ଜମୁଛି ଜମ୍ବୁଦ୍ୱୀପ ମହୋତ୍ସବ: ଆଦିବାସୀ ନୃତ୍ୟ-ସଙ୍ଗୀତରେ ଝୁମିଲେ ଦର୍ଶକ, ନୌବାଣିଜ୍ୟ ପରମ୍ପରାକୁ ନେଇ…

ମହାକାଳପଡ଼ା, ୧୯ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ମା’ ରାମଚଣ୍ଡୀଙ୍କ ପୀଠଠାରେ ଜମ୍ବୁଦ୍ୱୀପ ମହୋତ୍ସବର ଚତୁର୍ଥ ସନ୍ଧ୍ୟା ଶନିବାର ମୁକ୍ତାକାଶ ରଙ୍ଗମଞ୍ଚରେ ସାଂସ୍କୃତିକ କାର୍ଯ୍ୟକ୍ରମରେ ପାରମ୍ପରିକ ଆଦିବାସୀ ନୃତ୍ୟ, ସଙ୍ଗୀତରେ ଉପସ୍ଥିତ ଦର୍ଶକମାନେ ଝୁମିଥିଲେ। ପରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟରେ ସମ୍ବଲପୁରୀ ଡାଲ୍‌ଖାଇ ନୃତ୍ୟ, ସଙ୍ଗୀତ, ରଙ୍ଗବତୀ ନୃତ୍ୟ, ସଙ୍ଗୀତ ଗାନରେ ଉପସ୍ଥିତ ଅତିଥି ଓ ଦର୍ଶକ ବିଭୋର ହୋଇଥିଲେ। ଏହି ଅବସରରେ ମହୋତ୍ସବରେ ପ୍ରଭୁ ଜଗନ୍ନାଥ ଓ ମା’ ରାମଚଣ୍ଡୀଙ୍କ ତୈଳ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରି ଅତିଥିମାନେ ଆନୁଷ୍ଠାନିକ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଥିଲେ। ମୁଖ୍ୟ ଅତିଥି ଭାବେ ଅନୁଗୋଳ ଜିଲା ପ୍ଲାନିଂ ବୋର୍ଡ ଅଧ୍ୟକ୍ଷ ତଥା ପାଲଲହଡା ବିଧାୟକ ଅଶୋକ କୁମାର ମହାନ୍ତି ଯୋଗଦେଇ କଳା ସଂସ୍କୃତି ନୌବାଣିଜ୍ୟ ପରମ୍ପରା ଓଡ଼ିଆ ଅସ୍ମିତାକୁ ବହନ କରିଥିବା ଐତିହାସିକ ଜମ୍ବୁ ଦ୍ୱୀପ ମହୋତ୍ସବର ପ୍ରଶଂସା କରିଥିଲେ। ଜମ୍ବୁ ଦ୍ୱୀପ ମହୋତ୍ସବ ପାଳନ କରିବା ପରିକଳ୍ପନା ବିଧାୟକ ଡ. ଦୁର୍ଗା ପ୍ରସନ୍ନ ନାୟକଙ୍କ ସମ୍ଭବ ହୋଇପାରିଛି। ମୁଖ୍ୟବକ୍ତା ଭାବେ ଫୁଲବାଣୀ ବିଧାୟକ ଉମା ଚରଣ ମଲିକ ଯୋଗଦେଇ ମହୋତ୍ସବ ସମ୍ପର୍କରେ ଆଲୋକପାତ କରିଥିଲେ। ସମ୍ମାନିତ ଅତିଥି ଭାବେ ଉପଜିଲାପାଳ ଅରୁଣ କୁମାର ନାୟକ, ତହସିଲଦାର ରବି ନାରାୟଣ ଆଚାର୍ଯ୍ୟ , ବ୍ଲକ ଅଧ୍ୟକ୍ଷା ମୀରାରାଣୀ ମହାନ୍ତି ପ୍ରମୁଖ ଯୋଗଦେଇ ମହୋତ୍ସବ ପାଳନ ସମ୍ପର୍କରେ ଆଲୋକପାତ କରିଥିଲେ। ମଞ୍ଚ ସମ୍ମୁଖରେ ଉପସ୍ଥିତ ଥିବା ଅନ୍ୟମାନଙ୍କ ମଧ୍ୟରେ ଯୁବନେତା ପ୍ରଶାନ୍ତ କୁମାର ସେଠୀ, ସରୋଜ କାନ୍ତ ସାହୁ, କ୍ରୀଷ୍ଣପଦ ମଣ୍ଡଳ, ଅଭିଜିତ ଗୌତମ ଦାସଙ୍କ ସମେତ ବହୁସଂଖ୍ୟାରେ ଦର୍ଶକ ଉପସ୍ଥିତ ଥିଲେ।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri