ଯାଜପୁର ଜିଲା ବିଜେଡି ସଭାପତିଙ୍କୁ ଅଟକ: ବିଧାୟକଙ୍କ ନାଁରେ…

ଯାଜପୁର,୭।୮:ଯାଜପୁର ଜିଲା ବିଜେଡି ସଭାପତି  ଧର୍ମଶଳା ଥାନାରେ ଅଟକ ଅଛନ୍ତି। ସୋସିଆଲ ମିଡିଆରେ ଆପତ୍ତିଜନକ ପୋଷ୍ଟ ନେଇ ଅଟକଥିବା ସୂଚନା ମିଳିଛି। ଧର୍ମଶଳା ବିଧାୟକ ହିଂମାଶୁ ଶେଖର ସାହୁଙ୍କ ନାଁରେ ଆପତ୍ତିଜନକ ପୋଷ୍ଟ ନେଇ ତାଙ୍କୁ ଅଟକ ରଖାଯାଇଛି।

ଧର୍ମଶାଳା ନିର୍ବାଚନମଣ୍ଡଳୀର ସ୍ବାଧୀନ ବିଧାୟକ ପ୍ରାର୍ଥୀ ହିଂମାଶୁ ଶେଖର ସାହୁ ବିଜୟୀ ହୋଇଥିଲେ। ଧର୍ମଶାଳା ନିବାଚନମଣ୍ଡଳୀ ୨୯ ବର୍ଷ ଧରି ବିଜେଡି ଗଡ଼ ଭାବେ ପରିଚିତ ହୋଇଥିବାବେଳେ ହିମାଂଶୁ ଏହି ଗଡ଼କୁ ଭାଙ୍ଗି ଐତିହାସିକ ବିଜୟ ହାସଲ କରିଛନ୍ତି। ହିମାଂଶୁ ୭୯,୭୫୯ ଭୋଟ ପାଇଥିବାବେଳେ ବିଜେଡି ପ୍ରାର୍ଥୀ ପ୍ରଣବ ବଳବନ୍ତରାୟ ୭୫,୬୦୯ ଖଣ୍ଟ ଭୋଟ ହାସଲ କରି ଦ୍ୱିତୀୟ ସ୍ଥାନରେ ରହିଛନ୍ତି। ବିଜୟ ବ୍ୟବଧାନ ୪,୧୫୦ ରହିଛି।

ଭାଜପା ପ୍ରାର୍ଥୀ ସ୍ମୃତିରେଖା ପହି ୧୫,୯୨୬ ଖଣ୍ଡ ଭୋଟ ପାଇ ତୃତୀୟ ସ୍ଥାନରେ ରହିଛନ୍ତି। ଏହି ବିଜୟ ହାସଲ ପରେ ଜାରକା ଅଞ୍ଚଳରେ ଏକ ପ୍ରକାର ଦୀପାବଳି ଉତ୍ସବ ପାଳନ ଭଳି ଦୃଶ୍ୟ ଦେଖିବାକୁ ମିଳିଛି। ବାଣଫୁଟାଇ, ବାଜା ବଜାଇ ହିମାଂଶୁଙ୍କ ସମର୍ଥକ ଆନନ୍ଦିତ ହୋଇଛନ୍ତି। ହିମାଂଶୁ ଭାଜପା ଟିକେଟରୁ ବଞ୍ଚିତ ହେବାପରେ ସ୍ବାଧୀନ ପ୍ରାର୍ଥୀ ଭାବେ ନାମାଙ୍କନପତ୍ର ଦାଖଲ କରିଥିଲେ।

୧୯୯୫ରୁ ସ୍ବର୍ଗତ କଳ୍ପତରୁ ଦାସ ଓ ପରେ ତାଙ୍କ ପୁଅ ପ୍ରଣବ ଏଠାରେ ନିବାଚିତ ହେଉଥିଲେ। ୧୯୮୦ରେ ସ୍ବାଧୀନ ପ୍ରାର୍ଥୀ ଭାବେ ସ୍ବର୍ଗତ କାଙ୍ଗାଳି ଚରଣ ପଣ୍ଡା ଏହି ଆସନରୁ ବିଜୟୀ ହୋଇଥିଲେ। ବିଜୟ ପରେ ହିମାଂଶୁ ସନ୍ଧ୍ୟାରେ ଜାରକାଠାରେ ପହଁଚିବା ପରେ ଅପେକ୍ଷାରତ ସମର୍ଥକମାନେ ତାଙ୍କୁ ସ୍ବାଗତସମ୍ବର୍ଦ୍ଧନା ଜଣାଇଥିଲେ। ପରେ ସେ ତାଙ୍କ ବାସଭବନରେ ପହଞ୍ଚି ମା’ଙ୍କ ଆଶୀର୍ବାଦ ନେବା ସହ ନିଜର ସମର୍ଥକମାନଙ୍କୁ କୃତଜ୍ଞତା ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri