ଯଯାତି କେଶରୀଙ୍କ ନାମରେ ନାମିତ ହେବ ଯାଜପୁର ମେଡିକାଲ କଲେଜ ଆଣ୍ଡ୍‌ ହସ୍ପିଟାଲ

ଭୁବନେଶ୍ୱର,୧୩ା୯(ଅସମାପିକା ସାହୁ): ଯାଜପୁର ମେଡିକାଲ କଲେଜ ଆଣ୍ଡ୍‌ ହସ୍ପିଟାଲକୁ ଯଯାତି କେଶରୀଙ୍କ ନାମରେ ନାମିତ କରାଯିବ। ଏହି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଅନୁମୋଦନ କରିଛନ୍ତି।

ନିକଟରେ ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି.କେ. ପାଣ୍ଡିଆନଙ୍କ ଗସ୍ତ ସମୟରେ ଯାଜପୁରବାସୀ ମେଡିକାଲ କଲେଜକୁ ଯଯାତି କେଶରୀଙ୍କ ନାମରେ ନାମିତ କରିବାକୁ ଅନୁରୋଧ କରିଥିଲେ। ପ୍ରାଚୀନ ଓଡିଶାର ପ୍ରସିଦ୍ଧ ସୋମବଂଶୀ ଶାସକ ଯଯାତି କେଶରୀ ଓଡ଼ିଶାର ଲୋକଙ୍କ ହୃଦୟରେ ଏକ ସ୍ବତନ୍ତ୍ର ସ୍ଥାନ ଅଧିକାର କରିଛନ୍ତି। ଚମତ୍କାର ଲିଙ୍ଗରାଜ ମନ୍ଦିର ସହିତ ବହୁ ଗୁରୁତ୍ୱପୂର୍ଣ୍ଣ ମନ୍ଦିର ନିର୍ମାଣ କରିଛନ୍ତି। ତେବେ ଏହି ମହାନ ଐତିହାସିକ ବ୍ୟକ୍ତିତ୍ୱ ପାଇଁ ଏହା ଏକ ବିନମ୍ର ଶ୍ରଦ୍ଧାଞ୍ଜଳି। ଯିଏ ଓଡ଼ିଶାର ଗୌରବ ବଢ଼ାଇଥିଲେ।

୨୦୨୪ରୁ ଏହି ହସ୍ପିଟାଲ କାର୍ଯ୍ୟକ୍ଷମ ହେବ। ଏହି ହସ୍ପିଟାଲ ୪୬ ଏକର ପରିମିତ ଜାଗାରେ ରହିଥିବା ବେଳେ ୫୨୬.୨୧ କୋଟି ଟଙ୍କା ବ୍ୟୟରେ ନିର୍ମାଣ କରାଯାଇଛି। ଯାଜପୁରର ନୂତନ ମେଡିକାଲ କଲେଜ ସପକ୍ଷରେ ୨୦୨୪୦୨୫ ଏକାଡେମିକ ଅଧିବେଶନ ପାଇଁ ୧୦୦ ଏମ୍‌ବିବିଏସ୍‌ ଛାତ୍ରୀଛାତ୍ର ଆଡମିଶନ ପାଇଁ ଲେଟର ଅଫ୍‌ ପର୍‌ମିଶନ (ଏଲ୍‌ଓପି) ପ୍ରଦାନ ପାଇଁ ରାଜ୍ୟ ସରକାର ନ୍ୟାଶନାଲ ମେଡିକାଲ କମିଶନ (ଏନ୍‌ଏମ୍‌ସି)ଙ୍କ ନିକଟରେ ଆବେଦନ କରିବା ପ୍ରକ୍ରିୟାରେ ଅଛନ୍ତି।

ଯାଜପୁର ଯଯାତି କେଶରୀ ମେଡିକାଲ କଲେଜ ଆଣ୍ଡ୍‌ ହସ୍ପିଟାଲ ଖୋଲିବା ସହିତ ଓଡ଼ିଶାର ସରକାରୀ ମେଡିକାଲ କଲେଜ ଏବଂ ଡାକ୍ତରଖାନାର ସଂଖ୍ୟା ୧୨କୁ ବୃଦ୍ଧି ପାଇବ ଏବଂ ପ୍ରତିବର୍ଷ ୧୬୫୦ ଏମ୍‌ବିବିଏସ୍‌ ଛାତ୍ର ବାହାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାକୁ କଟାକ୍ଷ କଲେ ପ୍ରିୟଙ୍କା କହିଲେ, ‘ପ୍ରଥମ ଥର ପାଇଁ ଶାସକ ଦଳକୁ ସଂସଦରେ ପ୍ରତିବାଦ କରୁଥିବାର ଦେଖିଲି’

ନୂଆଦିଲ୍ଲୀ,୧୧।୮: ମଙ୍ଗଳବାର ସଂସଦର ମୌସୁମୀ ଅଧିବେଶନର ୧୭ତମ ଦିନ, ଯାହାକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ। ଅଧିବେଶନ ଆରମ୍ଭ ହେବା ପୂର୍ବରୁ, NDA ସମର୍ଥକମାନେ ଏକ ଶୋଭାଯାତ୍ରା…

ଧୋକା ଦେଇଛନ୍ତି ରାହୁଲ ଗାନ୍ଧୀ: କାହିଁକି ଏମିତି କହିଲେ କଙ୍ଗନା ରାଣାଓ୍ବତ

ନୂଆଦିଲ୍ଲୀ,୧୧।୮: ସଂସଦର ମକର ଦ୍ୱାରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ ବିତର୍କ ଏଡାଇବା ଅଭିଯୋଗରେ ଏନଡିଏ ଏମ୍‌ପିମାନେ ମଙ୍ଗଳବାର ପ୍ରତିବାଦ ପ୍ରଦର୍ଶନ କରିଥିଲେ। ପ୍ଲାକାର୍ଡ ଧରି…

‘୨୪ ବର୍ଷରେ ଯାହା ହୋଇନି, ୨ ବର୍ଷରେ ତାହା କରୁଛୁ’-୫ ବର୍ଷରେ ଯାହା …

ଭୁବନେଶ୍ୱର,୧୧।୮: ଖୁବଶୀଘ୍ର ଓଡ଼ିଶା ନୂଆ ଲୋକାୟୁକ୍ତ ଦେଖିବ ବୋଲି ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। ଏ ନେଇ ପ୍ରକ୍ରିୟା ଚାଲିଥିବା ସେ କହିଛନ୍ତି। ମନ୍ତ୍ରୀ…

ଲଞ୍ଚ୍‌ର ୮୫ ସେକେଣ୍ଡ ପରେ ଜୋରଦାର ବିସ୍ଫୋରଣ: ନିଆଁ ପିଣ୍ଡୁଳା ପାଲଟିଲା ବାହୁବଳୀ ରକେଟ୍

ବେଜିଂ,୧୧।୮: ଆକାଶରେ ଉଡ଼ାଣ ଭରିବାର କିଛି ସମୟ ପରେ ଚାଇନାର ଏକ ରକେଟ୍ ଅଗ୍ନି ପୁଣ୍ଡୁଳାରେ ପରିଣତ ହୋଇଛି । ଗତ ସୋମବାର (ଅଗଷ୍ଟ ୧୦) ଦିନ…

AI ଉପରେ କାର୍ଯ୍ୟାନୁଷ୍ଠାନ ପରେ ଭର୍ଚୁଆଲ ପ୍ରେମିକଙ୍କୁ ହରାଇ ଭାଙ୍ଗି ପଡ଼ିଲେଣି ଚାଇନାର ଅନେକ ଯୁବତୀ!

ବେଜିଂ,୧୧।୮: ଚାଇନା ସରକାର AI ବ୍ୟବହାର ସମ୍ପର୍କରେ କଠୋର ନିୟମ ଲାଗୁ କରିଛନ୍ତି, ଯାହା ଫଳରେ ପ୍ରଯୁକ୍ତିବିଦ୍ୟା କମ୍ପାନୀଗୁଡ଼ିକ ଏହି ନିୟମ ପାଳନ କରିବା ପାଇଁ ସେମାନଙ୍କର…

ରାଜଧାନୀରେ ହାଇଆଲର୍ଟ: ୧୯ ଆତଙ୍କବାଦୀଙ୍କ ପୋଷ୍ଟର

ନୂଆଦିଲ୍ଲୀ,୧୧।୮: ସ୍ବାଧୀନତା ଦିବସ ପୂର୍ବରୁ ଆତଙ୍କବାଦୀ ବିପଦକୁ ଦୃଷ୍ଟିରେ ରଖି ଦିଲ୍ଲୀ ପୋଲିସ ସାରା ରାଜଧାନୀରେ ହାଇଆଲର୍ଟ ଜାରି କରିଛି। ସ୍ପେଶାଲ ସେଲ, କ୍ରାଇମ ବ୍ରାଞ୍ଚ, ରେଳବାଇ…

ବିଦ୍ୟୁତ ଆଘାତ, ଯୌନ ନିର୍ଯାତନା… ରୁଷିଆ ଜେଲରେ ୟୁକ୍ରେନୀୟ କଏଦୀମାନଙ୍କୁ କିପରି ନିର୍ଯାତନା ଦିଆଯାଏ? ରିପୋର୍ଟରେ ଆସିଲା…

ନୂଆଦିଲ୍ଲୀ,୧୧।୮: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଦୀର୍ଘ ସମୟ ଧରି ଚାଲିଛି। ଦୁଇ ରାଷ୍ଟ୍ର ମଧ୍ୟରେ ଶାନ୍ତି ସ୍ଥାପନ ପାଇଁ ଅନେକ ପ୍ରୟାସ ବିଫଳ ହୋଇଛି।…

SBI ବ୍ୟାଙ୍କ ଲକରରୁ ୫୦ ଲକ୍ଷର ଗହଣା ଗାଏବ, ୨୦୦୩ରୁ କଟୁଥିଲା ଭଡ଼ା

ଲକ୍ଷ୍ନୌ,୧୧।୮: ବ୍ୟାଙ୍କରେ ନିଜର କଷ୍ଟଅର୍ଜିତ ସଞ୍ଚୟ ଏବଂ ଅଳଙ୍କାର ସୁରକ୍ଷିତ ରଖୁଥିବା ଲୋକଙ୍କ ପାଇଁ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଉତ୍ତର ପ୍ରଦେଶର କାନପୁର ସ୍ୱରୂପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri