Odisha Elections 2024

ଜିଲା ପରିଷଦ ଉପନିର୍ବାଚନ ପାଇଁ ନାମାଙ୍କନ ସରିଲା

ଯାଜପୁର ଟାଉନ,୧୮ା୭: (ପ୍ରଯକ୍ତା ପ୍ରିୟଦର୍ଶନୀ ମହାନ୍ତି) : ଯାଜପୁର ଜିଲା ୧୫ନଂ. ଜୋନ୍‌ ଜିଲା ପରିଷଦ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେବ । ଏଥିପାଇଁ ୭ଜଣ ପ୍ରାର୍ଥୀ ଉପଜିଲାପାଳଙ୍କ ନିକଟରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ୧୫ନଂ. ଜୋନ୍‌ର ଜିଲା ପରିଷଦ ପ୍ରାର୍ଥୀ ଭାଗ୍ୟଦର ସେଠୀଙ୍କ ଦୃଦ୍‌ଘାତରେ ପରଲୋକ ପରେ ଏହି ପଦବୀ ଖାଲିପଡିଥିଲା ା ଅଗଷ୍ଟ ୯ରେ ଏଥିପାଇଁ ଉପନିର୍ବାଚନ ତାରିଖ ଘୋଷଣା କରାଯାଇଛି ା ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ସୋମବାର ଭାଜପା , ବିଜେଡି , କଂଗ୍ରେସ ପ୍ରାର୍ଥୀଙ୍କ ସହ ୪ଜଣ ସ୍ବାଧୀନ ପ୍ରାର୍ଥୀ ସେମାନଙ୍କ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ଭାଜପାର ମହେଶ୍ୱର ତରାଇ, କଂଗ୍ରେସର ବୈରାଗୀ ମଲ୍ଲିକ, ବିଜେଡିର ଚକ୍ରଧର ବେହେରା ଓ ସ୍ବାଧୀନ ପ୍ରାର୍ଥୀ ଭାବେ ପବିତ୍ର ମଲ୍ଲିକ, ଅଶୋକ କୁମାର ସେଠୀ, ବିଶ୍ୱଜିତ୍‌ ତରାଇ ଓ ଅନିରୁଦ୍ଧ ମଲ୍ଲିକ ଶେଷଦିନରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଉପନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ ଶେଷ ହୋଇଥିବାବେଳେ ଆସନ୍ତା ୨୦ରେ ପ୍ରାର୍ଥୀପତ୍ର ପ୍ରତ୍ୟାହାର ଓ ଅଗଷ୍ଟ ୯ରେ ଭୋଟ ଗ୍ରହଣ ଓ ୧୧ ତାରିଖ ଦିନ ଭୋଟ ଗଣତି କରାଯିବ। ଏହି ଉପନିର୍ବାଚନ ସାଧାରଣ ନିର୍ବାଚନ ପୂର୍ବରୁ ହେଉଥିବାରୁ ବିଭିନ୍ନ ଦଳ ଏହାକୁ ଗୁରୁତ୍ୱ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ କେବଳ ନବୀନ ଇଞ୍ଜିନ ହିଁ ଚାଲିବ

ମୋରଡ଼ା,୧୮ା୫(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ବାରମାଇଲଠାରେ ବିଜୁ ଜନତା ଦଳ ପକ୍ଷରୁ ୩୯ ନମ୍ବର ଜୋନ୍‌ସ୍ତରୀୟ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଯାଇଛି।...

ଖୁଲମଖୁଲା ବୁଲୁଛନ୍ତି ଝିଅର ହତ୍ୟାକାରୀ, ଗିରଫ ଦାବିରେ ଅନଶନରେ ବସିଲେ ମା’

କେନ୍ଦୁଝର,୧୮ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ନିର୍ବାଚନ ସମୟରେ ସବୁ ଓ୍ବାରେଣ୍ଟ କାର୍ଯ୍ୟକାରୀ ହୁଏ ପୁରୁଣା କେସ୍‌ ଥିବା ଅପରାଧୀ ଧରା ହୁଅନ୍ତି। ତେବେ କେନ୍ଦୁଝରର ଲୋକପ୍ରିୟ ସମାଜସେବୀ...

ଯୁବକଙ୍କ ଜୀବନ ନେଲା ଅନ୍‌ଲାଇନ୍‌ ଗେମ୍‌

ବାଲିମେଳା,୧୮ା୫(ଶିବଦତ୍ତ ସାହୁ): ମାଲକାନଗିରି ଜିଲା ବାଲିମେଳା ସହରରେ ଥିବା ୧ ନଂ ଓ୍ବାର୍ଡ ନୂଆସାହିରେ ଜଣେ ଯୁବକ ଅନ୍‌ଲାଇନ ଗେମ୍‌ ଖେଳରୁ ରଶି ଦେଇ ଆତ୍ମହତ୍ୟା...

ଛତ୍ରପୁର ବଡ଼ ଷ୍ଟେଶନ୍‌ରେ ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ୍‌

ଛତ୍ରପୁର,୧୮/୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବଡ଼ ଷ୍ଟେଶନ ଠାରେ ଏକମାଲବାହି ଟ୍ରେନ ଲାଇନଚ୍ୟୁତ ହୋଇଛି। ଟ୍ରେନର ୩ ବଗି ଲାଇନଚ୍ୟୁତ ହୋଇଥିବା ବେଳେ ରେଳବାଇ...

ପ୍ରଚାର ଶେଷଦିନରେ କମାଲ ଦେଖାଇଲା ବିଜେଡି

ପୁରୁଷୋତ୍ତମପୁର,୧୮ା୫(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବିଧାନସଭା ନିର୍ବାଚନକୁ ଆଉ ମାତ୍ର ଗୋଟିଏ ଦିନ ବାକି ରହିଥିବା ବେଳେ ଏଥିଲାଗି ଶନିବାର ପ୍ରଚାର ଶେଷ ହୋଇଛି।...

ଖଲ୍ଲିକୋଟ ହିଂସାର ତଦନ୍ତ ପାଇଁ ଗଠନ ହେଲା ଏସ୍‌ଆଇଟି ଟିମ୍‌: ସୂଚନା ଦେଲେ ଆରକ୍ଷୀ ମହାନିର୍ଦ୍ଦେଶକ

ଛତ୍ରପୁର,୧୮ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଖଲ୍ଲିକୋଟ ହିଂସାର ତଦନ୍ତ ପାଇଁ ଏସ୍‌ଆଇଟି ଟିମ୍‌ ଗଠନ କରାଯାଇଛି। ଦକ୍ଷିଣାଞ୍ଚଳ ମହାନିର୍ଦ୍ଦେଶକ ଜୟନାରାୟଣ ପଙ୍କଜ ଏହି ଟିମ୍‌କୁ ତଦାରଖ...

ଜୟଦେବ ମିଛ କହୁଛନ୍ତି, ଦମ୍‌ ଅଛି ପ୍ରମାଣ ଦିଅନ୍ତୁ: ବିଡିଓ

ହାଟଡିହୀ,୧୮ା୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ହାଟଡିହୀ ବ୍ଲକ ଅଧୀନ କେ. ବାଲିପାଳ ପଞ୍ଚାୟତର ତଅଁଳ ଗ୍ରାମରେ ବିଜେଡି ପକ୍ଷରୁ ଲୋକ ପ୍ରତିନିଧି...

ଜବାଗଡ଼ ନଦୀଘାଟରେ ଡଙ୍ଗାବୁଡ଼ି ଘଟଣା: ଆଜି ଉଦ୍ଧାର ହେଲା ନିଖୋଜ ଯୁବକଙ୍କ ମୃତଦେହ

କୋରାପୁଟ,୧୮ା୫(ଅମିତାଭ ବେହେରା): କୋରାପୁଟ ଜିଲା ନନ୍ଦପୁର ବ୍ଲକର ବିଲାପୁଟ ପଞ୍ଚାୟତ ଜବାଗଡ଼ ନଦୀଘାଟରେ ଗତ ଗୁରବାର ଡଙ୍ଗାବୁଡି ଘଟଣାରେ ନିଖୋଜ ଥିବା ସୁକୁ ପ୍ରଧାନୀ (୩୫)ଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri