ଯାଜପୁର, ମୟୂରଭଞ୍ଜ ସିଏସ୍‌ଓଙ୍କୁ ଜବାବ ତଲବ

ଯାଜପୁର ଅଫିସ,୨୩।୨: ଯାଜପୁର ଜିଲା ବଡ଼ଚଣା ବ୍ଲକ ଓଲରାସ୍ଥିତ ସାବିତ୍ରୀ ଇଣ୍ଡଷ୍ଟ୍ରିଜ ପ୍ରାଇଭେଟ ଲିଃ ଓ ମୟୁରଭଞ୍ଜ ଜିଲା କରଞ୍ଜିଆ ସାବିତ୍ରୀ ରାଇସ୍‌ ଇଣ୍ଡଷ୍ଟ୍ରିଜ ପ୍ରାଇଭେଟ ଲିଃ ଚାଉଳ ଦୁର୍ନୀତି ମାମଲାରେ ସମ୍ପୃକ୍ତ ଅଧିକାରୀମାନଙ୍କ ଅଡୁଆ ବଢିଛି। ଏହି ଦୁର୍ନୀତି ଉପରେ ଡିପାର୍ଟମେଣ୍ଟାଲ ପ୍ରୋସିଡିଂ ହୋଇଥିବା ତକତ୍ାଳୀନ ଏସିଏସ୍‌ଓ ପ୍ରହ୍ଲାଦ ସେଠୀ ଓ ମାର୍କେଟିଂ ଇନ୍ସପେକ୍ଟର (ଏମ୍‌ଆଇ) ବିଶ୍ୱଜିତ୍‌ ମିଶ୍ରଙ୍କ ସଂକ୍ରାନ୍ତରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ନିର୍ଦ୍ଦେଶର କୌଣସି ଅନୁପାଳନ ହୋଇ ପାରିନାହିଁ। ଧରିତ୍ରୀରେ ଗତ ୧୧ ତାରିଖରେ ୬ ବର୍ଷ ହେଲା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ ସୁରକ୍ଷା ଶୀର୍ଷକ ଖବର ପ୍ରକାଶ ପାଇଥିଲା। ଏହାପରେ ଓଡ଼ିଶା ଷ୍ଟେଟ ସିଭିଲ ସପ୍ଲାଏଜ୍‌ କାର୍ପୋରେଶନ(ଓଏସ୍‌ସିଏସ୍‌ସି) ଲିମିଟେଡର ପରିଚାଳନା ନିର୍ଦ୍ଦେଶକ(ଏମ୍‌ଡି) ବିଶ୍ୱଜିତ୍‌ କେଶରୀ ଦାସ ଗତ ୧୯ ତାରିଖରେ ଉଭୟ ଯାଜପୁର ଓ ମୟୁରଭଞ୍ଜ ଜିଲାର ଯୋଗାଣ ଅଧିକାରୀ(ସିଏସ୍‌ଓ) ବା ଡିଷ୍ଟ୍ରିକ୍ଟ ମ୍ୟାନେଜର(ଡିଏମ୍‌)ଙ୍କୁ ଜବାବ ତଲବ କରିଛନ୍ତି। ତାଙ୍କ ପତ୍ରରେ ସେ ଦର୍ଶାଇଛନ୍ତି, ଉଚ୍ଚ କର୍ତ୍ତୃପକ୍ଷଙ୍କ ନିର୍ଦ୍ଦେଶକୁ ଅବଜ୍ଞା ଓ ଅସଦାଚରଣ କରାଯାଇଛି। ତେଣୁ ସରକାରଙ୍କ ପରବର୍ତ୍ତୀ ଅସନ୍ତୋଷର କାରଣ ଏଡାଇବାକୁ ତୁରନ୍ତ ଏହି ଦୁର୍ନୀତି ମାମଲାର ଅନୁପାଳନ କରାଯାଇ ବିହିତ ପଦକ୍ଷେପ ଗ୍ରହଣ କରିବାକୁ ଏମ୍‌ଡି ପୁଣିଥରେ ସୁଯୋଗ ଦେଇଛନ୍ତି।
ଉଲ୍ଲେଖଯୋଗ୍ୟ, ୨୦୧୫-୧୬ ବର୍ଷରେ ସାବିତ୍ରୀ ରାଇସ୍‌ ମିଲରେ ୪ କୋଟି ୪ ଲକ୍ଷ ୨୪ ହଜାର ୩୯୩ ଟଙ୍କାର ଚାଉଳ ହରିଲୁଟ୍‌ ହୋଇଥିଲା। ମିଲ୍‌ ମାଲିକ କୋର୍ଟ କଚେରୀର ଦ୍ୱାରସ୍ଥ ହେବା ପରେ ଯୋଗାଣ ବିଭାଗରେ କିସ୍ତି ଅନୁସାରେ ହରିଲୁଟ୍‌ ଅର୍ଥ ଜମା କରୁଛନ୍ତି। ତେବେ ଏଥିରେ ଅବହେଳା ଓ ଦୁର୍ନୀତିରେ ସାମିଲ ଏସିଏସ୍‌ଓ ସେଠୀ ଓ ଏମ୍‌ଆଇ ମିଶ୍ରଙ୍କ ବିରୋଧରେ ଡିପାର୍ଟମେଣ୍ଟାଲ ପ୍ରୋସିଡିଂ(ଡିପି) ନମ୍ବର ୧୮୨୦/୨୧ା୧ା୨୦୧୭ରେ ମାମଲା ରୁଜୁ କରି ବିଭାଗ ନୀରବ ରହିଛି ା ଇତିମଧ୍ୟରେ ଉଚ୍ଚ କର୍ତ୍ତୃପକ୍ଷ ଏକାଧିକବାର ସମ୍ପୃକ୍ତ ସିଏସ୍‌ଓମାନଙ୍କୁ ଆବଶ୍ୟକ ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇ ଆସୁଛନ୍ତି। ହେଲେ ୨ ଅଧିକାରୀଙ୍କ ଅବସର ପର୍ଯ୍ୟନ୍ତ ସମୟ ଗଡ଼ାଇ ନେବାକୁ ମସୁଧା ହୋଇଥିବାରୁ ଜାଣିଶୁଣି ଉଚ୍ଚ କର୍ତ୍ତୃପକ୍ଷଙ୍କ ନିର୍ଦ୍ଦେଶକୁ ଅବହେଳା କରାଯାଇଛି ବୋଲି ମତପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ଶୀତଳ ଭଣ୍ଡାରରେ ଭୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

ଜୀବିତ ସାବିତ୍ରୀଙ୍କୁ ମୃତ ଦର୍ଶାଇଲା ପ୍ରଶାସନ, ଧରିତ୍ରୀରେ ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର,୧୫ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଓଡରୀ ପଞ୍ଚାୟତ ଦୋଳଗୁଡ଼ା ଗ୍ରାମର ଜଣେ ଅସହାୟା ମହିଳାଙ୍କୁ ନେଇ ପ୍ରଶାସନର ଚରମ ଅବହେଳା…

ବିଜେଡି ମହିଳା ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ: ଜାଣନ୍ତୁ କାହାକୁ କେଉଁଠି ମିଳିଲା…

ଭୁବନେଶ୍ୱର,୧୫ା୨: ବିଜୁ ମହିଳା ଜନତା ଦଳ (BMJD) ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି। ଜିଲା ସଭାନେତ୍ରୀ ଓ କାର୍ଯ୍ୟକାରୀ ସଭାନେତ୍ରୀ ଭାବେ ଦାୟିତ୍ୱ ବଣ୍ଟନ କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri