ଡାଇରିଆ କବଳରୁ ମୁକ୍ତ ହେଉଛି ଯାଜପୁର, ହୋଟେଲ ଖୋଲିବାକୁ ବ୍ୟବସାୟୀଙ୍କ ନିବେଦନ

ଧର୍ମଶାଳା,୨୮ା୬(ଶବି ପ୍ରସାଦ ମହାନ୍ତି): ଡାଇରିଆ କବଳରେ ଥିବା ଯାଜପୁର ଜିଲାର ସ୍ଥିତି ବର୍ତ୍ତମାନ ଧିରେ ଧିରେ ସୁଧୁରିଛି। ଜିଲାର ବିଭିନ୍ନ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀଙ୍କ ସଂଖ୍ୟା ବଢ଼ି ସ୍ଥିତି ଗମ୍ଭୀର ହେବା ଫଳରେ କେନ୍ଦ୍ର, ରାଜ୍ୟ ଓ ଜିଲା ପ୍ରଶାସନର ତତ୍ପରତା ଫଳରେ ସ୍ଥିତିରେ ପରିବର୍ତ୍ତନ ଦେଖିବାକୁ ମିଳୁଛି। ୨୭ ତାରିଖ ଅପରାହ୍ନରେ ଜିଲାରେ ମୋଟ୍‌ ୮୦ଜଣ ରୋଗୀ ବିଭିନ୍ନ ଗୋଷ୍ଠୀ ସ୍ବାସ୍ଥ୍ୟାକେନ୍ଦ୍ରରେ ଚିକିତ୍ସିତ ହେଉଥିବା ବେଳେ ସେଥି ମଧ୍ୟରୁ ଧର୍ମଶାଳା ଗୋଷ୍ଠୀ କେନ୍ଦ୍ରରେ ୮ଜଣ ରୋଗୀ ଚିକିତ୍ସିତ ହେଉଥିବା ଖବର ମିଳିଥିଲା।

ସେହିପରି ଆଜି ସକାଳୁ ମଧ୍ୟ ଜଣେ ନୂଆ ରୋଗୀଙ୍କୁ ମିଶାଇ ଧର୍ମଶାଳା ଗୋଷ୍ଠୀ କେନ୍ଦ୍ରରେ ୮ଜଣ ରୋଗୀ ଚିକିତ୍ସିତ ହେଉଛନ୍ତି। ସବୁଠାରୁ ବଡ଼ କଥା ଡାଇରିଆରେ ସ୍ଥିତି ସାଙ୍ଘାତିକ ହେବା ଦେଖି ଜିଲା ପ୍ରଶାସନ ଓ ସ୍ଥାନୀୟ ତହସିଲ ପ୍ରଶାସନ ପକ୍ଷରୁ ବିଭିନ୍ନ ଅଞ୍ଚଳରେ ଥିବା ଢାବା, ହୋଟେଲ, ଜଳଖିଆ ଦୋକାନ, ମାଛ ଭଳି ବିଭିନ୍ନ ଦୋକାନ ବନ୍ଦ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା। ଯାହାକୁ ବିଭିନ୍ନ ବ୍ୟବସାୟୀ ସହଯୋଗ କରି ବନ୍ଦ ମଧ୍ୟ କରିଥିଲେ। ବର୍ତ୍ତମାନ ରୋଗୀଙ୍କ ସଂଖ୍ୟା କମିଥିବା ଓ ସ୍ଥିତିରେ ସୁଧାର ଆସିଥିବା ବେଳେ ଧର୍ମଶାଳା ଅଞ୍ଚଳର ବିଭିନ୍ନ ଦୋକାନ ବଜାର ବନ୍ଦ କରି ରଖିଥିବା ବ୍ୟବସାୟୀମାନେ ଦୋକାନ ବଜାର ଖୋଲିବା ପାଇଁ ପ୍ରଶାସନ ପାଖେ ନିବେଦନ କରିଛନ୍ତି। ଏହା ଉପରେ ଜିଲା ପ୍ରଶାସନ ଦୃଷ୍ଟି ଦେବାର ଆବଶ୍ୟକତା ଥିବା ବୁଦ୍ଧିଜୀବୀ ମହଲରେ ଚର୍ଚ୍ଚା ଧରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଏମପିଙ୍କ ବଡ଼ ସୂଚନା, ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ

ବରଗଡ଼,୨ା୭:(ପ୍ରେମାନନ୍ଦ ଖମାରୀ):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ ହୋଇଛି । ଆସନ୍ତା ୪ ତାରିଖରେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଥିବା ବେଳେ ଏହା ବାତିଲ…

ବିକାଶ ବାଟବଣା: ବସଷ୍ଟାଣ୍ଡରେ ଲହଡ଼ି ମାରୁଛି ବର୍ଷାଜଳ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ବିକାଶ ବାଟବଣା ହୋଇ ପଡ଼ିଛି। ଏଠାରେ ଡ୍ରେନେଜ ବ୍ୟବସ୍ଥା ଭୁଷୁଡି ପଡିଛି। ସାମାନ୍ୟ ବର୍ଷାରେ ବରଗଡ ସହର କେନ୍ଦ୍ରସ୍ଥଳୀରେ ରହିଥିବା ସରକାରୀ…

ଇନଷ୍ଟାଗ୍ରାମ ପ୍ରେମର ଭୟଙ୍କର ଅନ୍ତ; ପ୍ରେମିକାଙ୍କୁ ହତ୍ୟା ପରେ କବର ଦେଲେ ପ୍ରେମିକ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୨ା୭: ଉତ୍ତର ପ୍ରଦେଶର ପ୍ରୟାଗରାଜରୁ ଏକ ଅଜବ ଏବଂ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଇନଷ୍ଟାଗ୍ରାମରୁ ହୋଇଥିବା ପ୍ରେମ ମୃତ୍ୟୁର କାରଣ ସାଜିଛି । ଘଟଣାଟି ପ୍ରୟାଗରାଜର…

ଓଡ଼ିଶା ପାଇଁ ଗୌରବ ଆଣିଲେ ଓମପ୍ରକାଶ: ଅନ୍ତର୍ଜାତୀୟ ବାଳୁକା କଳା ପ୍ରଦର୍ଶନୀରେ…

କର୍ଲାମୁଣ୍ଡା,୨।୭(ପ୍ରଦୀପ କୁମାର ସାହୁ):ଆସନ୍ତା ୪ରୁ ୧୦ ଜୁଲାଇ ପର୍ଯ୍ୟନ୍ତ ତାଇୱାନରେ ଅନୁଷ୍ଠିତ ହେବାକୁ ଥିବା ଟଙ୍ଗସାଇଓ ବାଲୁକା ଭାସ୍କର୍ଯ୍ୟ କଳା ପ୍ରଦର୍ଶନରେ ଭାଗନେବା ପାଇଁ ପୁଣିଥରେ ନିମନ୍ତ୍ରିତ…

୫୦ହଜାର ଖସିଲାଣି ସୁନାଦର! ଏକ୍ସପର୍ଟ କହିଲେ ଆଗକୁ ଲକ୍ଷେ ତଳକୁ…

ନୂଆଦିଲ୍ଲୀ, ୨ା୭: ସୁନା ବଜାରରେ ଜାରି ରହିଥିବା ଦ୍ରୁତ ଅଭିବୃଦ୍ଧି ଏବେ ଓଲଟା ମୋଡ଼ ନେଇଛି। ଚଳିତ ବର୍ଷ ପ୍ରାରମ୍ଭରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX)ରେ ପ୍ରତି…

ହ୍ବାଟ୍ସଆପ୍‌ ‘ୟୁଜରନେମ’କୁ ନେଇ ମେଟାର ସ୍ପଷ୍ଟୀକରଣ, ନମ୍ବର ଓ ବ୍ୟକ୍ତିଗତ ତଥ୍ୟକୁ…

ନୂଆଦିଲ୍ଲୀ, ୨ା୭: ହ୍ୱାଟସଆପର ନୂତନ ୟୁଜରନେମ୍ ଫିଚରକୁ ନେଇ ବିବାଦ ଦେଖାଯାଇଥିବା ବେଳେ ମେଟା ସ୍ପଷ୍ଟୀକରଣ ଦେଇଛି । କମ୍ପାନୀ କହିଛି ଯେ ସରକାରଙ୍କ ଦ୍ୱାରା ଉଠାଯାଇଥିବା…

ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି: ରୋଗୀସେବା ବ୍ୟାହତ

ରାଇକିଆ,୨।୭(ପ୍ରଦୀପ ବେହେରା): ଓମସାର ଆହ୍ବାନ କ୍ରମେ ଡାକ୍ତରମାନେ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କାଳ ପାର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ ଦ୍ୱିତୀୟ ଦିନରେ ପହଞ୍ଚିଛି। ୧୦ ଦଫା ଦାବି ପୂରଣ ନ…

ଚାଇନାକୁ ଅଲ୍ଟିମେଟମ ଦେଲା ଆମେରିକା: ଟ୍ରମ୍ପ କହିଲେ, ନଜର ପକାଇଲେ ଛାଡ଼ିବୁନି

ଓ୍ବାଶିଂଟନ୍‌,୨।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ପାନାମା କେନାଲ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ମନ୍ତବ୍ୟ ଦେଇଛନ୍ତି ଯେ, ଆମେରିକା କେବେବି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri