Posted inଖେଳ

ବିଶ୍ୱର ପ୍ରଥମ ଦ୍ରୁତ ବୋଲର ଭାବେ ଟେଷ୍ଟରେ ୬୦୦ ଉଇକେଟ୍‌ ନେଲେ ଆଣ୍ଡରସନ

ସାଉଥାମ୍ପଟନ, ୨୫।୮: ଭ୍ରମଣକାରୀ ପାକିସ୍ତାନ ବିପକ୍ଷରେ ଏଠାରେ ଚାଲିଥିବା ୩ୟ ଟେଷ୍ଟର ୫ମ ଦିବସ ଅବସରରେ ଇଂଲଣ୍ଡର ଦ୍ରୁତ ବୋଲର ଜେମ୍ସ ଆଣ୍ଡରସନ ଏକ ବିରଳ କୃତିତ୍ୱ ହାସଲ କରିଛନ୍ତି। ପାକିସ୍ତାନର ଦ୍ୱିତୀୟ ଇନିଂସରେ ଅଧିନାୟକ ଅଜହର ଅଲିଙ୍କୁ ଆଉଟ୍‌ କରି ଆଣ୍ଡରସନ ଟେଷ୍ଟ କ୍ରିକେଟ୍‌ରେ ୬୦୦ ଉଇକେଟ୍‌ ଅକ୍ତିଆର କରିଛନ୍ତି। ଏଥିସହ ଟେଷ୍ଟ୍‌ରେ ୬୦୦ ଉଇକେଟ୍‌ ହାସଲ କରିବାରେ ସେ ବିଶ୍ୱର ପ୍ରଥମ ଦ୍ରୁତ ବୋଲର ହେବାର କୀର୍ତ୍ତିମାନ ସ୍ଥାପନ କରିଛନ୍ତି।

୨୦୦୩ରେ ଟେଷ୍ଟ କ୍ୟାରିୟର ଆରମ୍ଭ କରିଥିବା ୩୮ ବର୍ଷୀୟ ଏହି ଡାହାଣହାତୀ ଦ୍ରୁତ ବୋଲର ୧୫୬ତମ ମ୍ୟାଚ୍‌ ଅବସରରେ ଏହି ମାଇଲଷ୍ଟୋନ୍‌ ହାସଲ କରିଛନ୍ତି। ଅପରପକ୍ଷରେ ଆଣ୍ଡରସନ ବିଶ୍ୱର ୪ର୍ଥ କ୍ରିକେଟର୍‌ ଭାବେ ୬୦୦ ଉଇକେଟ୍‌ କ୍ଲବରେ ସାମିଲ ହୋଇଛନ୍ତି। ତାଙ୍କ ପୂର୍ବରୁ ଶ୍ରୀଲଙ୍କାର ମୁଥିୟା ମୁରଲୀଥରନ (୮୦୦ ଉଇକେଟ୍‌), ଅଷ୍ଟ୍ରେଲିଆର ସେନ୍‌ ଓ୍ବର୍ନ (୭୦୮) ଓ ଭାରତର ଅନିଲ କୁମ୍ବଲେ (୬୧୯) ଏହି କ୍ଲବରେ ରହିଛନ୍ତି। ଆଣ୍ଡରସନ ଏହି ମ୍ୟାଚ୍‌ ପୂର୍ବରୁ ୫୯୩ ଉଇକେଟ୍‌ ନେଇଥିଲେ। ମ୍ୟାଚ୍‌ର ପ୍ରଥମ ଇନିଂସରେ ୫ ଓ ୨ୟ ଇନିଂସରେ ଦୁଇ ଉଇକେଟ୍‌ ନେଇ ସେ ଏହି ସଫଳତା ପାଇଛନ୍ତି। ଆଣ୍ଡରସନ ତାଙ୍କ ଟେଷ୍ଟ କ୍ୟାରିୟରରେ ୨୯ଥର ୫ ଉଇକେଟ୍‌ ଏବଂ ୩ ଥର ୧୦ ବା ଏହାଠାରୁ ଅଧିକ ଉଇକେଟ୍‌ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri