ଯାଜପୁର, ମୟୂରଭଞ୍ଜ ସିଏସ୍‌ଓଙ୍କୁ ଜବାବ ତଲବ

ଯାଜପୁର ଅଫିସ,୨୩।୨: ଯାଜପୁର ଜିଲା ବଡ଼ଚଣା ବ୍ଲକ ଓଲରାସ୍ଥିତ ସାବିତ୍ରୀ ଇଣ୍ଡଷ୍ଟ୍ରିଜ ପ୍ରାଇଭେଟ ଲିଃ ଓ ମୟୁରଭଞ୍ଜ ଜିଲା କରଞ୍ଜିଆ ସାବିତ୍ରୀ ରାଇସ୍‌ ଇଣ୍ଡଷ୍ଟ୍ରିଜ ପ୍ରାଇଭେଟ ଲିଃ ଚାଉଳ ଦୁର୍ନୀତି ମାମଲାରେ ସମ୍ପୃକ୍ତ ଅଧିକାରୀମାନଙ୍କ ଅଡୁଆ ବଢିଛି। ଏହି ଦୁର୍ନୀତି ଉପରେ ଡିପାର୍ଟମେଣ୍ଟାଲ ପ୍ରୋସିଡିଂ ହୋଇଥିବା ତକତ୍ାଳୀନ ଏସିଏସ୍‌ଓ ପ୍ରହ୍ଲାଦ ସେଠୀ ଓ ମାର୍କେଟିଂ ଇନ୍ସପେକ୍ଟର (ଏମ୍‌ଆଇ) ବିଶ୍ୱଜିତ୍‌ ମିଶ୍ରଙ୍କ ସଂକ୍ରାନ୍ତରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ନିର୍ଦ୍ଦେଶର କୌଣସି ଅନୁପାଳନ ହୋଇ ପାରିନାହିଁ। ଧରିତ୍ରୀରେ ଗତ ୧୧ ତାରିଖରେ ୬ ବର୍ଷ ହେଲା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ ସୁରକ୍ଷା ଶୀର୍ଷକ ଖବର ପ୍ରକାଶ ପାଇଥିଲା। ଏହାପରେ ଓଡ଼ିଶା ଷ୍ଟେଟ ସିଭିଲ ସପ୍ଲାଏଜ୍‌ କାର୍ପୋରେଶନ(ଓଏସ୍‌ସିଏସ୍‌ସି) ଲିମିଟେଡର ପରିଚାଳନା ନିର୍ଦ୍ଦେଶକ(ଏମ୍‌ଡି) ବିଶ୍ୱଜିତ୍‌ କେଶରୀ ଦାସ ଗତ ୧୯ ତାରିଖରେ ଉଭୟ ଯାଜପୁର ଓ ମୟୁରଭଞ୍ଜ ଜିଲାର ଯୋଗାଣ ଅଧିକାରୀ(ସିଏସ୍‌ଓ) ବା ଡିଷ୍ଟ୍ରିକ୍ଟ ମ୍ୟାନେଜର(ଡିଏମ୍‌)ଙ୍କୁ ଜବାବ ତଲବ କରିଛନ୍ତି। ତାଙ୍କ ପତ୍ରରେ ସେ ଦର୍ଶାଇଛନ୍ତି, ଉଚ୍ଚ କର୍ତ୍ତୃପକ୍ଷଙ୍କ ନିର୍ଦ୍ଦେଶକୁ ଅବଜ୍ଞା ଓ ଅସଦାଚରଣ କରାଯାଇଛି। ତେଣୁ ସରକାରଙ୍କ ପରବର୍ତ୍ତୀ ଅସନ୍ତୋଷର କାରଣ ଏଡାଇବାକୁ ତୁରନ୍ତ ଏହି ଦୁର୍ନୀତି ମାମଲାର ଅନୁପାଳନ କରାଯାଇ ବିହିତ ପଦକ୍ଷେପ ଗ୍ରହଣ କରିବାକୁ ଏମ୍‌ଡି ପୁଣିଥରେ ସୁଯୋଗ ଦେଇଛନ୍ତି।
ଉଲ୍ଲେଖଯୋଗ୍ୟ, ୨୦୧୫-୧୬ ବର୍ଷରେ ସାବିତ୍ରୀ ରାଇସ୍‌ ମିଲରେ ୪ କୋଟି ୪ ଲକ୍ଷ ୨୪ ହଜାର ୩୯୩ ଟଙ୍କାର ଚାଉଳ ହରିଲୁଟ୍‌ ହୋଇଥିଲା। ମିଲ୍‌ ମାଲିକ କୋର୍ଟ କଚେରୀର ଦ୍ୱାରସ୍ଥ ହେବା ପରେ ଯୋଗାଣ ବିଭାଗରେ କିସ୍ତି ଅନୁସାରେ ହରିଲୁଟ୍‌ ଅର୍ଥ ଜମା କରୁଛନ୍ତି। ତେବେ ଏଥିରେ ଅବହେଳା ଓ ଦୁର୍ନୀତିରେ ସାମିଲ ଏସିଏସ୍‌ଓ ସେଠୀ ଓ ଏମ୍‌ଆଇ ମିଶ୍ରଙ୍କ ବିରୋଧରେ ଡିପାର୍ଟମେଣ୍ଟାଲ ପ୍ରୋସିଡିଂ(ଡିପି) ନମ୍ବର ୧୮୨୦/୨୧ା୧ା୨୦୧୭ରେ ମାମଲା ରୁଜୁ କରି ବିଭାଗ ନୀରବ ରହିଛି ା ଇତିମଧ୍ୟରେ ଉଚ୍ଚ କର୍ତ୍ତୃପକ୍ଷ ଏକାଧିକବାର ସମ୍ପୃକ୍ତ ସିଏସ୍‌ଓମାନଙ୍କୁ ଆବଶ୍ୟକ ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇ ଆସୁଛନ୍ତି। ହେଲେ ୨ ଅଧିକାରୀଙ୍କ ଅବସର ପର୍ଯ୍ୟନ୍ତ ସମୟ ଗଡ଼ାଇ ନେବାକୁ ମସୁଧା ହୋଇଥିବାରୁ ଜାଣିଶୁଣି ଉଚ୍ଚ କର୍ତ୍ତୃପକ୍ଷଙ୍କ ନିର୍ଦ୍ଦେଶକୁ ଅବହେଳା କରାଯାଇଛି ବୋଲି ମତପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri