କୋରେଇ ରାଜନୀତିରେ ନାଟକୀୟ ମୋଡ଼, ଅଭିନେତା ବନାମ ଅଭିନେତ୍ରୀଙ୍କ ଭିତରେ ହୋଇପାରେ ଲଢେଇ!

ଯାଜପୁର,୪।୪: କୋରେଇ ବିଧାନସଭା ଆସନରେ ମୁହାଁମୁହିଁ ହୋଇପାରନ୍ତି ଅଭିନେତା ଅଭିନେତ୍ରୀ। ଭାଜପା ଏଠାରେ ଅଭିନେତା ଆକାଶ ଦାସ ନାୟକଙ୍କୁ ପ୍ରାର୍ଥୀ ଘୋଷଣା କରିଥିବା ବେଳେ କୋରେଇରୁ ନିର୍ବାଚନ ଲଢ଼ିବାକୁ ଇଚ୍ଛା ପ୍ରକାଶ କରିଛନ୍ତି ଝିଲିକ୍ ଭଟ୍ଟାଚାର୍ଯ୍ୟ। କୋରେଇ ନିର୍ବାଚନ ମଣ୍ଡଳୀର ଶତାଧିକ ବ୍ୟକ୍ତି ଗୁରୁବାର ସୁକିନ୍ଦା ବିଧାୟକ ପ୍ରାର୍ଥୀ ପ୍ରୀତିରଂଜନ ଘଡ଼ାଇଙ୍କ ଯାଜପୁର ରୋଡ ସ୍ଥିତ ବାସଭବନରେ ପହଞ୍ଚି ପତ୍ନୀ ଝିଲିକ୍ ଭଟ୍ଟାଚାର୍ଯ୍ୟଙ୍କୁ କୋରେଇ ବିଧାନସଭା ଆସନରୁ ପ୍ରାର୍ଥୀ ହେବାକୁ ଅନୁରୋଧ କରିଥିଲେ।

ଲୋକମାନଙ୍କର ଅନୁରୋଧ ଶୁଣିବା ପରେ ଝିଲିକ୍ ପ୍ରତିକ୍ରିୟା ଦେଇ କହିଛନ୍ତି ‘ବିଜେଡି ସୁପ୍ରିମୋ ଯଦି ଅନୁମତି ଦେବେ, ତେବେ କୋରେଇରୁ ନିର୍ବାଚନ ଲଢିବି’। ତେବେ ଝିଲିକଙ୍କ ଏଭଳି ବୟାନ ପରେ କୋରେଇ ନିର୍ବାଚନମଣ୍ଡଳୀକୁ ଘଡ଼ାଇ ପରିବାର ପୁଣି ଫେରିବା ଚର୍ଚ୍ଚା ଆରମ୍ଭ ହୋଇଛି। ତେବେ ବର୍ତମାନ ସୁଦ୍ଧା ବିଜେଡି ୯୯ ପ୍ରାର୍ଥୀଙ୍କ ତାଲିକା ଘୋଷଣା କରିଥିଲା ବେଳେ କୋରେଇ ପାଇଁ ପ୍ରାର୍ଥୀ ଘୋଷଣା କରିନାହିଁ।

ଅନ୍ୟପଟେ ବିଜେଡିରେ ଟିକେଟ୍ ଆଶା କ୍ଷୀଣ ହେବା ପରେ ଆକାଶ ଭଜାପରେ ଯୋଗ ଦେଇଥିଲେ। ଏହାପରେ ଭାଜପା ତାଙ୍କୁ କୋରେଇରୁ ପ୍ରାର୍ଥୀ ଘୋଷଣା କରିଛି। ପୂର୍ବରୁ ଆକାଶ ଏବଂ ଝିଲିକଙ୍କ ସ୍ୱାମୀ ପ୍ରୀତିରଞ୍ଜନ ଘଡ଼ାଇ କୋରେଇରୁ ନିର୍ବାଚନ ଲଢ଼ି ବିଧାୟକ ହୋଇଛନ୍ତି। ତେଣୁ କୋରେଇରେ ଉଭୟଙ୍କର ପ୍ରୀତିରଞ୍ଜନଙ୍କର ପୁରୁଣା ସଙ୍ଗଠନ ରହିଛି। ତେଣୁ ବିଜେଡି ପୁଣିଥରେ ଘଡାଇ ପରିବାରରୁ କାହାକୁ କୋରେଇ ଆସନରେ ପ୍ରାର୍ଥୀ କରି ବିଜୟୀ ହେବାକୁ ଯୋଜନା କରୁଥିବା ଚର୍ଚ୍ଚା ହେଲାଣି।

 


Enter your email to get our daily news in your inbox.

All Right Reserved By Dharitri.Com

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

ବିମାନକୁ କ୍ରାଶ କରିବାକୁ….ବଡ଼ ବୟାନ ଦେଲେ ପ୍ରଧାନମନ୍ତ୍ରୀ, ବିଶ୍ବରେ ହଇଚଇ!

ଦୁବାଇରୁ ଇସ୍ରାଏଲ ଯାଉଥିବା ଏକ ଫ୍ଲାଇଦୁବାଇ ବିମାନରେ ହୋଇଥିବା ଅଘଟଣକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତନ୍ୟାହୁ । ବିମାନ ଇସ୍ରାଏଲ ନିକଟରେ ପହଞ୍ଚିବା…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ପ୍ରସିଦ୍ଧ ଅଗ୍ନି ଭୈରବଙ୍କ ଝାମୁଯାତ୍ରା ମହାଆଡ଼ମ୍ବରରେ ସମ୍ପନ୍ନ, କମ୍ପିଲା ଲାଞ୍ଜିଗଡ଼; ତତଲା ନିଆଁ ଉପରେ ଚାଲିଲେ…

ଲାଞ୍ଜିଗଡ଼,୩୦ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ସହରର ପରମ ଆରାଧ୍ୟ ଦେବତା ଅଗ୍ନି ଭୈରବଙ୍କ ବିଶ୍ୱପ୍ରସିଦ୍ଧ ଝାମୁଯାତ୍ରା ବୁଧବାର ମହା ସମାରୋହରେ ପାଳିତ ହୋଇଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?