ଯାଜପୁର ଜିଲାପାଳଙ୍କୁ ଲୋକାୟୁକ୍ତଙ୍କ ନୋଟିସ

ଯାଜପୁର,୩।୮(ହର୍ଷବର୍ଦ୍ଧନ ବେହେରା)ମାଙ୍କଡ଼ିଆ ସମ୍ପ୍ରଦାୟ ଜନଜାତିଙ୍କ ପାଇଁ ଉଦ୍ଦିଷ୍ଟ ୮୭ କଲୋନୀ ନିର୍ମାଣରେ ବ୍ୟାପକ ଅନିୟମିତତା ହୋଇଛି। ଯାଜପୁର ଜିଲା ସୁକିନ୍ଦା ବ୍ଲକ ରଁାସୋଲ ପଞ୍ଚାୟତ କୁସୁମୁଣ୍ଡିଆ ଗ୍ରାମରେ ହୋଇଥିବା ଏଭଳି ଅଭିଯୋଗ ଉପରେ ଯାଜପୁର ଜିଲାପାଳଙ୍କ ସମେତ ସୁକିନ୍ଦା ବିଡିଓ, ଯାଜପୁର ଗ୍ରାମ୍ୟ ନିର୍ମାଣ ଡିଭିଜନ-୧ର ଅଧୀକ୍ଷଣ ଯନ୍ତ୍ରୀ ଓ ଠିକାଦାର ଭାଗବତ ଖଟୁଆଙ୍କୁ ୪ ସପ୍ତାହ ମଧ୍ୟରେ ଜବାବ ଦାଖଲ କରିବାକୁ ଲୋକାୟୁକ୍ତଙ୍କ ପକ୍ଷରୁ ଅଧ୍ୟକ୍ଷ ଓ ସଦସ୍ୟ ନିର୍ଦ୍ଦେଶ ଦେଇଛନ୍ତି। ଏହାର ପରବର୍ତ୍ତୀ ଶୁଣାଣି ୭ା୯ା୨୦୨୩ରେ ହେବ ବୋଲି ଉକ୍ତ ନିର୍ଦ୍ଦେଶ ପତ୍ରରେ ସୂଚନା ଦିଆଯାଇଛି।
ଅଭିଯୋଗ ଅନୁଯାୟୀ, ଜଙ୍ଗଲ ଜମି ଅଧିକାର ଆଇନ ମାଧ୍ୟମରେ ୮୭ ମାଙ୍କଡ଼ିଆ ସମ୍ପ୍ରଦାୟ ପରିବାରବର୍ଗଙ୍କୁ ଜମି ଯୋଗାଇ ଗୃହ ନିର୍ମାଣ ବାବଦକୁ ୩ କୋଟି ୨୫ ଲକ୍ଷ ୧୮ ହଜାର ୩୯୨ ଟଙ୍କା ଡିଏମ୍‌ଏଫ୍‌(ଜିଲା ଖଣିଜ ପ୍ରତିଷ୍ଠାନ) ପାଣ୍ଠିରୁ ମଞ୍ଜୁର ହୋଇଥିଲା। ସେଥିରୁ ୨୦୨୧-୨୨ ସୁଦ୍ଧା ୨ କୋଟି ୮୧ ଲକ୍ଷ ୨୦ ହଜାର ଟଙ୍କା ପ୍ରଦାନ କରାଯାଇଥିବାବେଳେ ପ୍ରାୟ ସମସ୍ତ ଟଙ୍କା ଖର୍ଚ୍ଚ ହୋଇ ସାରିଛି। ଏପରି କି ଯାଜପୁର ଗ୍ରାମ୍ୟ ନିର୍ମାଣ ଡିଭିଜନ-୧ର ନିର୍ବାହୀ ଯନ୍ତ୍ରୀ ଖର୍ଚ୍ଚ ପରିମାଣର ବିନିଯୋଗ ପତ୍ର(ୟୁସି) ଦାଖଲ ମଧ୍ୟ କରି ସାରିଛନ୍ତି। ଯାଜପୁର ଜିଲାପାଳ ତଥା ଡିଏମ୍‌ଏଫ୍‌ ଟ୍ରଷ୍ଟିଙ୍କୁ ଏହି ୟୁସି ଦାଖଲ ସମ୍ପର୍କରେ ନିର୍ବାହୀ ଯନ୍ତ୍ରୀ ୨୦ା୭ା୨୦୨୩ରେ ରିପୋର୍ଟ ମଧ୍ୟ ପ୍ରଦାନ କରି ସାରିଛନ୍ତି। ହେଲେ ଅଧିକାଂଶ ଘର ଅଧାପନ୍ତରିଆ ଅବସ୍ଥାରେ ପଡି ରହିଥିବାବେଳେ କେତେକ ଘର ଭିତରେ ଫାଟ ସୃଷ୍ଟି ହୋଇ ସାରିଛି। ସାମାଜିକ କର୍ମୀ ମଣ୍ଟୁ ଦାସଙ୍କ ଅଭିଯୋଗ କ୍ରମେ ଲୋକାୟୁକ୍ତ ୩୪୬/୨୦୨୩ ନମ୍ବରରେ ଏକ ମାମଲା ରୁଜୁ ହୋଇଛି। ଅଭିଯୋଗରେ ଆହୁରି ଦର୍ଶାଯାଇଛି, ମାଙ୍କଡ଼ିଆ ଜନଜାତି ଜଙ୍ଗଲ ଉପରେ ସମ୍ପୂର୍ଣ୍ଣ ନିର୍ଭରଶୀଳ। ଯାଜପୁର, ମୟୂରଭଞ୍ଜ, ସମ୍ବଲପୁର ଓ କଳାହାଣ୍ଡି ଜିଲାରେ ଏହି ଜନଜାତିମାନେ ବସବାସ କରିଥାନ୍ତି। ଏମାନେ ପର୍ଟିକୁଲାର ଭୁଲନେରେବୁଲ ଟ୍ରାଇବାଲ ଗ୍ରୁପ(ପିଭିଟିଜି) ବର୍ଗର। ବର୍ତ୍ତମାନ ଏହି ସମ୍ପ୍ରଦାୟର ୮୭ ପରିବାର କାଳିଆପାଣି ଖଣି ନିକଟସ୍ଥ ମଲ୍ଲାରସାହି ଗ୍ରାମରେ ବସବାସ କରୁଛନ୍ତି। ଏମାନଙ୍କୁ ଡିଏମ୍‌ଏଫ୍‌ ପାଣ୍ଠିରୁ ପ୍ରତ୍ୟେକ ପରିବାରଙ୍କୁ ଘର ସମେତ ପାନୀୟ ଜଳ, ବାଥରୁମ, ବିଦ୍ୟୁତ୍‌ ଯୋଗାଇ ଦେବାକୁ ପାଣ୍ଠି ମଞ୍ଜୁର ହୋଇଛି। ହେଲେ ମଞ୍ଜୁର ପାଣ୍ଠିରୁ ପ୍ରାୟ ୮୭ ପ୍ରତିଶତ ଖର୍ଚ୍ଚ ହୋଇ ସାରିଛି। ଏହାସହ ଘର ଯୋଗାଇ ଅନ୍ୟାନ୍ୟ ଆନୁଷଙ୍ଗିକ ସୁବିଧା ୨୧ା୨ା୨୦୨୦ ସୁଦ୍ଧା ଶେଷ ହେବା କଥା। କିନ୍ତୁ ୩ ବର୍ଷ ଅତିକ୍ରାନ୍ତ ହୋଇ ସାରିଥିଲେ ହେଁ ମାତ୍ର ୩୦% କାମ ସରିଛି। ଫଳରେ ଏହିସବୁ ପ୍ରତିଶ୍ରୁତି ନିରୀହ ମାଙ୍କଡ଼ିଆ ଜନଜାତି ପରିବାରଙ୍କ ପାଇଁ ସ୍ବପ୍ନ ହୋଇଛି। ଶେଷ ହୋଇଥିବା ଘରଗୁଡିକ ଏତେ ନିମ୍ନମାନର ହୋଇଛି ଯେ, ସେଥିରେ ମଣିଷ ରହିବା ଅସମ୍ଭବ। ତେଣୁ ଲୋକାୟୁକ୍ତଙ୍କ ନିକଟରେ ଏହି ଦୁର୍ନୀତି ଉପରେ ଉପଯୁକ୍ତ ତଦନ୍ତ କରି ଦୋଷୀମାନଙ୍କ ବିରୋଧରେ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଅନୁରୋଧ କରାଯାଇଛି। ତେବେ ଠିକାଦାର ଜିଲାର ଜଣେ ପ୍ରଭାବଶାଳୀ ନେତାଙ୍କ ପାଖ ଲୋକ ହୋଇଥିବାରୁ ସହଜରେ ଖସିଯିବେ ବୋଲି ଅଞ୍ଚଳବାସୀଙ୍କ ମଧ୍ୟରେ ଚର୍ଚ୍ଚା ହେଉଛି। ଏ ସଂକ୍ରାନ୍ତରେ ଯାଜପୁର ଗ୍ରାମ୍ୟ ନିର୍ମାଣ ଡିଭିଜନର ନିର୍ବାହୀ ଯନ୍ତ୍ରୀ ଜ୍ଞାନରଞ୍ଜନ ନାୟକଙ୍କୁ ପଚାରିବାରୁ ସେ କହିଛନ୍ତି, ଲୋକାୟୁକ୍ତଙ୍କ ନିର୍ଦ୍ଦେଶ ଅନୁସାରେ ଠିକ ସମୟରେ ରିପୋର୍ଟ ଦାଖଲ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri