ଜମ୍ବୁ-ମାର୍ଶାଘାଇ ରାସ୍ତା ହେବ ଦୋହରୀକରଣ, ନିର୍ମାଣ ହେବ ନୂଆ ଏୟାର ଷ୍ଟ୍ରିପ୍‌

ମହାକାଳପଡ଼ା, ୧୯ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ-ଜମ୍ବୁ ରାସ୍ତାର ଉନ୍ନତି ଓ ପ୍ରଶସ୍ତୀକରଣ ପ୍ରକଳ୍ପ ନିମନ୍ତେ ମହାକାଳପଡ଼ା ତହସିଲ ଅନ୍ତର୍ଗତ ଦୁଇଟି ଗ୍ରାମ ତଥା ଚଡେଇଗୁଅଁା ଓ ମହାକାଳପଡା ରାଜସ୍ବ ଗ୍ରାମର ପ୍ରସ୍ତାବିତ ୦. ୯୮୯୦ ଏକର ଘରୋଇ ଜମି ଅଧିଗ୍ରହଣର ଏକ ଜନ ଶୁଣାଣି ମହାକାଳପଡ଼ା ପଞ୍ଚାୟତ ଅଫିସ ସଭାଗୃହରେ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉକ୍ତ ଦୁଇଟି ଗ୍ରାମରେ ଜମି ହରାଇବାକୁ ଥିବା ୫୦ରୁ ଊର୍ଦ୍ଧ୍ୱ ବ୍ୟକ୍ତି ଯୋଗଦେଇ ନିଜ ନିଜର ମତ ରଖିଥିଲେ। ରାଜ୍ୟ ସରକାରଙ୍କ ଜମି ଅଧିଗ୍ରହଣ ଆଇନ ୨୦୧୩ ଓ ନିର୍ଦ୍ଧାରିତ ନିୟମ ଅନୁସାରେ କ୍ଷତିଗ୍ରସ୍ତ ଘରୋଇ ଜମି ମାଲିକମାନଙ୍କୁ ଉପଯୁକ୍ତ କ୍ଷତିପୂରଣ ଅର୍ଥ ପ୍ରଦାନ କରାଯିବ ବୋଲି ଜିଲା ପ୍ରଶାସନ ପକ୍ଷରୁ କୁହାଯାଇଛି। ତେଣେ ରାସ୍ତା ପାଇଁ ଆଗାମୀ ଦିନରେ ୧୧ ଗ୍ରାମର ଘରୋଇ ଜମି ଅଧିଗ୍ରହଣ କରାଯିବ ବୋଲି ଜିଲା ପ୍ରଶାସନ ପକ୍ଷରୁ କୁହାଯାଇଛି।
ଅଦ୍ୟାବଧି ଜମ୍ବୁ-ମାର୍ଶାଘାଇ ନୂତନ ରାସ୍ତା ନିର୍ମାଣ ଦ୍ରୁତଗତିରେ ଚାଲିଛି। ଏହାର ଦକ୍ଷିଣ ପାର୍ଶ୍ୱରେ ଆଉ ଏକ ନୂଆ ଦୋହରୀକରଣ ରାସ୍ତା ତିଆରି ପାଇଁ ରାଜ୍ୟ ପୂର୍ତ୍ତ ବିଭାଗ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଏହି କାର୍ଯ୍ୟ ସମ୍ପୂର୍ଣ୍ଣ ହେଲେ ମହାକାଳପଡ଼ା ଉପକୂଳ ଅଞ୍ଚଳରେ ଶିଳ୍ପ ପ୍ରତିଷ୍ଠା ପାଇଁ ନୂଆ ସମୀକରଣ ସୃଷ୍ଟି ହୋଇପାରିବ ବୋଲି ସ୍ଥାନୀୟ ଲୋକମାନେ କହିଛନ୍ତି । ଅପର ପକ୍ଷରେ ଏହି ଅଞ୍ଚଳର ବିକାଶ ପାଇଁ ରାଜ୍ୟ ସରକାର ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରୁଛନ୍ତି।
ଏହି ଜନ ଶୁଣାଣି ଭୂ-ଅର୍ଜନ ବିଭାଗ ଓ ଜିଲା ପ୍ରଶାସନ ପକ୍ଷରୁ ପରିଚାଳିତ କରାଯାଇଥିଲା। ଜିଲା ପ୍ରଶାସନ ପକ୍ଷରୁ ଅତିରିକ୍ତ ଜିଲାପାଳ (ପ୍ରଶାସନ) ରବୀନ୍ଦ୍ର କୁମାର ମଲିକ, ଜିଲା ଭୂ-ଅର୍ଜନ ଅଧିକାରୀ ଅମରେଶ ସାହୁ, ସର୍ଭେ ଅଧିକାରୀ ସୀମାଞ୍ଚଳ ପଣ୍ଡା, ମହାକାଳପଡା ପୂର୍ତ୍ତ ବିଭାଗ ଏସ୍‌ଡିଓ ଦୈତାରୀ ଟୁଡୁ, ଦେବାଶିଷ ସାମଲ ଓ ମହାକାଳପଡା ସରପଞ୍ଚ ରତିକାନ୍ତ ପଣ୍ଡାଙ୍କ ସମେତ ଘରୋଇ ଜମି ମାଲିକମାନଙ୍କ ମଧ୍ୟରେ ସାରଦା ପ୍ରସାଦ ଚୌଧୁରୀ, ସରୋଜ କୁମାର ପଣ୍ଡା, ଶିବ ପ୍ରସାଦ ଚୌଧୁରୀ, ଶୈଳେନ୍ଦ୍ର ଚୌଧୁରୀ, ନଗେନ୍ଦ୍ର ଚୌଧୁରୀ, ସୌଭାଗ୍ୟ ବାହାଲିଆ, ରାଜେନ୍ଦ୍ର ଚୌଧୁରୀ, ସଞ୍ଜୟ କୁମାର ଚୌଧୁରୀ, ଗୋକୁଳି ସେଠୀ ଓ ଚିତ୍ତ ରଞ୍ଜନ ବାହାଲିଆଙ୍କ ସହିତ ଅନ୍ୟ ଚାଷୀମାନେ ଯୋଗଦେଇ ନିଜ ନିଜର ବକ୍ତବ୍ୟ ରଖିଥିଲେ। ଏ ସମ୍ପର୍କରେ ଅତିରିକ୍ତ ଜିଲାପାଳ ରବୀନ୍ଦ୍ର କୁମାର ମଲିକଙ୍କୁ ପଚାରିବାରେ ଏହି ଅଞ୍ଚଳ ଭବିଷ୍ୟତ ଉନ୍ନତି ପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ସହଯୋଗ ଯୋଗାଇ ଦିଆଯାଉଛି। ଆଉ ଏକ ନୂଆ ଏୟାର ଷ୍ଟ୍ରିପ୍‌ ନିର୍ମାଣ ପ୍ରସ୍ତାବ ରହିଛି ବୋଲି କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri