Posted inରାଜ୍ୟ

ଯାଜପୁର: NH -୧୬ରେ ଓଲଟିଲା ବସ୍‌; ୨୦ରୁ ଊର୍ଦ୍ଧ୍ବ ଯାତ୍ରୀ ଆହତ

ଧର୍ମଶାଳା,୬ା୭(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ୧୬ ନମ୍ବର ଜାତୀୟ ରାଜପଥରେ କୁଆଖିଆ ଥାନା ଅଧୀନ ମୂଳାପାଳ ଛକ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ‘ସ୍ୱସ୍ତି ରଥ’ ନାମକ ଏହି ବସ୍‌ଟି କଟକରୁ ବରୀ ଅଭିମୁଖେ ଯାଉଥିବା ବେଳେ ହଠାତ୍‌ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଏହି ଦୁର୍ଘଟଣାରେ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି।

ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ଓ ପୋଲିସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ଆହତ ଯାତ୍ରୀମାନଙ୍କୁ ଆମ୍ବୁଲାନ୍ସ ଯୋଗେ ନିକଟସ୍ଥ ମଧୁବନ ଏବଂ ଧର୍ମଶାଳା ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି।

କୁଆଖିଆ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣାର କାରଣ ଅନୁସନ୍ଧାନ ଆରମ୍ଭ କରିଛି। ପ୍ରାରମ୍ଭିକ ତଦନ୍ତରୁ ଜଣାପଡ଼ିଛି ଯେ ବସ୍‌ଟି ଭାରସାମ୍ୟ ହରାଇବା ଯୋଗୁଁ ଏହି ଅଘଟଣ ଘଟିଛି। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଆତଙ୍କ ସୃଷ୍ଟି କରିଥିବା ବେଳେ ପୋଲିସ ଏହାର ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ୮୦ ତମ ସ୍ବାଧିନତା ଦିବସ: ଜାଣନ୍ତୁ କିଏ କେଉଁଠି କଲେ ପତାକା ଉତ୍ତୋଳନ

ଦିଗପହଣ୍ଡି,୧୫|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳ ମାନଙ୍କରେ ଥିବା ସମସ୍ତ ସ୍କୁଲ,କଲେଜ, ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ମାନଙ୍କରେ ଶନିବାର…

ବହୁ ପ୍ରତୀକ୍ଷାର ଅନ୍ତ ଘଟିଲା: ନିଲାମ ହେଲା ପ୍ରସିଦ୍ଧ ଶୁଖୁଆ ହାଟ, ବର୍ଷକୁ ନିଲାମଧାରୀ ଦେବେ ଏତିକି ଟଙ୍କା…

ଗଞ୍ଜାମ,୧୫ା୮(ବିଦ୍ୟାଧର ସାହୁ): ଦୀର୍ଘଦିନର ଦାବି ପରେ ଶେଷରେ ନିଲାମ ହୋଇଛି ଜିଲା ପ୍ରସିଦ୍ଧ ହୁମା ସାପ୍ତାହିକ ଶୁଖୁଆ ହାଟ। ଶୁକ୍ରବାର ପୂର୍ବାହ୍ନରେ ଏହି ନିଲାମ ପ୍ରକ୍ରିୟା ଆରମ୍ଭ…

ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ପତାକା ଉତ୍ତୋଳନକଲେ ବ୍ଲକ୍‌ ଅଧ୍ୟକ୍ଷ: ପ୍ରଥମ ଥର ପାଇଁ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ବ୍ଲକ୍‌ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାଆଡ଼ମ୍ବର ଓ ଉତ୍ସାହର ସହ ପାଳିତ ହୋଇଯାଇଛି। ଜାତୀୟ…

ଖବର ପ୍ରକାଶ ପରେ ମୁଖ୍ୟ ରାସ୍ତାରୁ ହଟିଲା ହମ୍ପ୍‌ସ, ସ୍ବାଗତ କରି ବୁଦ୍ଧିଜୀବୀ କହିଲେ…

ଦିଗପହଣ୍ଡି,୧୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଚିକିଟି-ନୂଆପଡ଼ା ମୁଖ୍ୟରାସ୍ତା ମେଡିକାଲ ଛକ ସାହାଣୀ ସାହି ନିକଟରେ ଅବୈଜ୍ଞାନିକ ଭାବେ ତିଆରି କରାଯାଇଥିବା ବେଆଇନ ହମ୍ପ୍‌ସରେ ଗତ…

ଛତ୍ରପୁରରେ ଜିଲାସ୍ତରୀୟ ସ୍ୱାଧୀନତା ଦିବସ, ଗଞ୍ଜାମର ଉନ୍ନତି ପାଇଁ ସରକାର ପ୍ରତିବଦ୍ଧ: ଆଇନ ମନ୍ତ୍ରୀ

ଛତ୍ରପୁର, ୧୫`୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରଠାରେ ଜିଲାସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହ ଆଡ଼ମ୍ବର ଓ ଉତ୍ସାହର ସହ ପାଳିତ…

ସିଂହ ରାଶିରେ ଏକାଠି ହେବେ ସୂର୍ଯ୍ୟ-ବୁଧ; ଧନ ଓ ସଫଳତାରେ ମିଳିବ ବଡ଼ ଲାଭ, ଏହି ୩ ରାଶିର ଗୋଲ୍ଡେନ୍ ଟାଇମ୍ ଆରମ୍ଭ…

ବୈଦିକ ଜ୍ୟୋତିଷ ଅନୁସାରେ, ଗ୍ରହମାନଙ୍କର ଗତି ଆମ ଜୀବନ ଉପରେ ଗଭୀର ପ୍ରଭାବ ପକାଇଥାଏ । ଗ୍ରହମାନଙ୍କର ରାଜକୁମାର ବୁଧ, ଆସନ୍ତା ଅଗଷ୍ଟ ୨୨ ତାରିଖରେ ସନ୍ଧ୍ୟା…

ବଲାଙ୍ଗୀରରେ ପତାକା ଉତ୍ତୋଳନ କଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, କହିଲେ ଏ ମାଟିର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ…

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ମନୋହରପୁର ରିଜର୍ଭ ପୋଲିସ ପଡ଼ିଆରେ ଶନିବାର ୮୦ ତମ ଜିଲା ସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଉଚ୍ଚଶିକ୍ଷା, କ୍ରୀଡ଼ା ଓ…

ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ: ମନୋନୀତ ୧୭ ଜଣ ପୋଲିସ ଅଧିକାରୀ,କର୍ମଚାରୀଙ୍କୁ …

ଭୁବନେଶ୍ୱର,୧୫।୮ ଲୋକସେବା ଭବନରେ ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ ଅନୁଷ୍ଠିତ ହୋଇଛି। ଏହି ଅବସରରେ ମନୋନୀତ ୧୭ ଜଣ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri