Posted inଖେଳ

ବିଶ୍ୱର ପ୍ରଥମ ଦ୍ରୁତ ବୋଲର ଭାବେ ଟେଷ୍ଟରେ ୬୦୦ ଉଇକେଟ୍‌ ନେଲେ ଆଣ୍ଡରସନ

ସାଉଥାମ୍ପଟନ, ୨୫।୮: ଭ୍ରମଣକାରୀ ପାକିସ୍ତାନ ବିପକ୍ଷରେ ଏଠାରେ ଚାଲିଥିବା ୩ୟ ଟେଷ୍ଟର ୫ମ ଦିବସ ଅବସରରେ ଇଂଲଣ୍ଡର ଦ୍ରୁତ ବୋଲର ଜେମ୍ସ ଆଣ୍ଡରସନ ଏକ ବିରଳ କୃତିତ୍ୱ ହାସଲ କରିଛନ୍ତି। ପାକିସ୍ତାନର ଦ୍ୱିତୀୟ ଇନିଂସରେ ଅଧିନାୟକ ଅଜହର ଅଲିଙ୍କୁ ଆଉଟ୍‌ କରି ଆଣ୍ଡରସନ ଟେଷ୍ଟ କ୍ରିକେଟ୍‌ରେ ୬୦୦ ଉଇକେଟ୍‌ ଅକ୍ତିଆର କରିଛନ୍ତି। ଏଥିସହ ଟେଷ୍ଟ୍‌ରେ ୬୦୦ ଉଇକେଟ୍‌ ହାସଲ କରିବାରେ ସେ ବିଶ୍ୱର ପ୍ରଥମ ଦ୍ରୁତ ବୋଲର ହେବାର କୀର୍ତ୍ତିମାନ ସ୍ଥାପନ କରିଛନ୍ତି।

୨୦୦୩ରେ ଟେଷ୍ଟ କ୍ୟାରିୟର ଆରମ୍ଭ କରିଥିବା ୩୮ ବର୍ଷୀୟ ଏହି ଡାହାଣହାତୀ ଦ୍ରୁତ ବୋଲର ୧୫୬ତମ ମ୍ୟାଚ୍‌ ଅବସରରେ ଏହି ମାଇଲଷ୍ଟୋନ୍‌ ହାସଲ କରିଛନ୍ତି। ଅପରପକ୍ଷରେ ଆଣ୍ଡରସନ ବିଶ୍ୱର ୪ର୍ଥ କ୍ରିକେଟର୍‌ ଭାବେ ୬୦୦ ଉଇକେଟ୍‌ କ୍ଲବରେ ସାମିଲ ହୋଇଛନ୍ତି। ତାଙ୍କ ପୂର୍ବରୁ ଶ୍ରୀଲଙ୍କାର ମୁଥିୟା ମୁରଲୀଥରନ (୮୦୦ ଉଇକେଟ୍‌), ଅଷ୍ଟ୍ରେଲିଆର ସେନ୍‌ ଓ୍ବର୍ନ (୭୦୮) ଓ ଭାରତର ଅନିଲ କୁମ୍ବଲେ (୬୧୯) ଏହି କ୍ଲବରେ ରହିଛନ୍ତି। ଆଣ୍ଡରସନ ଏହି ମ୍ୟାଚ୍‌ ପୂର୍ବରୁ ୫୯୩ ଉଇକେଟ୍‌ ନେଇଥିଲେ। ମ୍ୟାଚ୍‌ର ପ୍ରଥମ ଇନିଂସରେ ୫ ଓ ୨ୟ ଇନିଂସରେ ଦୁଇ ଉଇକେଟ୍‌ ନେଇ ସେ ଏହି ସଫଳତା ପାଇଛନ୍ତି। ଆଣ୍ଡରସନ ତାଙ୍କ ଟେଷ୍ଟ କ୍ୟାରିୟରରେ ୨୯ଥର ୫ ଉଇକେଟ୍‌ ଏବଂ ୩ ଥର ୧୦ ବା ଏହାଠାରୁ ଅଧିକ ଉଇକେଟ୍‌ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

୫ ରାଶି ଉପରେ କୃପା କରିବେ ଶନି; ଟଙ୍କାରେ ପୁରିଯିବ ଘର, କ୍ୟାରିୟରରେ ମିଳିବ ବଡ଼ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମଫଳଦାତା ଏବଂ ନ୍ୟାୟର କାରକ ଗ୍ରହ ବୋଲି ବିବେଚନା କରାଯାଏ। ଶନି ପ୍ରତ୍ୟେକ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଶୁଭ ତଥା ଅଶୁଭ…

ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା

ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?