ଜମ୍‌ତରା ଗ୍ୟାଙ୍ଗ୍‌ର ୩ ସଦସ୍ୟ ଗିରଫ

ସମ୍ବଲପୁର,୧୬।୨(ବ୍ୟୁରୋ): ଅନ୍‌ଲାଇନ ଠକେଇ କରି ଲକ୍ଷାଧିକ ଟଙ୍କା ଲୁଟିନେଇଥିବା ଜମତରା ଗ୍ୟାଙ୍ଗ୍‌ର ୩ ସଦସ୍ୟଙ୍କୁ ସମ୍ବଲପୁର ପୋଲିସ ମଙ୍ଗଳବାର ଭୁବନେଶ୍ୱରରୁ ଗିରଫ କରିଛି। ସେମାନେ ହେଲେ ଝାଡ଼ଖଣ୍ଡର ଖଗା ଥାନା ମଳାନ୍ଦି ଗ୍ରାମର ରହମତ ଅନ୍‌ସାରି(୨୨), ଗୋବିନ୍ଦପୁର ଥାନା ଜନତା ମାର୍କେଟ ଷ୍ଟେଶନ ରୋଡ୍‌ର ବିଶାଳ ପାଣ୍ଡେ(୨୧) ଓ ବିହାର ସିକନ୍ଦରାରୋଡ୍‌ର ଶେଖର ଗୌତମ (୨୧)। ଏମାନଙ୍କ ମଧ୍ୟରୁ ଦୁଇଜଣ ଭୁବନେଶ୍ୱରର ଏକ ଘରୋଇ ଇଞ୍ଜିନିୟରିଂ କଲେଜର ଛାତ୍ର ହୋଇଥିବାବେଳେ ଅନ୍ୟ ଜଣେ ଉକ୍ତ କଲେଜର ପାସ୍‌ଆଉଟ ଛାତ୍ର ବୋଲି ଏସ୍‌ପି ବି. ଗଙ୍ଗାଧର ସୂଚନା ଦେଇଛନ୍ତି। ଏହି ଘଟଣାରେ ଆଉ ୨ ଜଣ ଅଭିଯୁକ୍ତ ଫେରାର ହୋଇଯାଇଥିବା ପୋଲିସ କହିଛି। ଗିରଫ ଅଭିଯୁକ୍ତଙ୍କ ପାଖରୁ ୧ ଲକ୍ଷ ୧୩ ହଜାର ୨ଶହ ଟଙ୍କା, ୯ଟି ମୋବାଇଲ ଫୋନ୍‌, ଏଟିଏମ୍‌ କାର୍ଡ, ଲାପ୍‌ଟପ୍‌ ଜବତ ହୋଇଛି। ଏ ନେଇ ଅଇଁଠାପାଲି ଥାନାରେ କେସ୍‌ ନଂ.୬୩/୨୨ରେ ମାମଲା ରୁଜୁ ହୋଇଛି। ପୋଲିସ ସୂଚନାକ୍ରମେ, ଫେବୃୟାରୀ ୫ ତାରିଖରେ ଅଇଁଠାପାଲି ଥାନା ଅନୁଗୁଲିଆପଡ଼ାର ସରୋଜ କୁମାର ଦାସ ଅଭିଯୋଗ କରିଥିଲେ ଯେ, ଏକ ଘରୋଇ ଫାଇନାନ୍ସ କମ୍ପାନୀ ଋଣ ମଞ୍ଜୁର କରିଥିବା ନେଇ ପ୍ରଥମେ ତାଙ୍କ ମୋବାଇଲ୍‌କୁ ମେସେଜ ଆସିଥିଲା। ଅପରାହ୍ନ ପ୍ରାୟ ୪ଟାରେ ତାଙ୍କ ବ୍ୟାଙ୍କ ଜମାଖାତାରେ ୩ ଲକ୍ଷ ୮୧ ହଜାର ୧୬୮ ଟଙ୍କା ଜମା ହୋଇଥିଲା। ଏହାର କିଛି ସମୟ ପରେ ତାଙ୍କ ଜମା ଖାତାରୁ ୨ ଲକ୍ଷ ଗାଏବ ହୋଇଯାଇଥିଲା। ଏହି ଟଙ୍କା ଆଉ ଏକ ଆକାଉଣ୍ଟକୁ ଚାଲି ଯାଇଥିଲା। ଏ ନେଇ ସରୋଜ ଥାନାରେ ଅଭିଯୋଗ କରିବା ପରେ ପୋଲିସ ତଦନ୍ତ ଆରମ୍ଭ କରିଥିଲା। ଏହି ଠକେଇ ର଼୍ୟାକେଟ୍‌ର ଚେର ଝାଡ଼ଖଣ୍ଡ ଓ ବିହାର ପର୍ଯ୍ୟନ୍ତ ଲମ୍ବିଥିବା ପୋଲିସ ଜାଣିବାକୁ ପାଇଥିଲା। ଏସ୍‌ପି ବାତୁଲା ଗଙ୍ଗାଧରଙ୍କ ନିର୍ଦ୍ଦେଶ କ୍ରମେ ଏକ ଟିମ୍‌ ଗଠନ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri