Odisha Elections 2024

ଯାଜପୁର ଜିଲାପାଳଙ୍କୁ ଲୋକାୟୁକ୍ତଙ୍କ ନୋଟିସ

ଯାଜପୁର,୩।୮(ହର୍ଷବର୍ଦ୍ଧନ ବେହେରା)ମାଙ୍କଡ଼ିଆ ସମ୍ପ୍ରଦାୟ ଜନଜାତିଙ୍କ ପାଇଁ ଉଦ୍ଦିଷ୍ଟ ୮୭ କଲୋନୀ ନିର୍ମାଣରେ ବ୍ୟାପକ ଅନିୟମିତତା ହୋଇଛି। ଯାଜପୁର ଜିଲା ସୁକିନ୍ଦା ବ୍ଲକ ରଁାସୋଲ ପଞ୍ଚାୟତ କୁସୁମୁଣ୍ଡିଆ ଗ୍ରାମରେ ହୋଇଥିବା ଏଭଳି ଅଭିଯୋଗ ଉପରେ ଯାଜପୁର ଜିଲାପାଳଙ୍କ ସମେତ ସୁକିନ୍ଦା ବିଡିଓ, ଯାଜପୁର ଗ୍ରାମ୍ୟ ନିର୍ମାଣ ଡିଭିଜନ-୧ର ଅଧୀକ୍ଷଣ ଯନ୍ତ୍ରୀ ଓ ଠିକାଦାର ଭାଗବତ ଖଟୁଆଙ୍କୁ ୪ ସପ୍ତାହ ମଧ୍ୟରେ ଜବାବ ଦାଖଲ କରିବାକୁ ଲୋକାୟୁକ୍ତଙ୍କ ପକ୍ଷରୁ ଅଧ୍ୟକ୍ଷ ଓ ସଦସ୍ୟ ନିର୍ଦ୍ଦେଶ ଦେଇଛନ୍ତି। ଏହାର ପରବର୍ତ୍ତୀ ଶୁଣାଣି ୭ା୯ା୨୦୨୩ରେ ହେବ ବୋଲି ଉକ୍ତ ନିର୍ଦ୍ଦେଶ ପତ୍ରରେ ସୂଚନା ଦିଆଯାଇଛି।
ଅଭିଯୋଗ ଅନୁଯାୟୀ, ଜଙ୍ଗଲ ଜମି ଅଧିକାର ଆଇନ ମାଧ୍ୟମରେ ୮୭ ମାଙ୍କଡ଼ିଆ ସମ୍ପ୍ରଦାୟ ପରିବାରବର୍ଗଙ୍କୁ ଜମି ଯୋଗାଇ ଗୃହ ନିର୍ମାଣ ବାବଦକୁ ୩ କୋଟି ୨୫ ଲକ୍ଷ ୧୮ ହଜାର ୩୯୨ ଟଙ୍କା ଡିଏମ୍‌ଏଫ୍‌(ଜିଲା ଖଣିଜ ପ୍ରତିଷ୍ଠାନ) ପାଣ୍ଠିରୁ ମଞ୍ଜୁର ହୋଇଥିଲା। ସେଥିରୁ ୨୦୨୧-୨୨ ସୁଦ୍ଧା ୨ କୋଟି ୮୧ ଲକ୍ଷ ୨୦ ହଜାର ଟଙ୍କା ପ୍ରଦାନ କରାଯାଇଥିବାବେଳେ ପ୍ରାୟ ସମସ୍ତ ଟଙ୍କା ଖର୍ଚ୍ଚ ହୋଇ ସାରିଛି। ଏପରି କି ଯାଜପୁର ଗ୍ରାମ୍ୟ ନିର୍ମାଣ ଡିଭିଜନ-୧ର ନିର୍ବାହୀ ଯନ୍ତ୍ରୀ ଖର୍ଚ୍ଚ ପରିମାଣର ବିନିଯୋଗ ପତ୍ର(ୟୁସି) ଦାଖଲ ମଧ୍ୟ କରି ସାରିଛନ୍ତି। ଯାଜପୁର ଜିଲାପାଳ ତଥା ଡିଏମ୍‌ଏଫ୍‌ ଟ୍ରଷ୍ଟିଙ୍କୁ ଏହି ୟୁସି ଦାଖଲ ସମ୍ପର୍କରେ ନିର୍ବାହୀ ଯନ୍ତ୍ରୀ ୨୦ା୭ା୨୦୨୩ରେ ରିପୋର୍ଟ ମଧ୍ୟ ପ୍ରଦାନ କରି ସାରିଛନ୍ତି। ହେଲେ ଅଧିକାଂଶ ଘର ଅଧାପନ୍ତରିଆ ଅବସ୍ଥାରେ ପଡି ରହିଥିବାବେଳେ କେତେକ ଘର ଭିତରେ ଫାଟ ସୃଷ୍ଟି ହୋଇ ସାରିଛି। ସାମାଜିକ କର୍ମୀ ମଣ୍ଟୁ ଦାସଙ୍କ ଅଭିଯୋଗ କ୍ରମେ ଲୋକାୟୁକ୍ତ ୩୪୬/୨୦୨୩ ନମ୍ବରରେ ଏକ ମାମଲା ରୁଜୁ ହୋଇଛି। ଅଭିଯୋଗରେ ଆହୁରି ଦର୍ଶାଯାଇଛି, ମାଙ୍କଡ଼ିଆ ଜନଜାତି ଜଙ୍ଗଲ ଉପରେ ସମ୍ପୂର୍ଣ୍ଣ ନିର୍ଭରଶୀଳ। ଯାଜପୁର, ମୟୂରଭଞ୍ଜ, ସମ୍ବଲପୁର ଓ କଳାହାଣ୍ଡି ଜିଲାରେ ଏହି ଜନଜାତିମାନେ ବସବାସ କରିଥାନ୍ତି। ଏମାନେ ପର୍ଟିକୁଲାର ଭୁଲନେରେବୁଲ ଟ୍ରାଇବାଲ ଗ୍ରୁପ(ପିଭିଟିଜି) ବର୍ଗର। ବର୍ତ୍ତମାନ ଏହି ସମ୍ପ୍ରଦାୟର ୮୭ ପରିବାର କାଳିଆପାଣି ଖଣି ନିକଟସ୍ଥ ମଲ୍ଲାରସାହି ଗ୍ରାମରେ ବସବାସ କରୁଛନ୍ତି। ଏମାନଙ୍କୁ ଡିଏମ୍‌ଏଫ୍‌ ପାଣ୍ଠିରୁ ପ୍ରତ୍ୟେକ ପରିବାରଙ୍କୁ ଘର ସମେତ ପାନୀୟ ଜଳ, ବାଥରୁମ, ବିଦ୍ୟୁତ୍‌ ଯୋଗାଇ ଦେବାକୁ ପାଣ୍ଠି ମଞ୍ଜୁର ହୋଇଛି। ହେଲେ ମଞ୍ଜୁର ପାଣ୍ଠିରୁ ପ୍ରାୟ ୮୭ ପ୍ରତିଶତ ଖର୍ଚ୍ଚ ହୋଇ ସାରିଛି। ଏହାସହ ଘର ଯୋଗାଇ ଅନ୍ୟାନ୍ୟ ଆନୁଷଙ୍ଗିକ ସୁବିଧା ୨୧ା୨ା୨୦୨୦ ସୁଦ୍ଧା ଶେଷ ହେବା କଥା। କିନ୍ତୁ ୩ ବର୍ଷ ଅତିକ୍ରାନ୍ତ ହୋଇ ସାରିଥିଲେ ହେଁ ମାତ୍ର ୩୦% କାମ ସରିଛି। ଫଳରେ ଏହିସବୁ ପ୍ରତିଶ୍ରୁତି ନିରୀହ ମାଙ୍କଡ଼ିଆ ଜନଜାତି ପରିବାରଙ୍କ ପାଇଁ ସ୍ବପ୍ନ ହୋଇଛି। ଶେଷ ହୋଇଥିବା ଘରଗୁଡିକ ଏତେ ନିମ୍ନମାନର ହୋଇଛି ଯେ, ସେଥିରେ ମଣିଷ ରହିବା ଅସମ୍ଭବ। ତେଣୁ ଲୋକାୟୁକ୍ତଙ୍କ ନିକଟରେ ଏହି ଦୁର୍ନୀତି ଉପରେ ଉପଯୁକ୍ତ ତଦନ୍ତ କରି ଦୋଷୀମାନଙ୍କ ବିରୋଧରେ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଅନୁରୋଧ କରାଯାଇଛି। ତେବେ ଠିକାଦାର ଜିଲାର ଜଣେ ପ୍ରଭାବଶାଳୀ ନେତାଙ୍କ ପାଖ ଲୋକ ହୋଇଥିବାରୁ ସହଜରେ ଖସିଯିବେ ବୋଲି ଅଞ୍ଚଳବାସୀଙ୍କ ମଧ୍ୟରେ ଚର୍ଚ୍ଚା ହେଉଛି। ଏ ସଂକ୍ରାନ୍ତରେ ଯାଜପୁର ଗ୍ରାମ୍ୟ ନିର୍ମାଣ ଡିଭିଜନର ନିର୍ବାହୀ ଯନ୍ତ୍ରୀ ଜ୍ଞାନରଞ୍ଜନ ନାୟକଙ୍କୁ ପଚାରିବାରୁ ସେ କହିଛନ୍ତି, ଲୋକାୟୁକ୍ତଙ୍କ ନିର୍ଦ୍ଦେଶ ଅନୁସାରେ ଠିକ ସମୟରେ ରିପୋର୍ଟ ଦାଖଲ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଭୋଟର ତାଲିକାରେ ନାହିଁ ନାଁ, କଂଗ୍ରେସର ନିଆଳି ବିଧାୟକ ପ୍ରାର୍ଥୀଙ୍କ ନାମାଙ୍କନ ଖାରଜ

ଭୁବନେଶ୍ୱର,୧୭।୫: ଭୋଟର ତାଲିକାରେ ତାଙ୍କ ନାମ ନ ଥିବାରୁ କଂଗ୍ରେସର ନିଆଳି ବିଧାୟକ ପ୍ରାର୍ଥୀ ଜ୍ୟୋତି ରଂଜନ ମଲ୍ଲିକଙ୍କ ନାମାଙ୍କନ ଖାରଜ କରାଯାଇଛି। ଦୁଇ ଦିନ...

କାବୁ ହେଲା ବାରିପଦା ସହରକୁ ପଶି ଆସିଥିବା କଲରାପତରିଆ

ବାରିପଦା,୧୭।୫: କାବୁ ହେଲା ବାରିପଦା ସହରକୁ ପଶି ଆସିଥିବା କଲରାପତରିଆ ବାଘ। ବୁଢୀଖମାରୀ ଅଞ୍ଚଳରୁ ଟ୍ରାଙ୍କୁଲାଇଜ କରି ରେସ୍କ୍ୟୁ ଟିମ୍‌ ବାଘକୁ ଧରିଛନ୍ତି। ସହରର ଭଂଜପୁର...

ବାରିପଦା ସହରରେ ବୁଲୁଛି ବାଘ

ବାରିପଦା,୧୭ା୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ସହରସ୍ଥିତ ବୁଢ଼ିଖମାରୀଠାରେ କଲରାପତରିଆ ବାଘ ଆତଙ୍କ ଖେଳାଇବାରେ ଲାଗିଛି। ବାଘଟି ଏକ ସ୍କୁଲ ମଧ୍ୟରେ ପଶିଯାଇଥିବାରୁ ଧରିବା...

ଏହି ଦିନ ପ୍ରକାଶ ପାଇବ ମାଟ୍ରିକ୍‌ ଫରୀକ୍ଷାଫଳ

କଟକ,୧୭।୫: ମେ’ ଶେଷ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ୍‌ ଫରୀକ୍ଷାଫଳ। ମାଟ୍ରିକ ସହ ମଧ୍ୟମା ଓ ରାଜ୍ୟ ମୁକ୍ତବିଦ୍ୟାଳୟ ଫଳ ଏକକାଳୀନ ପ୍ରକାଶ ପାଇବ ବୋଲି...

ନିର୍ବାଚନ ଆସିଲେ ଭାଜପା ନେତା ଆସନ୍ତି: ପାଣ୍ଡିଆନ

ବଲାଙ୍ଗୀର/ସଇଁନ୍ତଲା,୧୭ା୫ (ବୀରେନ୍ଦ୍ର କୁମାର ଝାଙ୍କର/ରାଖାଲ ପ୍ରସାଦ ଶତପଥୀ): ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଗୁରୁବାର ବଲାଙ୍ଗୀର ଜିଲା ଗସ୍ତରେ ଆସି ଟିଟିଲାଗଡ ନିର୍ବାଚନମଣ୍ଡଳୀର ସଇଁତଲା, କଣ୍ଟାବାଞ୍ଜି...

ସହରରୁ ଉଜୁଡ଼ିଗଲା ସବୁଜିମା

ନବରଙ୍ଗପୁର,୧୭।୫(ସଦାଶିବ ପ୍ରହରାଜ): ଜାତୀୟ ରାଜପଥ କଡ଼ରୁ କଟିଲା ଅତି ପୁରୁଣା ବିରାଟକାୟ ଗଛ। ନବରଙ୍ଗପୁର ସହର ଅସ୍ଥାୟୀ ବାଇପାସ୍‌ ରାସ୍ତା ନିର୍ମାଣ ପାଇଁ ମଧ୍ୟ ଗଛ...

ଆଦିବାସୀଙ୍କୁ ମିଳୁନି ମହୁଲର ଉଚିତ ମୂଲ୍ୟ

ରାୟଗଡ଼ା,୧୭।୫(ଆଶିଷ ରଞ୍ଜନ ପଣ୍ଡା): ଜଙ୍ଗଲଜାତ ଦ୍ରବ୍ୟ ମହୁଲ ପାଇଁ ରାୟଗଡ଼ା ଜିଲାର ରହିଛି ସ୍ବତନ୍ତ୍ର ପରିଚୟ। ହେଲେ ମହୁଲ କ୍ରୟ ଉପରେ କୌଣସି ବିଭାଗର ନିୟନ୍ତ୍ରଣ...

ଦାଦନ ରୋକିବାକୁ ପ୍ରୟାସ କରିବି: ଗୋକୁଳାନନ୍ଦ

ବ୍ରହ୍ମପୁର,୧୭ା୫(ଅଶୋକ କୁମାର ସାହୁ):: ଆସିକା ସଂସଦୀୟ କ୍ଷେତ୍ର ଅଧୀନ ପୋଲସରା ବିଧାନସଭା ନିର୍ବାଚନ ମଣ୍ଡଳୀରେ ୯ଜଣ ବିଧାୟକ ପ୍ରାର୍ଥୀ ହୋଇଛନ୍ତି। ବିଜେଡି ଓ ଭାଜପା ପୁରୁଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri