Posted inଖେଳ

ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଦଳରେ ସାମିଲ ହୋଇପାରନ୍ତି ଏହି ବିସ୍ଫୋରକ ବ୍ୟାଟର, ଜାଣନ୍ତୁ ଆଇପିଏଲ୍‌ର ଏହି ଦଳରେ ଖେଳନ୍ତି…

ନୂଆଦିଲ୍ଲୀ,୨୦ା୫: ଆସନ୍ତା ଟି୨୦ କ୍ରିକେଟ ବିଶ୍ୱକପ୍‌ ପାଇଁ ବିସ୍ଫୋରକ ବ୍ୟାଟର ଜେମ୍‌ ଫ୍ରେଜର ମ୍ୟାକ୍‌ଗ୍ରୁପ୍‌ ଓ ମାଥ୍ୟୁ ଶର୍ଟ ଅଷ୍ଟ୍ରେଲିଆର ଟ୍ରାମେଲିଂ ରିଜର୍ଭ ଖେଳାଳି ହୋଇ ପାରନ୍ତି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି)ର ଏହି ଅନ୍ୟତମ ମେଗା ଇଭେଣ୍ଟ ଆମେରିକାରେ ଜୁନ୍‌ ୧ରେ ଆରମ୍ଭ ହେବାକୁ ଯାଉଛି। ୨୨ ବର୍ଷୀୟ ମ୍ୟାକ୍‌ଗ୍ରୁକ୍‌୍‌ ଆଇପିଏଲ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସ ତରଫରୁ ଖେଳି ତାଙ୍କ ଚମତ୍କାର ଫର୍ମ ସମ୍ପର୍କରେ ସୂଚାଇ ଦେଇଛନ୍ତି।

ଏହି ଟପ୍‌ ଅର୍ଡର ବ୍ୟାଟର ଏପର୍ଯ୍ୟନ୍ତ ଅନ୍ତର୍ଜାତୀୟ ଟି୨୦ରେ ପଦାର୍ପଣ କରି ନାହାନ୍ତି। ଘୋଷଣା କରାଯାଇଥିବା ପ୍ରାରମ୍ଭିକ ୧୫ ଜଣିଆ ଅଷ୍ଟ୍ରେଲିଆ ଦଳରେ ତାଙ୍କ ନାମ ସ୍ଥାନ ପାଇ ନାହିଁ। କାରଣ ଏହି ଦଳରେ ଅଷ୍ଟ୍ରେଲିଆର ୩ ଜଣ ପ୍ରତିଷ୍ଠିତ ଟପ୍‌ ବ୍ୟାଟର ଡେଭିଡ ଓ୍ବାର୍ନର, ଟ୍ରାଭିସ ହେଡ୍‌ ଓ ମିଚେଲ ମାର୍ଶଙ୍କ ନାମ ସ୍ଥାନ ପାଇଛି। ଅନ୍ୟପକ୍ଷରେ ବ୍ୟାଟିଂ ଅଲରାଉଣ୍ଡର ଶର୍ଟ ଅଷ୍ଟ୍ରେଲିଆର ଗତ ୧୪ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ମଧ୍ୟରୁ ୯ଟିରେ ଖେଳିଛନ୍ତି।

ବିଗ୍‌ ବାଶ ଲିଗ୍‌ରେ ସେ ପଛକୁ ପଛ ଲଗାତର ଦୁଇବର୍ଷ ପ୍ଳେୟର ଅଫ୍‌ ଦି ମ୍ୟାଚ ବିବେଚିତ ହୋଇଛନ୍ତି। ଯେତେବେଳେ ଅଷ୍ଟ୍ରେଲିଆର ପ୍ରାରମ୍ଭିକ ଦଳ ଘୋଷଣା କରାଗଲା ସେତେବେଳେ ସିଲେକ୍ସନ କମିଟି ମୁଖ୍ୟ ଜର୍ଜ ବେଲି ମାତ୍ର ଜଣେ ରିଜର୍ଭ ଖେଳାଳିଙ୍କ ନାମ ଘୋଷଣା କରିଥିଲେ।

ବର୍ତ୍ତମାନ ସେମାନେ ଶର୍ଟଙ୍କ ସହ ଫର୍ମରେ ଥିବା ମ୍ୟାକ୍‌ଗ୍ରୁକ୍‌ଙ୍କୁ ରିଜର୍ଭ ଖେଳାଳି ଭାବେ ଦଳରେ ସାମିଲ କରିପାରନ୍ତି। ତ୍ରିନିଦାଦଠାରେ ଏକ ଟ୍ରେନିଂ କ୍ୟାମ୍ପରେ ଯୋଗ ଦେବା ଲାଗି ଅଷ୍ଟ୍ରେଲିଆର ବିଶ୍ୱକପ୍‌ ଦଳ ଗୁରୁବାର ଓ୍ବେଷ୍ଟଇଣ୍ଡିଜ ଗସ୍ତ କରିବ। ସେଠାରେ ଦଳ ଯଥାକ୍ରମେ ନାମ୍ବିଆ ଓ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ମେ ୨୮ ଓ ୩୦ରେ ଦୁଇଟି ଅଭ୍ୟାସ ମ୍ୟାଚ ଖେଳିବ। ଆଇପିଏଲ ଶେଷ ହେବା ପରେ ହେଡ୍‌, କାମେରନ ଗ୍ରୀନ, ପ୍ୟାଟ କୁମିନ୍ସ, ମିଚେଲ ଷ୍ଟାର୍କଓ ଗ୍ଲେନ ମାକ୍ସଓ୍ବେଲଙ୍କ ଭଳି ଖେଳାଳି ଦଳ ସହ ଯୋଗ ଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri