Posted inଜାତୀୟ

ଜଲନ୍ଧର ରେଲଓ୍ବେ ଷ୍ଟେସନରେ ଏକ ସୁଟ୍‌କେସ୍‌ରୁ ମିଳିଲା ମୃତଦେହ

ଜଲନ୍ଧର,୧୫।୧୧: ପଞ୍ଜାବ ଜଲନ୍ଧରର ସିଟି ରେଲଓ୍ବେ ଷ୍ଟେସନ ବାହାରେ ଏକ ଲାଲ ସୁଟକେସ୍‌ ମିଳିଛି। ସେଥିରେ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଥିବା ଜଣାପଡ଼ିଛି। ଏହି ଖବର ସହରରେ ପ୍ରଚାରିତ ହେବା ପରେ ଭୟର ବାତାବରଣ ଖେଳିଯାଇଛି। ମୃତ ବ୍ୟକ୍ତିଙ୍କ ବୟସ ପାଖାପାଖା ୩୧ବର୍ଷ ହୋଇଥିବା କୁହାଯାଉଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ଉକ୍ତ ସୁଟକେସ୍‌କୁ ଜବତ କରି ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇଛି। ସୂଚନାଯୋଗ୍ୟ, ମଙ୍ଗଳବାର ସକାଳ ୭ଟାରେ ରେଲଓ୍ବେ ବାହାରେ ଏକ ସୁଟ୍‌କେସ୍‌ ପଡ଼ିଥିବାର ଦେଖି ଜଣେ ବ୍ୟକ୍ତି ପୋଲିସକୁ ଖବର ଦେଇଥିଲେ। ଜଲନ୍ଧର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ଏଥିସହ ସିସିଟିଭିକୁ ମଧ୍ୟ ଯାଞ୍ଚ କରୁଛି ପୋଲିସ। ଅନ୍ୟପଟେ ମୃତକଙ୍କ ଆଖି ଓ ହାତରେ ଆଘାତ ଚିହ୍ନ ରହିଥିବା ବେଳେ ତାଙ୍କୁ ଗଳା ଚିପି ହତ୍ୟା କରାଯାଇଛି ବୋଲି ପୋଲିସ ଆଶଙ୍କା କରୁଛି। ଏପର୍ଯ୍ୟନ୍ତ ମୃତକଙ୍କ ପରିଚୟ ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri