ଖୋଲିପାରୁନି ଜଳଛତ୍ର

କେନ୍ଦୁଝର, ୧୪।୪ (ସ୍ବ.ପ୍ର.): କେନ୍ଦୁଝର ଜିଲାରେ ଗ୍ରୀଷ୍ମ ପ୍ରବାହ ଯୋଗୁ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡୁଛନ୍ତି। ତାପାମାତ୍ରା ପାଖାପାଖି ୩୮ ଡିଗ୍ରୀ ଉପରେ ରହୁଥିବାରୁ ଘରୁ ବାହାରିବା କଷ୍ଟକର ହୋଇପଡୁଛି। ଅଂଶୁଘାତ ମୁକାବିଲା ପାଇଁ ଜିଲା ପ୍ରଶାସନ ପକ୍ଷରୁ ସଚେତନତା ସୃଷ୍ଟି କରାଯାଉଛି। ଦିନରେ ନିର୍ମାଣ କାର୍ଯ୍ୟ ଉପରେ କଟକଣା ଲାଗୁ ସହ ଯାତ୍ରୀବାହୀ ବସ୍‌ ଚଳାଚଳ ଉପରେ ନୀତିନିୟମ ନିର୍ଦ୍ଧାରଣ କରାଯାଇଛି।
ଏହାସତ୍ତ୍ୱେ ଏହି ନୀତିନିୟମ ପାଳନ ହେଉ ନ ଥିବାରୁ ଅସନ୍ତୋଷ ପ୍ରକାଶ ପାଉଛି। ପେଟପାଟଣା ପାଇଁ ଗରିବ ଚାଷୀ ଓ ବନବାସୀ କେନ୍ଦୁଝର ସହରକୁ ପନିପରିବା ଓ ଜଙ୍ଗଲଜାତ ଦ୍ରବ୍ୟ ଆଦି ବିକ୍ରି ପାଇଁ ଆସିବାକୁ ବାଧ୍ୟ ହେଉଛନ୍ତି। କିନ୍ତୁ ସେମାନଙ୍କ ପାଇଁ ନା ଅଛି ଆଶ୍ରୟ ସ୍ଥଳୀ ନା ଅଛି ଜଳଛତ୍ର। ଜଳଛତ୍ର ବସାଇବା ପାଇଁ ପ୍ରଶାସନ ପକ୍ଷରୁ ବହୁ ଆଗରୁ ନିର୍ଦ୍ଦେଶନାମା ଜାରି କରିଥିଲେ ହେଁ ଜନଗହଳୀପୂର୍ଣ୍ଣ ସ୍ଥାନ, ହାଟବଜାର, ବସଷ୍ଟାଣ୍ଡ/ବସ ଷ୍ଟପ ଆଦିରେ ଜଳଛତ୍ର ବସାଯାଇ ନ ଥିବା ଅଭିଯୋଗ ହେଉଛି। ଫଳରେ ବାଟୋଇ ମାନେ ପିଇବା ପାଣି ପାଇଁ ଡହଳ ବିକଳ ହେଉଛନ୍ତି ା ସେହିପରି ନିରବିଛିନ୍ନ ବିଦ୍ୟୁତ ଯୋଗାଣ ପାଇଁ ଆଦେଶ ହୋଇଥିଲେ ହେଁ କିପରି ପାଳନ ହେଉଛି ତାହା ଖୋଦ ପ୍ରଶାସନ ଜାଣିଛନ୍ତି। ଏସବୁରେ ଖିଲାପ ହେଲେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲାପାଳ ଆଦେଶ କରିଥିଲେ। ତେବେ ସେସବୁ ଖୋଦ ଜିଲା ମୁଖୟାଳୟରେ କିପରି ପାଳନ ହେଉଛି ନୀରିକ୍ଷଣ କରାଗଲେ ଜିଲାର ଅବସ୍ଥା ବୁଝି ହେବ ବୋଲି ସାମାଜିକ କର୍ମୀ ସିଦ୍ଧେଶ୍ୱର ସାହୁ କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଦେଓ ନଦୀ ପୋଲ ଉପରେ ଗୋ-ଚାଲାଣ ଗାଡ଼ି ସହ ଅଟୋର ମୁହାଁମୁହିଁ ଧକ୍କା: ଗୋଟିଏ ବଳଦ ମୃତ, ଗୋ-ମାଫିଆ…

ପାଟଣା, ୨ା୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା-କରଞ୍ଜିଆ ଦେଇଯାଇଥିବା ୨୨୦ ନମ୍ବର ଜାତୀୟ ରାଜପଥରେ ଏକ ବଡ଼ଧରଣର ସଡ଼କ ଦୁର୍ଘଟଣା ଘଟିଯାଇଛି। ସାହାରପଡା ସ୍ଥିତ…

ଜନଗହଳିପୂର୍ଣ୍ଣ ସ୍ଥାନରୁ ମଦ ଦୋକାନ ସ୍ଥାନାନ୍ତର ଦାବି, ମଦ୍ୟପଙ୍କ ଉପଦ୍ରବରେ…

ବଞ୍ଚୋ,୨ା୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ସହରର ଜନଗହଳିପୂର୍ଣ୍ଣ ଅଞ୍ଚଳରେ ଥିବା ବିଦେଶୀ ମଦ ଦୋକାନକୁ ଏକ ଉପଯୁକ୍ତ ଓ ଖୋଲା ସ୍ଥାନକୁ ସ୍ଥାନାନ୍ତର କରିବା ଦାବିରେ ଗୁରୁବାର ଆନନ୍ଦପୁର…

ଦୁର୍ଘଟଣାଗ୍ରସ୍ତଙ୍କୁ ଡାକ୍ତରଖାନା ନେଲେ ଭାଜପା ନେତା

ହାଟଡିହୀ,୧ା୭(ଶୁଭକାନ୍ତ ନାୟକ): ସାହାଯ୍ୟ ଏବଂ ମହାନତାର ପ୍ରମାଣ ଦେଖାଇଛନ୍ତି କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ଭାଜପା ନେତା ଆଲୋକ ସେଠୀ। ବୁଧବାର ଆଲୋକ ଏକ କାର୍ଯ୍ୟକ୍ରମରେ ଯୋଗ…

ଇନ୍‌ଷ୍ଟାଗ୍ରାମରୁ ପ୍ରେମ, ବିବାହ ପାଇଁ ଜିଦ୍‌ କରିବାରୁ ପ୍ରେମିକାଙ୍କୁ ହତ୍ୟା, ପୋଲିସ ଆଗରେ ପ୍ରେମିକ କହିଲେ ପୂରା ଘଟଣା…

ହାଟଡିହୀ/ଛେନାପଦୀ,୧ା୭(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): ପଶ୍ଚିମବଙ୍ଗ ପ୍ରେମିକାକୁ ଓଡ଼ିଶା ଡକାଇ ଝାଡ଼ଖଣ୍ଡ ପ୍ରେମିକ କେନ୍ଦୁଝର ଜିଲା ସୋସୋ ଥାନା ଅଞ୍ଚଳରେ ଗତ ମଙ୍ଗଳବାର ହତ୍ୟା କରିଥିବା ଘଟଣାରେ ପର୍ଦାଫାଶ…

ଆଜିଠାରୁ ଅନିର୍ଦ୍ଦିଷ୍ଟକାଳ ଯାଏ ରୋଗୀସେବା ବନ୍ଦ, ହନ୍ତସନ୍ତ ହେଉଛନ୍ତି ରୋଗୀ

ବଞ୍ଚୋ/ଆନନ୍ଦପୁର,୧।୭(ପ୍ରଦୋଷ ବିଶ୍ୱାଳ/ସୁଶାନ୍ତ କୁମାର ସାହୁ ): ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନ (ଓମ୍‌ସା)ର ୮ ଦଫା ଦାବି ପୂରଣ ନ ହେବା ପ୍ରତିବାଦରେ ଜାତୀୟ ଡାକ୍ତର ଦିବସ…

ଆନନ୍ଦପୁର ବ୍ଲକରେ ଭାଜପାର ଦୁଇ ଗୋଷ୍ଠୀ ମଧ୍ୟରେ ହାତାହାତି: ବିଡିଓଙ୍କ ବିରୋଧରେ ଉଠିଥିବା ଅଭିଯୋଗକୁ…

ବଞ୍ଚୋ, ୧।୭ (ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ବ୍ଲକ ପରିସରରେ ଭାଜପାର ଦୁଇ ଗୋଷ୍ଠୀ ମଧ୍ୟରେ ଘଟିଥିବା ହାତାହାତି ଘଟଣାକୁ ନେଇ ବ୍ଲକ ବିକାଶ ଅଧିକାରୀ (ବିଡିଓ)ଙ୍କ ବିରୋଧରେ…

ଶୌଚ ପାଇଁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଗଲେ ମହିଳା, ଶୁଣ୍ଢରେ କଚାଡ଼ି…

ଆନନ୍ଦପୁର, ୩୦।୬(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ହଡ଼ଗଡ଼ ବନାଞ୍ଚଳରେ ପୁଣି ଦନ୍ତା ଆତଙ୍କ ଦେଖାଯାଇଛି । ମଙ୍ଗଳବାର ଭୋର ପ୍ରାୟ ୫ଟା ସମୟରେ କଣ୍ଟିପାଳ ପଞ୍ଚାୟତ…

ସ୍ତ୍ରୀଙ୍କୁ ଖୋଜିଖୋଜି ଜଗତସିଂହପୁରରୁ ହାଟଡିହୀରେ ପହଞ୍ଚିଲେ ସ୍ବାମୀ: ତା’ପରେ ଯାହା ଘଟିଲା…

ହାଟଡିହୀ/ଛେନାପଦି,୨୯l୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ଅଞ୍ଚଳରେ ସୋମବାର ଏକ ଫ୍ୟାମିଲି ଡ୍ରାମା ଦେଖିବାକୁ ମିଳିଛି l ଯାହାକି ମୁଖ୍ୟ ଆଲୋଚନାର ବିଷୟ ସାଜିଛି l ଜଗତସିଂହପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri