ବିପଦସଙ୍କେତ ଟପିଲା ଜଳକା

ବାଲେଶ୍ୱର,୧୬ା୯(ବାଞ୍ଛାନିଧି ଦେ): ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ଲଗାଣ ବର୍ଷା ଜାରି ରହିଛି। ଦୁଇଦିନ ଧରି ବାଲେଶ୍ୱର ଜିଲାରେ ପ୍ରବଳ ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗତ ୨୪ ଘଣ୍ଟା ମଧ୍ୟରେ ଜିଲାରେ ୬୮୫ମି.ମି. ବର୍ଷା ହୋଇଥିବା ବେଳେ ବାଲିଆପାଳ ବ୍ଲକରେ ସର୍ବାଧିକ ଓ ସିମୁଳିଆରେ ସର୍ବନିମ୍ନ ରେକର୍ଡ଼ ହୋଇଛି। ସେହିପରି ଜିଲାରେ ପ୍ରବାହିତ ଜଳକା ନଦୀରେ ବନ୍ୟା ଆଶଙ୍କା ଦେଖାଦେଇଥିବା ବେଳେ ସୁବର୍ଣ୍ଣରେଖା ଓ ବୁଢାବଳଙ୍ଗ ନଦୀରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି।
ବାଲେଶ୍ୱର ଜିଲା ବସ୍ତା ବ୍ଲକ ଦେଇ ପ୍ରବାହିତ ଜଳକା ନଦୀର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଜଳକା ନଦୀ ଅବବାହିକା ସମେତ ନଦୀର ଉପରମୁଣ୍ଡ ପଡ଼ୋଶୀ ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁରରେ ଶନିବାର ୮୨ମି.ମି., ମୋରଡ଼ାରେ ୩୦.୨ମି.ମି., ଶୁଳିଆପଦାରେ ୭୦ମି.ମି. ବର୍ଷା କାରଣରୁ ନଦୀର ଜଳସ୍ତର ବୃଦ୍ଧି ପାଉଛି। ମଥାନୀଠାରେ ନଦୀର ବିପଦସଙ୍କେତ ୬.୫୦ ମିଟର ରହିଥିବା ବେଳେ ରବିବାର ରାତି ୮ଟା ସୁଦ୍ଧା ଜଳସ୍ତର ବୃଦ୍ଧି ପାଇ ୬.୫୧ ମିଟରରେ ପ୍ରବାହିତ ହେଉଛି। ନଦୀର ଜଳସ୍ତର ବୃଦ୍ଧି ପାଉଥିବାରୁ ଉପକୂଳବର୍ତ୍ତୀ ଗ୍ରାମବାସୀ ବନ୍ୟା ଆଶଙ୍କାରେ ଭୟଭୀତ ଅବସ୍ଥାରେ ଅଛନ୍ତି। ଯଦି ବନ୍ୟା ହୁଏ ତେବେ ବସ୍ତା ବ୍ଲକର ୧୦ ଏବଂ ସଦର ବ୍ଲକର ୩ ପଞ୍ଚାୟତର ଶତାଧିକ ହେକ୍ଟର ଚାଷଜମି ପ୍ରଭାବିତ ହେବାର ଆଶଙ୍କା କରାଯାଉଛି। ଦୁର୍ବଳ ନଦୀବନ୍ଧ ଓ ବନ୍ୟା ପ୍ରଭାବିତ ଅଞ୍ଚଳ ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ହୋଇଥିବା ତହସିଲଦାର ରାଧାରଞ୍ଜନ ଦାସ ଓ ଜଳସେଚନ କନିଷ୍ଠଯନ୍ତ୍ରୀ ମହେଶ୍ୱର ସିଂ ସୂଚନା ଦେଇଛନ୍ତି। ସେହିପରି ସୁବର୍ଣ୍ଣରେଖା ନଦୀର ରାଜଘାଟଠାରେ ବିପଦସଙ୍କେତ ୧୦.୩୬ ମିଟର ଥିବାବେଳେ ଅପରାହ୍ନ ୩ଟା ସୁଦ୍ଧା ୫.୮୯ ଓ ସନ୍ଧ୍ୟା ୬ଟା ସୁଦ୍ଧା ୬.୧୯ମିଟରରେ ପ୍ରବାହିତ ହେଉଛି। ବୁଢାବଳଙ୍ଗ ନଦୀର ବିପଦସଙ୍କେତ ୮.୧୩ ମିଟର ଥିବାବେଳେ ଅପରାହ୍ନ ୩ଟା ସୁଦ୍ଧା ୩.୩୮ ଓ ସନ୍ଧ୍ୟା ୬ଟା ସୁଦ୍ଧା ୩.୯୦ମିଟରରେ ପ୍ରବାହିତ ହେଉଛି।
ଜିଲା ଜରୁରୀକାଳୀନ ବିଭାଗ ପକ୍ଷରୁ ମିଳିଥିବା ସୂଚନା ମୁତାବକ ଗତ ୨୪ ଘଣ୍ଟା ମଧ୍ୟରେ ବାଲିଆପାଳରେ ୧୩୭ମି.ମି., ଭୋଗରାଇରେ ୧୨୫ମି.ମି., ଜଳେଶ୍ୱରରେ ୯୭ମି.ମି., ବସ୍ତାରେ ୮୦ମି.ମି., ବାଲେଶ୍ୱର ସଦରରେ ୫୮ମି.ମି., ରେମୁଣାରେ ୪୭ମି.ମି., ନୀଳଗିରିରେ ୩୭ମି.ମି., ଔପଦାରେ ୨୫ମି.ମି., ସୋରରେ ୨୩ମି.ମି., ବାହାନଗାରେ ୨୦ମି.ମି., ଖଇରା ୧୯ମି.ମି. ଓ ସିମୁଳିଆରେ ୧୭ମି.ମି. ବର୍ଷା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?