ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଶପଥ ନେଲେ ଜଳଦ କୁମାର ତ୍ରିପାଠୀ

ଭୁବନେଶ୍ୱର, ୬।୧୦(ବ୍ୟୁରୋ): ରାଜ୍ୟର ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଜଳଦ କୁମାର ତ୍ରିପାଠୀ ମଙ୍ଗଳବାର ଶପଥ ଗ୍ରହଣ କରିଛନ୍ତି। ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ପୂର୍ବାହ୍ନରେ ରାଜଭବନଠାରେ ଏହି ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଥିଲା। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ନବନିଯୁକ୍ତ ମୁଖ୍ୟ ସୂଚନା ଆୟୁକ୍ତ ତ୍ରିପାଠୀଙ୍କୁ ଓଡ଼ିଆରେ ଶପଥପାଠ କରାଇଥିଲେ। ପ୍ରାରମ୍ଭରେ ବିଭାଗର ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ ରାଜ୍ୟପାଳଙ୍କ ଅନୁମତିକ୍ରମେ ତ୍ରିପାଠୀଙ୍କ ନିଯୁକ୍ତିପତ୍ର ପାଠ କରିଥିଲେ। ଏହି ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲରେ ଯୋଗଦେଇଥିଲେ। ରାଜ୍ୟ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ରାଜ୍ୟପାଳଙ୍କ ପ୍ରମୁଖ ଶାସନ ସଚିବ ଶାଶ୍ୱତ ମିଶ୍ର, କଟକ-ଭୁବନେଶ୍ୱର ଆରକ୍ଷୀ ଆୟୁକ୍ତ ସୌମେନ୍ଦ୍ର ପ୍ରିୟଦର୍ଶୀ, ରାଜ୍ୟ ମୁଖ୍ୟ ସୂଚନା ଆୟୁକ୍ତ ତ୍ରିପାଠୀଙ୍କ ସହଧର୍ମିଣୀଙ୍କ ସମେତ ପରିବାର ସଦସ୍ୟ, ସୂଚନା ଓ ଲୋକ ସମ୍ପର୍କ ବିଭାଗର ନିର୍ଦ୍ଦେଶକ ଇନ୍ଦ୍ରମଣି ତ୍ରିପାଠୀ, ନିର୍ଦ୍ଦେଶକ(ବୈଷୟିକ) ନିରଞ୍ଜନ ସେଠୀ, ଅତିରିକ୍ତ ନିର୍ଦ୍ଦେଶକ ସୁରେନ୍ଦ୍ରନାଥ ପରିଡ଼ା, ଯୁଗ୍ମ ଶାସନ ସଚିବ ବିଷ୍ଣୁପ୍ରିୟା ସାହୁ, ଉତ୍କଳ ପ୍ରସଙ୍ଗ ଏବଂ ଓଡିଶା ରିଭ୍ୟୁର ସମ୍ପାଦକ ଲେନିନ୍‌ ମହାନ୍ତିଙ୍କ ସମେତ ବିଭାଗର ଅନ୍ୟ ବରିଷ୍ଠ ପଦାଧିକାରୀ ଏହି ଉତ୍ସବରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

ନୂଆବର୍ଷରେ ମିଥୁନ ରାଶିରେ ଧନ ବର୍ଷା, ଶତ୍ରୁ ବନେଇବେ ସିଂହ ରାଶି; ୨୦୨୬ରେ ଧନୀ ହୋଇଯିବେ ଏହି ୫ରାଶି!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ନୂଆବର୍ଷ ୨୦୨୬ ଆରମ୍ଭରେ ଅନେକ ବଡ ଗ୍ରହ ଗୋଚର କରିବାକୁ ଯାଉଛନ୍ତି । ଏହାସହ, ଗୋଚର କରୁଥିବା ଏହି ଗ୍ରହମାନଙ୍କ ମଧ୍ୟରେ...

ବେଆଇନ ବେଟିଂ ଆପ ମାମଲାରେ ଇଡିର ବଡ଼ ଆକ୍ସନ: ପୂର୍ବତନ କ୍ରିକେଟର, ବଲିଉଡ ସେଲିବିଟ୍ରିଙ୍କ ସମ୍ପତ୍ତି ଜବତ, ଜାଣନ୍ତୁ କାହାଠୁ କେତେ…

ନୂଆଦିଲ୍ଲୀ,୧୯।୧୨: ବେଆଇନ ବେଟିଂ ଆପ ମାମଲାରେ ଇଡି ବଡ଼ ଆକ୍ସନ ନେଇଛି। ପୂର୍ବତନ କ୍ରିକେଟର ଓ ବଲିଉଡ ସେଲିବେଟ୍ରିଙ୍କ ସମ୍ପତ୍ତି ଜବତ କରାଯାଇଛି। ଯୁବରାଜ ସିଂଙ୍କ...

ଭୋଜି ସାରି ଫେରୁଥିଲେ, ମୁହାଁମୁହିଁ ହେଲା ୨ ବାଇକ୍‌, ଆଉ ତା’ ପରେ…

ଭଞ୍ଜନଗର,୧୯ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳଭଣ୍ଡାର ସେତୁ ନିକଟରେ ଶୁକ୍ରବାର ଅପରାହ୍ନରେ ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବାସୁ ଦାସ...

ଡିସେମ୍ୱର ୩୧ ସୁଦ୍ଧା ସାରି ନିଅନ୍ତୁ ଏସବୁ କାମ, ନ ହେଲେ ସହିବେ ବଡ଼ କ୍ଷତି!

ନୂଆଦିଲ୍ଲୀ,୧୯।୧୨: ୨୦୨୫ ମସିହାର ଶେଷ ମାସ ଡିସେମ୍ୱର ମାସ ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଆଜି ଡିସେମ୍ୱର ୧୯ ତାରିଖ, ଅର୍ଥାତ ବର୍ଷ ଶେଷ ହେବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri