କେନ୍ଦ୍ର ଶୁଣୁନି ଓଡ଼ିଶା ଏମ୍‌ପିଙ୍କ ଦାବି

ଯାଜପୁର ଅଫିସ,୧୮ା୧୨: ସୂଚନା ଅଧିକାର ଆଇନ (ଆର୍‌ଟିଆଇ) ବଳରେ ମିଳିଥିବା ତଥ୍ୟ ଅନୁସାରେ ପୂର୍ବତଟ ରେଳପଥ ଜୋନରେ ଗତ ୩ ବର୍ଷରେ ରାଜସ୍ବ ଆଦାୟ ଅନ୍ୟ ଜୋନ୍‌ ତୁଳନାରେ ସର୍ବାଧିକ। ୨୦୧୯-୨୦ରେ ୧୭,୭୪୬.୫୫ କୋଟି, ୨୦୨୦-୨୧ରେ ୧୭,୪୯୭.୫୦ କୋଟି ଏବଂ ୨୦୨୧-୨୨ରେ ୧୯,୯୭୩.୮୦ କୋଟି ଟଙ୍କା ରାଜସ୍ବ ଆଦାୟ ହୋଇଛି। ଅଥଚ ସବୁ ପ୍ରକାର ଭିତ୍ତିଭୂମି ଥାଇ ପୂର୍ବତଟ ରେଳପଥ ଜୋନ୍‌ର ଯାଜପୁର ଜିଲାର ଯାଜପୁର-କେନ୍ଦୁଝରରୋଡ୍‌ ରେଳଷ୍ଟେଶନକୁ ଡିଭିଜନ ମାନ୍ୟତା ମିଳିପାରୁନାହିଁ। ଏହାସହ ଦୀର୍ଘଦିନର ଦାବି ବିରଜାକ୍ଷେତ୍ର ଏବଂ ଆରଡିକୁ ରେଳପଥ ସଂଯୋଗ ସର୍ଭେରେ ଅଟକିଛି। ଏନେଇ ରାଜନୈତିକ ନେତୃବର୍ଗ ଓ ବିଭିନ୍ନ ସାମାଜିକ ଅନୁଷ୍ଠାନ ପକ୍ଷରୁ ଦାବି, ଦସ୍ତଖତ ଅଭିଯାନ, ଆନ୍ଦୋଳନ ଆଦି ଜରିଆରେ କେନ୍ଦ୍ର ସରକାର ଓ ରେଲୱେ କର୍ତ୍ତୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରାଯାଉଥିଲେ ମଧ୍ୟ କିଛି ସୁଫଳ ମିଳି ପାରୁନାହିଁ। ଏପରିକି ଏମ୍‌ପିମାନେ ଦୀର୍ଘ ବର୍ଷ ହେଲା ଲୋକ ସଭାରେ ଏନେଇ ଦାବି ଉପସ୍ଥାପନ କରୁୁଥିଲେ ହେଁ ରେଳ ମନ୍ତ୍ରଣାଳୟ ଅଣଦେଖା କରିଚାଲିଛି। ଯାଜପୁର ଏମ୍‌ପି ଶର୍ମିଷ୍ଠା ସେଠୀ ଓ ଭଦ୍ରକ ଏମ୍‌ପି ମଞ୍ଜୁଲତା ମଣ୍ଡଳ ଯାଜପୁର-କେନ୍ଦୁଝରରୋଡ୍‌ ଷ୍ଟେଶନକୁ ଡିଭିଜନ ମାନ୍ୟତା ଏବଂ ଭଦ୍ରକ-ଚାନ୍ଦବାଲି-ଆଖଣ୍ଡଳମଣି-ଯାଜପୁରକୁ ନୂତନ ରେଳପଥ ସଂଯୋଗ କରିବାକୁ ଦାବି କରି ଆସୁଥିଲେ ବି କିଛି ସୁଫଳ ମିଳି ପାରୁନାହିଁ। ଓଡ଼ିଶା ଏମ୍‌ପିଙ୍କ ଦାବିକୁ କେନ୍ଦ୍ର ସରକାର ଶୁଣୁ ନ ଥିବା ସ୍ପଷ୍ଟ ମନେ ହେଉଛି। ଏହାସହ ଯାଜପୁର-କେନ୍ଦୁଝର ରୋଡ ଷ୍ଟେଶନର ସାଇ ମନ୍ଦିର ନିକଟରେ ଏକ ଫ୍ଲାଏଓଭର ବ୍ରିଜ କିମ୍ବା ଗଳିପୋଲ ନିର୍ମାଣ କରିବାକୁ ଗତ ବଜେଟରେ ମଞ୍ଜୁର ହୋଇଥିଲେ ହେଁ ତାହାର ଅଗ୍ରଗତି ନୈରାଶ୍ୟଜନକ ରହିଛି।
ଯାଜପୁର-କେନ୍ଦୁଝରରୋଡ୍‌ ଷ୍ଟେଶନଠାରୁ ଧାମରା ଭାୟା ଯାଜପୁର ଓ ଆରଡି ପର୍ଯ୍ୟନ୍ତ ୯୫.୯୫୦ କି.ମି. ନୂତନ ରାସ୍ତା ପାଇଁ କେନ୍ଦ୍ର ସରକରଙ୍କ ନିର୍ଦ୍ଦେଶକ୍ରମେ ୨୦୧୨-୧୩ରେ ସର୍ବେକ୍ଷଣ ହୋଇଥିଲା। ୨୦୧୫ ଏପ୍ରିଲରେ ରେଳ ମନ୍ତ୍ରଣାଳୟ ଅଧୀନ ରେଲଓ୍ବେ ବୋର୍ଡ ନିକଟରେ ନଥିପତ୍ର ଦାଖଲ କରାଯାଇଛି। ଏହି ରେଳପଥ ନିର୍ମାଣ ପାଇଁ ୧୦୪୨.୬୨ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ଆକଳନ ମଧ୍ୟ ହୋଇଛି। ଏହା ନିର୍ମାଣ ହେଲେ ପୂର୍ବତଟ ରେଳପଥ ବର୍ଷକୁ ୨୭.୪୩ ପ୍ରତିଶତ ଲାଭବାନ ହେବ ବୋଲି କୁହାଯାଇଛି। କିନ୍ତୁ ଏହି ରେଳପଥ ନିର୍ମାଣକୁ ଅଣଦେଖା କରାଯାଉଥିବାବେଳେ ଲାଭ ନ ଥିବା ପ୍ରକଳ୍ପଗୁଡିକୁ ମଞ୍ଜୁର କରାଯାଉଛି ବୋଲି ମତପ୍ରକାଶ ପାଇଛି। ଅନ୍ୟପକ୍ଷେ କେନ୍ଦ୍ର ସରକାର ଯାଜପୁର ଜିଲାର କଳିଙ୍ଗନଗରକୁ ଏସିଆର ବୃହତ୍‌ ଶିଳ୍ପ ହବ୍‌ ବୋଲି କହୁଛନ୍ତି ା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଯାଜପୁର-କେନ୍ଦୁଝର ରୋଡ୍‌ ଷ୍ଟେଶନକୁ ଏକ ରେଳ ଡିଭିଜନ ସ୍ଥାପନ ପାଇଁ ଅନୁରୋଧ କରିଛନ୍ତି। ଏଥିନିମନ୍ତେ ଆବଶ୍ୟକ ଜମି ଯୋଗାଇଦେବାକୁ ରାଜ୍ୟ ସରକାର ପ୍ରତିଶ୍ରୁତି ଦେଇଛନ୍ତି। ଜିଲାରେ ୪ଟି ଜଙ୍କସନ ଓ ୨୧ଟି ରେଳଷ୍ଟେଶନ ରହିଛି। ପଡୋଶୀ ଜିଲାରେ ରହିଥିବା ଧାମରା ଓ ପାରାଦୀପ ବନ୍ଦର ସହ ବାଣିଜି୍ୟକ କାରବାର ବୃଦ୍ଧି ପାଇଁ ଏହି ଡିଭିଜନର ଆବଶ୍ୟକତା ରହିଛି ା ଏଭଳି ସ୍ଥିତିରେ ଅଗ୍ରାଧିକାର ଭିତ୍ତିରେ ଏଠାରେ ରେଳ ଡିଭିଜନ ପ୍ରତିଷ୍ଠା ପାଇଁ ଏମ୍‌ପିମାନେ ଦାବି କରି ଆସୁଛନ୍ତି। ଏହାବାଦ ବ୍ୟାସନଗର ନାଗରିକ କମିଟି, ଯାଜପୁର-ଧାମରା ରେଳପଥ ସଂଯୋଗ କ୍ରିୟାନୁଷ୍ଠାନ କମିଟି, ବିରଜାକ୍ଷେତ୍ର ବିକାଶ ମଞ୍ଚ ଆଦି ଅନୁଷ୍ଠାନ ପକ୍ଷରୁ ଉପରୋକ୍ତ ମର୍ମରେ ଦାବି ହୋଇଆସୁଛି। ଚଳିତ ଲୋକ ସଭା ଅଧିବେଶନରେ ଯାଜପୁର ଏମ୍‌ପି ଶର୍ମିଷ୍ଠା ଉପରୋକ୍ତ ଦାବିଗୁଡିକୁ ପୁଣି ଦୋହରାଇଛନ୍ତି। ହେଲେ କେନ୍ଦ୍ର ସରକାର ଏହି ଦାବିଗୁଡିକୁ ଅଣଦେଖା କରି ଆସୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

ଭୋଜି ସାରି ଫେରୁଥିଲେ, ମୁହାଁମୁହିଁ ହେଲା ୨ ବାଇକ୍‌, ଆଉ ତା’ ପରେ…

ଭଞ୍ଜନଗର,୧୯ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳଭଣ୍ଡାର ସେତୁ ନିକଟରେ ଶୁକ୍ରବାର ଅପରାହ୍ନରେ ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବାସୁ ଦାସ...

୬ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର, ଦେଖିବାକୁ ଲୋକଙ୍କ ଭିଡ଼

ଧର୍ମଶାଳା,୧୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଗଡମଧୁପୁର ନିକଟରୁ ଏକ ୬ଫୁଟ ଲମ୍ବର ଅଜଗର ଶୁକ୍ରବାର ଦିନ ଉଦ୍ଧାର କରାଯାଇଛି। ଗ୍ରାମରେ ଥିବା ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri