ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଶପଥ ନେଲେ ଜଳଦ କୁମାର ତ୍ରିପାଠୀ

ଭୁବନେଶ୍ୱର, ୬।୧୦(ବ୍ୟୁରୋ): ରାଜ୍ୟର ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଜଳଦ କୁମାର ତ୍ରିପାଠୀ ମଙ୍ଗଳବାର ଶପଥ ଗ୍ରହଣ କରିଛନ୍ତି। ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ପୂର୍ବାହ୍ନରେ ରାଜଭବନଠାରେ ଏହି ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଥିଲା। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ନବନିଯୁକ୍ତ ମୁଖ୍ୟ ସୂଚନା ଆୟୁକ୍ତ ତ୍ରିପାଠୀଙ୍କୁ ଓଡ଼ିଆରେ ଶପଥପାଠ କରାଇଥିଲେ। ପ୍ରାରମ୍ଭରେ ବିଭାଗର ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ ରାଜ୍ୟପାଳଙ୍କ ଅନୁମତିକ୍ରମେ ତ୍ରିପାଠୀଙ୍କ ନିଯୁକ୍ତିପତ୍ର ପାଠ କରିଥିଲେ। ଏହି ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲରେ ଯୋଗଦେଇଥିଲେ। ରାଜ୍ୟ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ରାଜ୍ୟପାଳଙ୍କ ପ୍ରମୁଖ ଶାସନ ସଚିବ ଶାଶ୍ୱତ ମିଶ୍ର, କଟକ-ଭୁବନେଶ୍ୱର ଆରକ୍ଷୀ ଆୟୁକ୍ତ ସୌମେନ୍ଦ୍ର ପ୍ରିୟଦର୍ଶୀ, ରାଜ୍ୟ ମୁଖ୍ୟ ସୂଚନା ଆୟୁକ୍ତ ତ୍ରିପାଠୀଙ୍କ ସହଧର୍ମିଣୀଙ୍କ ସମେତ ପରିବାର ସଦସ୍ୟ, ସୂଚନା ଓ ଲୋକ ସମ୍ପର୍କ ବିଭାଗର ନିର୍ଦ୍ଦେଶକ ଇନ୍ଦ୍ରମଣି ତ୍ରିପାଠୀ, ନିର୍ଦ୍ଦେଶକ(ବୈଷୟିକ) ନିରଞ୍ଜନ ସେଠୀ, ଅତିରିକ୍ତ ନିର୍ଦ୍ଦେଶକ ସୁରେନ୍ଦ୍ରନାଥ ପରିଡ଼ା, ଯୁଗ୍ମ ଶାସନ ସଚିବ ବିଷ୍ଣୁପ୍ରିୟା ସାହୁ, ଉତ୍କଳ ପ୍ରସଙ୍ଗ ଏବଂ ଓଡିଶା ରିଭ୍ୟୁର ସମ୍ପାଦକ ଲେନିନ୍‌ ମହାନ୍ତିଙ୍କ ସମେତ ବିଭାଗର ଅନ୍ୟ ବରିଷ୍ଠ ପଦାଧିକାରୀ ଏହି ଉତ୍ସବରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri