Posted inଜାତୀୟ

୨୬/୧୧ ଆକ୍ରମଣ: କସାବ ସମେତ ୧୦ ମୃତ ଆତଙ୍କବାଦୀଙ୍କ ପାଇଁ ପ୍ରାର୍ଥନା କରୁଛନ୍ତି ହାଫିଜ

ନୂଆଦିଲ୍ଲୀ,୨୬ ।୧୧: ପାକିସ୍ତାନର ରାଜନୀତିର ମୁଖା ପିନ୍ଧିଥିବା ଆତଙ୍କବାଦୀ ସଙ୍ଗଠନ ଜମାତ-ଉଦ-ଦାୱା ୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣରେ ମୃତ୍ୟୁବରଣ କରିଥିବା କସାବ ସମେତ ୧୦ ଆତଙ୍କବାଦୀଙ୍କ ପାଇଁ ଏକ ବିଶେଷ ପ୍ରାର୍ଥନା ସଭାର ଆୟୋଜନ କରିଥିବା ଜଣାପଡିଛି । ମୁମ୍ବାଇ ଆକ୍ରମଣର ୧୨ ବର୍ଷ ପରେ ପାକିସ୍ତାନ ପଞ୍ଜାବର ସାହିୱାଲାରେ ଏହି ସଭାର ଆୟୋଜନ କରାଯାଇଛି । ଜମାତ-ଉଦ-ଦାୱା ପାକିସ୍ତାନର ଆତଙ୍କବାଦୀ ସଙ୍ଗଠନ ଲସ୍କର-ଇ-ତୋଏବାର ରାଜନୈତିକ ଚେହେରା । ସେ ଆୟୋଜିତ କରିଥିବା ଶୋକ ସଭାରେ କର୍ମୀମାନଙ୍କୁ ଯୋଗ ଦେବାକୁ ନିମନ୍ତ୍ରଣ କରାଯାଇଛି । କୁଖ୍ୟାତ ଆତଙ୍କବାଦୀ ହାଫିଜ ସଇଦ ଏହି ସଙ୍ଗଠନର ମୁଖ୍ୟ ରହିଛନ୍ତି । ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଏହି ସ୍ୱତନ୍ତ୍ର ସଭା ଜମାତର ମସଜିଦ୍‌ରେ ହେବ । ୨୦୦୮ରେ ମୁମ୍ବାଇ ଆକ୍ରମଣରେ ପ୍ରାୟ ୧୭୦ ଲୋକଙ୍କୁ ମୃତ୍ୟୁ କୋଳରେ ଶୁଆଇ ଦେଇଥିବା ଆତଙ୍କବାଦୀଙ୍କ ପାଇଁ ଏହିଠାରେ ପ୍ରାର୍ଥନା କରାଯିବ ବୋଲି ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

Rare Solar Eclipse: ୧୦୦ବର୍ଷ ପରେ ଅତି ବିରଳ ସୂର୍ଯ୍ୟ ପରାଗ, ଦିନ ୧୨ଟାରେ ଭାରତରେ ଘୋଟିଯିବ କିଟକିଟ ଅନ୍ଧାର! ପକ୍ଷୀମାନେ କରିବେ…

ଆଗକୁ ଏକ ଏମିତି ସୂର୍ଯ୍ୟପରାଗ ଆସୁଛି ଯାହା ସମସ୍ତଙ୍କୁ ଚମକାଇ ଦେବ । ଦିନ ୧୨ଟାରେ ସବୁକିଛି ଅନ୍ଧାର ହୋଇଯିବ । ଦିନ ହଠାତ୍ ରାତିରେ ପରିଣତ…

୧୦ ଉଇକେଟରେ ଜିତିଲା ନ୍ୟୁଜିଲାଣ୍ଡ

ଚେନ୍ନାଇ,୧୦ା୨- ଟି୨୦ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୧୦ ଉଇକେଟରେ ୟୁଏଇକୁ ପରାସ୍ତ କରିଛି। ୟୁଏଇ ଦ୍ୱାରା ଧାର୍ଯ୍ୟ ୧୭୪ ରନ୍‌ର ଟାର୍ଗେଟ୍‌କୁ ଟିମ୍‌ ସିଫର୍ଟ…

ଭାରତରେ କଠୋର ହେଲା AI ନିୟମ: ୩ ଘଣ୍ଟା ମଧ୍ୟରେ ହଟାଯିବ ଏସବୁ ପୋଷ୍ଟ

ନୂଆଦିଲ୍ଲୀ,୧୦।୨: AI ଏବଂ ଡିପଫେକ୍’ର ଅପବ୍ୟବହାର ରୋକିବା ପାଇଁ ଭାରତ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ନୂତନ ଆଇଟି ନିୟମ ଅନୁଯାୟୀ, ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri