Posted inଖେଳ

ହାଇସ୍କୋରିଂ ମ୍ୟାଚ୍‌ରେ କ୍ୟାପିଟାଲ୍ସ ବିଜୟୀ

ନୂଆଦିଲ୍ଲୀ,୨୭ା୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଶନିବାର ଅନୁଷ୍ଠିତ ଡବଲ୍‌ ହେଡରର ହାଇସ୍କୋରିଂ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସକୁ ୧୦ ରନ୍‌ରେ ପରାସ୍ତ କରିଛି ଦିଲ୍ଲୀ କ୍ୟାପିଟାଲ୍ସ। ପ୍ରଥମେ ବ୍ୟାଟିଂ କରି ଦିଲ୍ଲୀ କ୍ୟାପିଟାଲ୍ସ ୨୦ ଓଭରରେ ୪ ଉଇକେଟରେ ୨୫୭ ରନ୍‌ ସ୍କୋର କରିଥିଲା। ଜବାବରେ ମୁମ୍ବାଇ ନିର୍ଦ୍ଧାରିତ ଓଭରରେ ୯ ଉଇକେଟ ହରାଇ ୨୪୭ ରନ୍‌ କରି ପାରିଥିଲା।

ମୁମ୍ବାଇ ଟସ୍‌ ଜିତି ପ୍ରଥମେ ବୋଲିଂ କରିଥିଲା। ଓପନର ଜେକ୍‌ ଫ୍ରେଜର ମ୍ୟାଗ୍ରୁକ୍‌ଙ୍କ ଦ୍ରୁତ ୮୪ ରନ୍‌ ବଳରେ ଦୃଢ ଆରମ୍ଭ କରିଥିଲା କ୍ୟାପିଟାଲ୍ସ। ୨୭ ବଲ୍‌ର ଇନିଂସରେ ଜେକ୍‌ ୧୧ ଚୌକା ଓ ୬ ଛକା ମାରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଅଭିଷେକ ପୋରେଲ ୩୬ ଓ ଶାଇ ହୋପ ୪୧ ରନ୍‌ କରିଥିଲେ। ଅଧିନାୟକ ରିଷଭ ପନ୍ତ ୨୯ ରନ୍‌ କରି ଆଉଟ ହୋଇଥିବା ବେଳେ ଶେଷ ଭାଗରେ ଟ୍ରିଷ୍ଟାନ ଷ୍ଟବ୍ସ ଦ୍ରୁତ ୪୮ ରନ୍‌ କରିଥିଲେ। ୨୫ ବଲ୍‌ର ଇନିଂସରେ ସେ ୬ ଚୌକା ଓ ୨ ଛକା ମାରିଥିଲେ। ମୁମ୍ବାଇ ପକ୍ଷରୁ ଲୁକ୍‌ ଉଡ୍‌, ଯଶପ୍ରୀତ ବୁମ୍‌ରା, ପୀୟୂଷ ଚାଓ୍ବଲା ଓ ମହମ୍ମଦ ନବି ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।

ଜବାବରେ ମୁମ୍ବାଇ ଇଣ୍ଡିଆନ୍ସ ଦ୍ରୁତ ଗତିରେ ସ୍କୋର କରିଥିଲେ ମଧ୍ୟ ବିଜୟ ଲକ୍ଷ୍ୟରୁ ୧୦ ରନ୍‌ ଦୂରରେ ରହିଥିଲା। ଦଳ ପକ୍ଷରୁ ତିଳକ ବର୍ମା ୬୩, ହାର୍ଦ୍ଦିକ ପାଣ୍ଡ୍ୟା ୪୬ ଓ ଟିମ୍‌ ଡେଭିଡ୍‌ ୩୭ ରନ୍‌ କରିଥିଲେ। ତିଳକ ୩୨ ବଲ୍‌ ଖେଳି ୪ଟି ଲେଖାଏ ଛକା ଓ ଚୌକା ମାରିଥିଲେ। ଦିଲ୍ଲୀ ପକ୍ଷରୁ ରଶିକ୍‌ ଦର ସଲାମ ଓ ମୁକେଶ କୁମାର ୩ଟି ଲେଖାଏ, ଖଲିଲ ଅହମଦ ୨ ଉଇକେଟ ନେଇଥିଲେ। ଜେକ୍‌ ଫ୍ରେଜର ମ୍ୟାଗ୍ରୁକ୍‌ଙ୍କୁ ପ୍ଲେୟର ଅଫ୍‌ ଦ ମ୍ୟାଚ୍‌ ଘୋଷଣା କରାଯାଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ଘୁଞ୍ଚିଲା ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷା, ଜାଣନ୍ତୁ ପୁଣି କେବେ ହେବ…

ଖୋର୍ଦ୍ଧା,୨୨।୯(ପ୍ରଭାତ ପାଣିଗ୍ରାହୀ): ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’କୁ ଦୃଷ୍ଟିରେ ରଖି ଉଚ୍ଚ ପ୍ରାଥମିକ ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ବୃତ୍ତି ପରୀକ୍ଷା ସେପ୍ଟେମ୍ବର ୨୪ରେ ହେବା…

ରାଜନୀତିରେ ହଇଚଇ! ଗରବାକୁ ନେଇ ଭାଜପା ବିଧାୟକଙ୍କ ବିବାଦୀୟ ବୟାନ, ଭଉଣୀ-ଝିଅଙ୍କୁ…

ନୂଆଦିଲ୍ଲୀ,୨୨।୯: ନବରାତ୍ରି ପୂର୍ବରୁ ଗରବା କାର୍ଯ୍ୟକ୍ରମରେ ମୁସଲିମଙ୍କ ପ୍ରବେଶକୁ ନେଇ ମହାରାଷ୍ଟ୍ରରୁ ମଧ୍ୟପ୍ରଦେଶ ପର୍ଯ୍ୟନ୍ତ ରାଜନୈତିକ ବୟାନବାଜି ଆରମ୍ଭ ହୋଇଛି। ମୁମ୍ବାଇର ବୋରିଭଲିରେ ହେବାକୁ ଥିବା ଏକ…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଫସିଲା ଆନ୍ଧ୍ରପ୍ରଦେଶ ଟ୍ରଲର: ସହଯୋଗର ହାତ ବଢ଼ାଇଲା ଗଞ୍ଜାମ ପ୍ରଶାସନ

ଛତ୍ରପୁର,୨୨।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟନାୟକ): ଗଭୀର ଅବପାତ ଜନିତ ପ୍ରତିକୂଳ ପାଗ ଯୋଗୁ ସମୁଦ୍ର ଅଶାନ୍ତ ରହିଥିବା ବେଳେ ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ସମୁଦ୍ର ଉପକୂଳରେ ଆନ୍ଧ୍ରପ୍ରଦେଶର…

ରାସ୍ତା ଅବସ୍ଥା ଶୋଚନୀୟ: ବିଧାନସଭାରେ ପ୍ରଶ୍ନ କଲେ ବିଧାୟକ, ମନ୍ତ୍ରୀ କହିଲେ…

ଗୁଡାରି,୨୨।୯(ପ୍ରମୋଦ କୁମାର ପତି): ଗୁଡାରି ସହରର ମୁଖ୍ୟ ପ୍ରବେଶ ପଥର ମରାମତି ନେଇ ମଙ୍ଗଳବାର ବିଧାନସଭାରେ ପ୍ରଶ୍ନ କରିଛନ୍ତି ବିଧାୟକ ସତ୍ୟଜିତ ଗମାଙ୍ଗ। UDAQ ୬୪:ରେ ବିଧାୟକ…

ବିଜୁ ପଟ୍ଟନାୟକଙ୍କ ଏକାନ୍ତ ଅନୁଗତ ୯୭ ବର୍ଷୀୟ କନ୍ଦ ବାବୁ: ଅତୁଟ ରହିଛି ବ୍ଲକ ବିଜେଡି ଅଧ୍ୟକ୍ଷ

ମହାକାଳପଡ଼ା,୨୨।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ବିଜୁ ପଟ୍ଟନାୟକଙ୍କ ଏକାନ୍ତ ଅନୁଗତ କେନ୍ଦ୍ରାପଡା ଜିଲାରେ ପରିଚିତ ମହାକାଳପଡା ବ୍ଲକ ବିଜେଡି ସଭାପତି ଶ୍ରୀଧର ସାମଲ(୯୭) ଓରଫ୍‌ କନ୍ଦ ବାବୁ ।…

ଗାଁରେ ଏମିତି ଜୀବନ କାଟୁଛନ୍ତି କ୍ୟାଟ୍ରିନାଙ୍କ ମା’, ଜାଣିଲେ ଆଶ୍ଚର୍ଯ୍ୟ ଲାଗିବ

ମୁମ୍ବାଇ: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ କ୍ୟାଟ୍ରିନା କୈଫଙ୍କ ମା’ ସୁଜାନ ଟର୍କୋଟ ନିଜ ଝିଅ ଠାରୁ ସମ୍ପୂର୍ଣ୍ଣ ଭିନ୍ନ ଏକ ଜୀବନଶୈଳୀ ପସନ୍ଦ କରନ୍ତି। ଯେଉଁଠାରେ କ୍ୟାଟ୍ରିନା…

ପାଠପଢ଼ା ଭୟରେ ରାଇରଙ୍ଗପୁରରୁ ଚାଲିଆସିଲେ ୨ ନାବାଳକ, ରାଉରକେଲାରେ…

ରାଉରକେଲା,୨୨।୯(ସଙ୍ଗୀତା ଜେନା): ପାଠପଢା ଭୟରେ ମୟୂରଭଞ୍ଜ ରାଇରଙ୍ଗପୁରରୁ ୨ନାବାଳକ ସୋମବାର ରାଉରକେଲା ଚାଲି ଆସିଥିଲେ । ରାଉରକେଲା ରେଳ ଷ୍ଟେଶନ୍ ଓ ପରେ ଗୋପବନ୍ଧୁ ପଲ୍ଲୀ ଅଞ୍ଚଳରେ…

ଇରାନକୁ ଆଉ ଏକ ଝଟକା ଦେଲା ଆମେରିକା! ସେପ୍ଟେମ୍ବର ୨୩ରୁ ସାରା ବିଶ୍ୱରେ ଇରାନୀ ବିମାନ ଚଳାଚଳ ଉପରେ କଟକଣା ଲଗାଇବାକୁ ନିଷ୍ପତ୍ତି

ଓ୍ବାଶିଂଟନ,୨୨।୯: ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ; ଏହା ବର୍ତ୍ତମାନ ଦୁଇ ରାଷ୍ଟ୍ର ବାହାରେ ବିସ୍ତାର କରି ସମଗ୍ର ବିଶ୍ୱକୁ ପ୍ରଭାବିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?