କ ଉପରେ ବର୍ଷିଲେ ବିଧାୟକ ସାଗର, କହୁ କହୁ କହିଦେଲେ ଏତେ ବଡ଼ କଥା

ଭବାନୀପାଟଣା,୧୧।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଶ୍ରୀକୃଷ୍ଣ ନଗରଠାରେ ସୋମବାର ଓଡ଼ିଶା ଜନତା କଂଗ୍ରେସ (ଓଜେସି) ପକ୍ଷରୁ ଏକ ଜନ ସମାବେଶ ଅନୁଷ୍ଠିତ ହୋଇଥିଲା। ଏଥିରେ…

୨୪ ଘଣ୍ଟା ମଧ୍ୟରେ ଦ୍ୱିତୀୟ ଥର ଅପିଲ କଲେ ପ୍ରଧାନମନ୍ତ୍ରୀ, ଦେଶରେ ହଇଚଇ, କାହିିଁକି ବାରମ୍ବାର କହୁଛନ୍ତି ଏମିତି…

ନୂଆଦିଲ୍ଲୀ,୧୧।୫: ମଧ୍ୟପ୍ରାଚ୍ୟରେ ଇରାନ ଏବଂ ଆମେରିକା ମଧ୍ୟରେ ବଢ଼ୁଥିବା ଉତ୍ତେଜନାର ପ୍ରଭାବ ଏବେ ବିଶ୍ୱ ଅର୍ଥନୀତି ଉପରେ ସ୍ପଷ୍ଟ ଭାବରେ ଦେଖାଯାଉଛି, ଏବଂ ଏହା ଭାରତ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri