ସାମି…ସାମି… ଗୀତରେ ମନମୁଗ୍ଧ କଲେ ସୁନିଧି ଚୌହାନ୍‌

ଯାଜପୁର ଟାଉନ,୯ା୨(ଡି.ଏନ.ଏ.): ଯାଜପୁର ଜିଲା ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା ଉଦ୍‌ଘାଟିତ ହୋଇଯାଇଛି। ବୁଧବାର ସ୍ଥାନୀୟ ବାଳାଶ୍ରମ ପଡ଼ିଆଠାରେ ଅନୁଷ୍ଠିତ ୧୧ତମ ଯାଜପୁର ଜିଲା ମହୋତ୍ସବ ସଂଗମ ଓ ପଲ୍ଲିଶ୍ରୀ ମେଳାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମାଧ୍ୟମରେ ଉଦ୍‌ଘାଟନ କରି ଯାଜପୁର ଜିଲା ଏକ ଅନନ୍ୟ ଓ ଏହାର ସ୍ବତନ୍ତ୍ରତା ଭିନ୍ନ। ଏହି ଜିଲାର ଗରିମା ବହୁ ପୁରାତନ। ଏହି ଜିଲା ଅନ୍ୟତମ ସର୍ବଶ୍ରେଷ୍ଠ ଜିଲା ଭାବେ ପରିଗଣିତ ହୋଇଥିବାରୁ ମୁଁ ବକ୍ତିଗତ ଭାବେ ଗର୍ବ ଅନୁଭବ କରୁଛି ବୋଲି କହିଥିଲେ। ମହୋତ୍ସବରେ ଜିଲାପାଳ ଚକ୍ରବର୍ତ୍ତୀ ସିଂହ ରାଠୋର ସଭାପତିତ୍ୱ କରିଥିବାବେଳେ ସ୍ଥାନୀୟ ବିଧାୟକ ତଥା ବିଜେଡି ରାଜ୍ୟ ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ପ୍ରଥମେ ଭାଷଣ ପ୍ରଦାନ କରି ମୁଖ୍ୟମନ୍ତ୍ରୀ ଯାଜପୁର ଜିଲାକୁ ଯଥେଷ୍ଟ ଗୁରୁତ୍ୱ ପ୍ରଦାନ କରି ବିଭିନ୍ନ ପ୍ରକଳ୍ପ ପ୍ରଦାନ କରିଥିବାବେଳେ ଯାଜପୁର ଜିଲାବାସୀ ଓ ଜିଲା ନେତାମାନଙ୍କ ତରଫରୁ ମୁଖ୍ୟମନ୍ତ୍ରୀଙ୍କୁ ଅଶେଷ କୃତଜ୍ଞତା ଜ୍ଞାପନ କରିବା ସହ ଦୀର୍ଘାୟୁ ରହି ଓଡ଼ିଶାର ସେବା କରିଚାଲିଥାନ୍ତୁ ବୋଲି ମା’ ବିରଜାଙ୍କ ନିକଟରେ ପ୍ରାର୍ଥନା କରିଥିଲେ। ପରେ ବରୀ ବିଧାୟିକା ସୁନନ୍ଦା ଦାସ ଭାଷଣ ଛଳରେ କହିଥିଲେ, ଏହି ଜିଲାର ସଂସ୍କୃତି, ଐତିହ୍ୟ ଓ ପରମ୍ପରା ଅନନ୍ୟ, ଯାଜପୁର ଜିଲା ଅତୀତ ଗୌରବମୟ ଇତିହାସ। ଉଭୟ ଶାକ୍ତ ଓ ଗାଣପତ୍ୟ ସାମ୍ରାଜ୍ୟର ମିଳନର ସୃଷ୍ଟି ହେଉଛି ଯାଜପୁର ଜିଲା। ଜିଲା ପରିଷଦ ସଭାପତି ନଳିନୀପ୍ରଭା ଜେନା ଅନ୍ୟତମ ଅତିଥି ଭାବେ ଯୋଗଦେଇ ଯାଜପୁର ଜିଲା ଆଜି ସବୁକ୍ଷେତ୍ରରେ ଏକ ଅଗ୍ରଣୀ ଜିଲା ଭାବେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛି ବୋଲି କହିବା ସହିତ ଆର୍ଥିକ ଅଭିବୃଦ୍ଧିରେ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ସ୍ଥାନରେ ପହଞ୍ଚତ୍ପାରିଛି ବୋଲି କହିଥିଲେ।

ଅନ୍ୟମାନଙ୍କ ମଧ୍ୟରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ରାଜସ୍ବ ବିପର୍ଯ୍ୟୟ ଓ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ, ଗ୍ରାମ ଉନ୍ନୟନ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ରାଷ୍ଟ୍ରମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼ାଇ, ବଡଚଣା ବିଧାୟକ ଅମର ପ୍ରସାଦ ଶତପଥୀ, ଧର୍ମଶାଳା ବିଧାୟକ ପ୍ରଣବ ବଳବନ୍ତରାୟ, କୋରେଇ ବିଧାୟକ ଅଶୋକ କୁମାର ବଳ ପ୍ରମୁଖ ଯୋଗଦେଇଥିଲେ ମଧ୍ୟ ସମୟ ଅଭାବରୁ କାହାରିକୁ କହିବା ପାଇଁ ସୁଯୋଗ ମିଳି ନ ଥିଲା। ଏହି ଅବସରରେ ‘ଯଯାତି’ ସ୍ମରଣିକା ଶୁଭ ଉନ୍ମୋଚନ କରାଯାଇଥିଲା। ସଭାକୁ ଉଦ୍‌ଭାସିକା ଭାବେ ପରିଚାଳନା କରିଥିଲେ ବଲିଉଡ୍‌ର ଅନ୍ୟତମ ଶ୍ରେଷ୍ଠ କଳାକାର ନେହା ଧୁପିଆ। ଏହି ସାଧାରଣ ସଭା ଶେଷହେବା ପରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ଏହି ମହୋତ୍ସବରେ ବଲିଉଡ୍‌ର ଅନ୍ୟତମ ଶ୍ରେଷ୍ଠ ଗାୟିକା ସୁନିଧି ଚୌହାନ୍‌ ‘ସାମି… ସାମି….’, ‘ବିଡ଼ି ଜଲେଇଲେ’ ”ହାଲକା ହାଲକା ସୁରୁର“ ”ତେରେ ହାଥ୍‌ ମେ ମେରା ହାଥ୍‌ ହୋ“ ଗୀତ ପରିବେଷଣ କରି ଲୋକମାନଙ୍କୁ ମନମୁଗ୍ଧ କରିଥିଲେ। ମହୋତ୍ସବକୁ ଦେଖିବା ପାଇଁ ଲକ୍ଷାଧିକ ଲୋକଙ୍କ ଭିଡ଼ ଜମିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅସୁରକ୍ଷିତ ଶ୍ରେଣୀଗୃହରେ ପାଠପଢ଼ା: ବିଦ୍ୟାର୍ଥୀଙ୍କ ସୁରକ୍ଷା ଚିନ୍ତାରେ ଅଭିଭାବକ

ଜି.ଉଦୟଗିରି,୩ା୧୦(ଚିନ୍ମୟ କୁମାର ସେଠୀ):କନ୍ଧମାଳ ଜିଲା ଜି.ଉଦୟଗିରିରେ ୧୯୩୬ରେ ହବାକ୍‌ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ବହୁ ପୁରାତନ ଏହି ବିଦ୍ୟାଳୟର ଶ୍ରେଣୀଗୃହଗୁଡିକ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି।…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ହତ୍ୟା ଉଦ୍ୟମ ମାମଲା: ୪ ମାସ ପରେ ଦମ୍ପତି ଗଲେ ଜେଲ୍

ଦିଗପହଣ୍ଡି, ୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସାହାଣୀ ସାହିର କୀର୍ତ୍ତନ ଦାସ (୬୬) ଏବଂ ତାଙ୍କ ସ୍ତ୍ରୀ ସୁବାସି ଦାସ (୬୦)ଙ୍କୁ ଶୁକ୍ରବାର…

ଦ୍ରୁତଗତିରେ ବାଇକ୍ ଚାଳନାକୁ ନେଇ ଗୋଷ୍ଠୀ ସଂଘର୍ଷ: ବୁଲିଲା ଠେଙ୍ଗା, ରଣକ୍ଷେତ୍ର ପାଲଟିଲା ଗାଁ ରାସ୍ତା

ଦିଗପହଣ୍ଡି, ୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ଅନ୍ତର୍ଗତ ବଜ୍ରଗୁମ୍ମା ଗ୍ରାମର ଓଡ଼ିଆ ସାହିରେ ଗୁରୁବାର ଅପରାହ୍ନରେ ଦ୍ରୁତଗତିରେ…

ଯୌତୁକ ନିର୍ଯ୍ୟାତନାରୁ ମହିଳାଙ୍କ ଆତ୍ମହତ୍ୟା ଘଟଣା: ୫ ମାସ ପରେ ଅଭିଯୁକ୍ତ ସ୍ବାମୀ ଗଲେ ଜେଲ  

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ ୱାର୍ଡ ଆନନ୍ଦ ନଗର ର ବିଶ୍ଵନାଥ ମହାରଣାଙ୍କ ଝିଅ ଉଷାରାଣୀ ମହାରଣା ସ୍ବାମୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?