ଯାଜପୁରରେ ୨, କେନ୍ଦ୍ରାପଡ଼ା ଜିଲାକୁ ନାହିଁ

କେନ୍ଦ୍ରାପଡ଼ା ଅଫିସ, ୨୩ା୨: ରାଜ୍ୟ ସରକାରଙ୍କ ସ୍ବାସ୍ଥ ଓ ପରିବାର ମଙ୍ଗଳ ବିଭାଗ ପକ୍ଷରୁ ରାଜ୍ୟର ୭ଟି ସ୍ଥାନରେ ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଖୋଲିବ ବୋଲି ମଙ୍ଗଳବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିରେ ଏହି ସ୍ବାସ୍ଥ୍ୟ ସେବା ସ୍ଥାପନ ପାଇଁ ମାସାଧିକ ସମୟ ଆନ୍ଦୋଳନ ଜାରି ରହିଥିଲେ ମଧ୍ୟ କେନ୍ଦ୍ରାପଡ଼ା ସହରର ନାମ ଉଲ୍ଲେଖ ନାହିଁ। ଯାହାକୁ ନେଇ ସହରବାସୀ ଅସନ୍ତୋଷ ବ୍ୟକ୍ତ କରିବା ସହିତ ଆନ୍ଦୋଳନକୁ ତୀବ୍ର କରିବାକୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ମେଡ଼ିକାଲ ବଞ୍ଚାଅ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଆନ୍ଦୋଳନର ରୂପରେଖ ପ୍ରସ୍ତୁତ କରି ଆମରଣ ଅନଶନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ସେହିପରି ବିଭିନ୍ନ ରାଜନୈତିକ ଦଳ ଓ ସଙ୍ଗଠନ ସୂଚନା ମୁତାବକ, ସ୍ଥାନୀୟ ଶାସକ ଦଳର ନେତାଙ୍କୁ ଏଥର ଟାର୍ଗେଟ ହେବ ବୋଲି ଜଣାଇଛନ୍ତି।
ଏ ସମ୍ପର୍କରେ କମିଟି କର୍ମକର୍ତ୍ତା ଗୟାଧର ଧଳ, ଅଜୟ ସାମଲ, ହେମନ୍ତ ଜେନା, ବରିଷ୍ଠ କଂଗ୍ରେସ ନେତା ଗଣେଶ୍ୱର ବେହେରା, ଜିଲା ଭାଜପା ସଭାପତି କିଶୋର ଚନ୍ଦ୍ର ପଣ୍ଡା, ଆପ ଜିଲା ସଭାପତି ସନ୍ଦୀପ୍ତ ଦାସ ପ୍ରମୁଖ କହିଛନ୍ତି, ସିଟି ହସ୍ପିଟାଲ ଦାବିକୁ ନେଇ ଗତ ସପ୍ତାହରେ ସମ୍ମତ୍ତି ଦେଇଥିଲେ। ବିଜେଡିର କର୍ମକର୍ତ୍ତାମାନେ ଆନ୍ଦୋଳନସ୍ଥଳକୁ ଆସି ବିଧାୟକଙ୍କ ଚିଠି ଦେଖାଇବା ସହ ସିଟି ହସ୍ପିଟାଲ ସ୍ଥାପନ ଦାବି ସମ୍ପର୍କରେ ରାଜ୍ୟ ସରକାରଙ୍କୁ ଜଣାଇବେ ବୋଲି କହିଥିଲେ। ତେବେ ମଙ୍ଗଳବାର ପ୍ରକାଶିତ ବିଜ୍ଞପ୍ତିରେ ରାଜ୍ୟର ୬ ଜିଲାରେ ୭ଟି ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ପାଇଁ ଉଲ୍ଲେଖ ଅଛି। ଏପରି କି କେନ୍ଦ୍ରାପଡ଼ା ଜିଲାର ଦୀର୍ଘଦିନର ଆନ୍ଦୋଳନ ସତ୍ତ୍ୱେ ମେଡ଼ିକାଲ କଲେଜ ଖୋଲିବାକୁ ନିଷ୍ପତ୍ତି ନିଆଯାଇଥିବା ବେଳେ ଏବେ ଯାଜପୁର ରୋଡ ଓ ଟାଉନରେ ୨ଟି ସହରାଞ୍ଚଳ ସ୍ବାସ୍ଥ୍ୟକେନ୍ଦ୍ର ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି। ଯାହା ଆନ୍ଦୋଳନ ପ୍ରତି ଶାସକ ଦଳର ଉପହାସ ପରି ହୋଇଛି। ବିଜୁବାବୁଙ୍କ ରାଜନୈତିକ କର୍ମସ୍ଥଳୀ ଓ ମୁଖ୍ୟମନ୍ତ୍ରୀ ନିଜେ ଏହି ଜିଲାର ଦାୟିତ୍ୱ ନେଇଥିବା କଥା ନିର୍ବାଚନ ସମୟରେ ଉଲ୍ଲେଖ କରୁଥିବା ବେଳେ ଏବେ ଏହା କେବଳ ନିର୍ବାଚନୀ ପ୍ରତିଶ୍ରୁତି ଥିଲା। ସ୍ଥାନୀୟ ଅଞ୍ଚଳର ସ୍ବାର୍ଥକୁ ଦୃଷ୍ଟିରେ ରଖି ବିଭିନ୍ନ ଦାବି ଉପସ୍ଥାପନ କରାଯାଉଛି। ମାତ୍ର ଶାସକ ଦଳର ସ୍ଥାନୀୟ ନେତାମାନେ ଏହାକୁ ଅଣଦେଖା କରି ଚାଲିଛନ୍ତି। ଏବେ ଏହାକୁ ଜିଲାବାସୀ ବରଦାସ୍ତ କରିବେ ନାହିଁ। ଆମରଣ ଅନଶନ ଓ ଆଇନ ଅମାନ୍ୟ ପରି କଠୋର ପଦକ୍ଷେପ ଆଗକୁ ନିଆଯିବ ବୋଲି ସେମାନେ ମତ ଦେଇଛନ୍ତି। ସୂଚନାଯୋଗ୍ୟ, ସହରର ଖଡ଼ଇଙ୍ଗସ୍ଥିତ ପୁରୁଣା ଜିଲା ମୁଖ୍ୟ ଚିକିତ୍ସାଳୟକୁ ଜାନୁୟାରୀ ପ୍ରଥମ ସପ୍ତାହରେ ସହର ନିକଟ ଶାମଗୁଡ଼ିଆକୁ ସ୍ଥାନାନ୍ତର କରାଯାଇଛି। ପୁରୁଣା ସ୍ଥାନର ଭିତ୍ତିଭୂମି ଉପରେ ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ସ୍ଥାପନ ପାଇଁ ଆରମ୍ଭରୁ ସ୍ମାରକପତ୍ର ପ୍ରଦାନ ସହ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଫେବୃୟାରୀ ୧୭ରେ କେନ୍ଦ୍ରାପଡ଼ା ସହରକୁ ମେଡ଼ିକାଲ ବଞ୍ଚାଅ କ୍ରିୟାନୁଷ୍ଠାନ କମିଟିର ଡାକରାରେ ସମ୍ପୂର୍ଣ୍ଣ ବନ୍ଦ କରାଯାଇଥିଲା। ସେହିମାସ ୨୪ ତାରିଖରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆନ୍ଦୋଳନ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍‌ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍‌ପି  ଶୁଭେନ୍ଦୁ କୁମାର ପାତ୍ର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri