ଡାଇରିଆ କବଳରୁ ମୁକ୍ତ ହେଉଛି ଯାଜପୁର, ହୋଟେଲ ଖୋଲିବାକୁ ବ୍ୟବସାୟୀଙ୍କ ନିବେଦନ

ଧର୍ମଶାଳା,୨୮ା୬(ଶବି ପ୍ରସାଦ ମହାନ୍ତି): ଡାଇରିଆ କବଳରେ ଥିବା ଯାଜପୁର ଜିଲାର ସ୍ଥିତି ବର୍ତ୍ତମାନ ଧିରେ ଧିରେ ସୁଧୁରିଛି। ଜିଲାର ବିଭିନ୍ନ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀଙ୍କ ସଂଖ୍ୟା ବଢ଼ି ସ୍ଥିତି ଗମ୍ଭୀର ହେବା ଫଳରେ କେନ୍ଦ୍ର, ରାଜ୍ୟ ଓ ଜିଲା ପ୍ରଶାସନର ତତ୍ପରତା ଫଳରେ ସ୍ଥିତିରେ ପରିବର୍ତ୍ତନ ଦେଖିବାକୁ ମିଳୁଛି। ୨୭ ତାରିଖ ଅପରାହ୍ନରେ ଜିଲାରେ ମୋଟ୍‌ ୮୦ଜଣ ରୋଗୀ ବିଭିନ୍ନ ଗୋଷ୍ଠୀ ସ୍ବାସ୍ଥ୍ୟାକେନ୍ଦ୍ରରେ ଚିକିତ୍ସିତ ହେଉଥିବା ବେଳେ ସେଥି ମଧ୍ୟରୁ ଧର୍ମଶାଳା ଗୋଷ୍ଠୀ କେନ୍ଦ୍ରରେ ୮ଜଣ ରୋଗୀ ଚିକିତ୍ସିତ ହେଉଥିବା ଖବର ମିଳିଥିଲା।

ସେହିପରି ଆଜି ସକାଳୁ ମଧ୍ୟ ଜଣେ ନୂଆ ରୋଗୀଙ୍କୁ ମିଶାଇ ଧର୍ମଶାଳା ଗୋଷ୍ଠୀ କେନ୍ଦ୍ରରେ ୮ଜଣ ରୋଗୀ ଚିକିତ୍ସିତ ହେଉଛନ୍ତି। ସବୁଠାରୁ ବଡ଼ କଥା ଡାଇରିଆରେ ସ୍ଥିତି ସାଙ୍ଘାତିକ ହେବା ଦେଖି ଜିଲା ପ୍ରଶାସନ ଓ ସ୍ଥାନୀୟ ତହସିଲ ପ୍ରଶାସନ ପକ୍ଷରୁ ବିଭିନ୍ନ ଅଞ୍ଚଳରେ ଥିବା ଢାବା, ହୋଟେଲ, ଜଳଖିଆ ଦୋକାନ, ମାଛ ଭଳି ବିଭିନ୍ନ ଦୋକାନ ବନ୍ଦ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା। ଯାହାକୁ ବିଭିନ୍ନ ବ୍ୟବସାୟୀ ସହଯୋଗ କରି ବନ୍ଦ ମଧ୍ୟ କରିଥିଲେ। ବର୍ତ୍ତମାନ ରୋଗୀଙ୍କ ସଂଖ୍ୟା କମିଥିବା ଓ ସ୍ଥିତିରେ ସୁଧାର ଆସିଥିବା ବେଳେ ଧର୍ମଶାଳା ଅଞ୍ଚଳର ବିଭିନ୍ନ ଦୋକାନ ବଜାର ବନ୍ଦ କରି ରଖିଥିବା ବ୍ୟବସାୟୀମାନେ ଦୋକାନ ବଜାର ଖୋଲିବା ପାଇଁ ପ୍ରଶାସନ ପାଖେ ନିବେଦନ କରିଛନ୍ତି। ଏହା ଉପରେ ଜିଲା ପ୍ରଶାସନ ଦୃଷ୍ଟି ଦେବାର ଆବଶ୍ୟକତା ଥିବା ବୁଦ୍ଧିଜୀବୀ ମହଲରେ ଚର୍ଚ୍ଚା ଧରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...

କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri