Posted inଜାତୀୟ

ମଙ୍ଗଳବାରଠୁ ଆରମ୍ଭ ହେବ ଜଳ ଦୀପାବଳି – “ମହିଳାଙ୍କ ପାଇଁ ଜଳ, ଜଳ ପାଇଁ ମହିଳା ଅଭିଯାନ”

ନୂଆଦିଲ୍ଲୀ,୬।୧୧: କେନ୍ଦ୍ର ଗୃହ ନିର୍ମାଣ ଓ ସହରାଞ୍ଚଳ ବ୍ୟାପାର ମନ୍ତ୍ରଣାଳୟ ଏହାର ମହତ୍ତ୍ୱାକାଂକ୍ଷୀ ଯୋଜନା ଅଟଳ ମିଶନ ଫର ରିଜୁଭିନେସନ୍‌‌ ଆଣ୍ଡ୍‌‌ ଅର୍ବାନ ଟ୍ରାନ୍ସଫରମେସନ୍‌‌ (ଅମୃତ) ଅଧୀନରେ ଜାତୀୟ ସହରାଞ୍ଚଳ ଜୀବିକା ମିଶନ (ଘଟଖଗ) ସହଭାଗିତାରେ ‘ଜଳ ପାଇଁ ମହିଳା, ମହିଳାଙ୍କ ପାଇଁ ଜଳ’ ଅଭିଯାନ ଉନ୍ମୋଚନ କରିବାକୁ ଯାଉଛି। ଏହାର ଜ୍ଞାନ ସହଯୋଗୀ ହେଉଛି ଓଡ଼ିଶା ଅର୍ବାନ ଏକାଡେମୀ। ଏହି ଅଭିଯାନ ଜଳ ଦୀପାବଳି ପାଳନ କରେ ଏବଂ ଏହା ଆସନ୍ତାକାଲି ଠାରୁ ଆରମ୍ଭ ହୋଇ ୯ ତାରିଖ ପର୍ଯ୍ୟନ୍ତ ଚାଲିବ।

ଏହି ଅଭିଯାନର ଉଦ୍ଦେଶ୍ୟ ହେଉଛି, ଜଳ ଶାସନରେ ମହିଳାମାନଙ୍କୁ ଅନ୍ତର୍ଭୁକ୍ତ କରିବା ପାଇଁ ଏକ ମଞ୍ଚ ପ୍ରଦାନ କରିବା। ସେମାନେ ନିଜ ସହରରେ ଥିବା ଜଳ ବିଶୁଦ୍ଧୀକରଣ କାରଖାନା ପରିଦର୍ଶନ ମାଧ୍ୟମରେ ଜଳ ବିଶୋଧନ ପ୍ରକ୍ରିୟା ବିଷୟରେ ପ୍ରାଥମିକ ଜ୍ଞାନ ଆହାରଣ କରିବେ। ଘରେ ଘରେ ବିଶୁଦ୍ଧ ପାନୀୟ ଜଳ ପହଁଞ୍ଚାଇବା ଲାଗି ଏଥିରେ ଯୋଜନା ରହିଛି। ଫଳରେ ଜଳ ଭିତ୍ତିଭୂମି ଓ ଏହାର ଗୁଣବତ୍ତା ବିଷୟରେ ମହିଳାମାନେ ଏ ଦିଗରେ ସଚେତନ ହୋଇପାରିବେ।

ଭାରତରେ ୩ ହଜାରରୁ ଅଧିକ ଜଳ ବିଶୋଧନଗାର ଅଛି। ଏହି ଅଭିଯାନ ସମୟରେ ମହିଳା ସ୍ୱୟଂସହାୟକ ଗୋଷ୍ଠୀ ୫୫୦ରୁ ଅଧିକ ଜଳବିଶୋଧନଗାର ପରିଦର୍ଶନ କରିବେ। ମହିଳାମାନେ ଘରୋଇ ଜଳ ପରିଚାଳନାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଆନ୍ତି। ସେମାନଙ୍କୁ ଜଳବିଶୋଧନ ପ୍ରକ୍ରିୟା ଏବଂ ଭିତ୍ତିଭୂମି ବିଷୟରେ ଜ୍ଞାନ ସହିତ ସଶକ୍ତ କରାଯାଇ ପରିବାର ଲାଗି ନିରାପଦ ବିଶୁଦ୍ଧ ପାନୀୟ ଜଳ ଉପଲବ୍ଧତା ସୁନିଶ୍ଚିତ କରିବା ପାଇଁ ସେମାନଙ୍କର କ୍ଷମତା ବୃଦ୍ଧି କରିବାକୁ ଲକ୍ଷ୍ୟ ରଖାଯାଇଛି।

ଜଳ ଦୀପାବଳୀର ପ୍ରଥମ ପର୍ଯ୍ୟାୟରେ ‘ମହିଳାଙ୍କ ପାଇଁ ଜଳ, ଜଳ ପାଇଁ ମହିଳା’ ଅଭିଯାନ’ ନିର୍ବାଚନରେ ୫ଟି ରାଜ୍ୟକୁ ବାଦ୍‌‌ ଦେଇ ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ଏଥିରେ ଅଂଶଗ୍ରହଣ କରିବେ। ଏହି କାର୍ଯ୍ୟକ୍ରମରେ ଦେଶବ୍ୟାପୀ ୧୫ ହଜାରରୁ ଅଧିକ ମହିଳା ସ୍ୱୟଂସହାୟକ ଗୋଷ୍ଠୀ ଭାଗ ନେବେ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ୟୁଏନ୍‌ରେ ପାକିସ୍ତାନୀ ଖବରଦାତାଙ୍କୁ ଏସ୍‌. ଜୟଶଙ୍କରଙ୍କ କଡ଼ା ଜବାବ: କହିଲେ, ‘ଜଣେ ଆତଙ୍କବାଦୀ ଦେଶ ମୋତେ ଏମିତି ପ୍ରଶ୍ନ ପଚାରୁଛି’

ନ୍ୟୁୟର୍କ,୨୫।୯: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶୁକ୍ରବାର ୮୧ତମ ସଂଯୁକ୍ତ ରାଷ୍ଟ୍ର ସାଧାରଣ ସଭା (UNGA) ଅବସରରେ ଏକ ଖବରଦାତା ସମ୍ମିଳନୀରେ ଜଣେ ପାକିସ୍ତାନୀ ଖବରଦାତାଙ୍କୁ କଡ଼ା…

୨୭ ବର୍ଷର ସଂଘର୍ଷ ପରେ ୫୯ ବର୍ଷରେ ପାଇଲେ ସରକାରୀ ଚାକିରି; ୧୯୯୯ରୁ କରୁଥିଲେ ପ୍ରସ୍ତୁତି, ଜାଣନ୍ତୁ ରୋଚକ କାହାଣୀ

ନୂଆଦିଲ୍ଲୀ,୨୫।୯: ବୟସ ୫୯ ବର୍ଷ। ଦୀର୍ଘ ୨୭ ବର୍ଷର ସଂଘର୍ଷ ପରେ ଶେଷରେ ପୂରଣ ହୋଇଛି ସରକାରୀ ଶିକ୍ଷକ ହେବାର ସ୍ୱପ୍ନ । ଉତ୍ତରପ୍ରଦେଶର ବାଗପତ ଜିଲାର…

ବର୍ଷକୁ ମାଗଣାରେ ମିଳିବ ୬ଟା ସିଲିଣ୍ଡର, ସରକାରଙ୍କ ବଡ଼ ଘୋଷଣା; ଜାଣନ୍ତୁ କାହାକୁ ମିଳିବ ଫାଇଦା

ନୂଆଦିଲ୍‌ଲୀ,୨୫।୯: ଏଣିକି ବର୍ଷକୁ ମିଳିବ ୬ଟି ସିଲିଣ୍ଡର। ଏନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଉମର ଅବଦୁଲ୍ଲା ସରକାର ବିଧାନସଭାରେ ଏକ ବଡ଼ ଘୋଷଣା କରି ଜମ୍ମୁ-କଶ୍ମୀରରେ…

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି କଲେ ନବୀନ, SIR ପ୍ରକ୍ରିୟା ଉପରେ କହିଲେ ଏମିତି କଥା: ରାଜନୀତିରେ ଚହଳ

ଭୁବନେଶ୍ୱର, ୨୫।୯: ନିର୍ବାଚନ କମିଶନ ଏବଂ ଭୋଟର ତାଲିକାର SIR ପ୍ରକ୍ରିୟାକୁ ନେଇ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ମୁଖ୍ୟ ନିର୍ବାଚନ…

ସକାଳୁ ସକାଳୁ ପୂର୍ବତନ ବିଧାୟକଙ୍କୁ ଉଠାଇନେଲା ପୋଲିସ, ମମତାଙ୍କ ଘନିଷ୍ଠ ଥିଲେ..

କୋଲକାତା,୨୫।୯: ତୃଣମୂଳ କଂଗ୍ରେସର ସମସ୍ୟା କମିବାର ନାଁ ନେଉନାହିଁ । ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ପୂର୍ବତନ ବିଧାୟକ ଅଜିତ ମାଇତିଙ୍କୁ ଠକେଇ ମାମଲାରେ ପୋଲିସ ଗିରଫ କରିଛି…

ସପ୍ତାହରେ ବ୍ୟାଙ୍କ୍‌ରେ ୫ଦିନ ଓ଼୍ବାର୍କିଂ ଡେ? ଅର୍ଥ ମନ୍ତ୍ରଣାଳୟରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୨୫।୯: ସପ୍ତାହକୁ ୫ ଦିନ କାର୍ଯ୍ୟଦିବସ (5-Day Work Week) ସମେତ ଅନ୍ୟ କିଛି ଦାବିକୁ ନେଇ ବ୍ୟାଙ୍କ ୟୁନିଅନଗୁଡ଼ିକ ସେପ୍ଟେମ୍ୱର ୨୮ ରୁ ତିନି ଦିନିଆ…

୩୦ ତାରିଖରେ ନୁହେଁ ଆଜି ଆସିବ ସାଲାରୀ ଟଙ୍କା, ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଘୋଷଣା କଲେ ସରକାର

ନୂଆଦିଲ୍‌ଲୀ,୨୫।୯: ସରକାରୀ କର୍ମଚାରୀଙ୍କ ପାଇଁ ସେପ୍ଟେମ୍ୱର ମାସ ଦୁଇଗୁଣ ଖୁସି ନେଇ ଆସିଛି। ସାଧାରଣତଃ ମାସର ଶେଷ ତାରିଖ ଅର୍ଥାତ ୩୦ କିମ୍ୱା ୩୧ ତାରିଖରେ ମିଳୁଥିବା…

ଦେଶବ୍ୟାପୀ ଆନ୍ଦୋଳନ ଘୋଷଣା କଲା CJP: ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଦୀପକେ କହିଲେ- କାଲି ସୁଦ୍ଧା…

ନୂଆଦିଲ୍ଲୀ,୨୫।୯: ନିର୍ବାଚନ କମିଶନ ଓ ଭୋଟର ତାଲିକାର SIR କୁ ନେଇ ବିବାଦ ମଧ୍ୟରେ କକ୍ରୋଚ ଜନତା ପାର୍ଟି (CJP) ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?