Posted inଖେଳ

ଇତିହାସ ରଚିଲେ ଜେମ୍ସ ଆଣ୍ଡରସନ୍‌: ୧୪୫ ବର୍ଷ ଟେଷ୍ଟ କ୍ରିକେଟ୍‌ ଇତିହାସରେ ପ୍ରଥମଥର ଘଟିଲା ଏମିତି

ନଟିଂହାମ,୧୪।୬: ଇଂଲଣ୍ଡର ତାରକା ଫାଷ୍ଟ ବୋଲର ଜେମ୍ସ ଆଣ୍ଡରସନ ଇତିହାସ ସୃଷ୍ଟି କରିଛନ୍ତି। ଟେଷ୍ଟ କ୍ରିକେଟରେ ୬୫୦ ଉଇକେଟ ନେବାରେ ଜେମ୍ସ ଆଣ୍ଡରସନ ଦୁନିଆର ପ୍ରଥମ ଦ୍ରୁତ ବୋଲର ହୋଇଛନ୍ତି। ୧୪୫ ବର୍ଷ ଟେଷ୍ଟ କ୍ରିକେଟ ଇତିହାସରେ ପ୍ରଥମ ଥର ପାଇଁ ଜେମ୍ସ ଆଣ୍ଡରସନ ଏପରି ଉପଲବ୍ଧି ହାସଲ କରିଛନ୍ତି।
ଟେଷ୍ଟ କ୍ରିକେଟ ଇତିହାସରେ ପ୍ରଥମ ମ୍ୟାଚ ୧୮୭୭ ମସିହାରେ ମେଲବୋର୍ଣ୍ଣ ଗ୍ରାଉଣ୍ଡରେ ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିଲା। ୧୮୭୭ରୁ ବର୍ତ୍ତମାନ ପର୍ଯ୍ୟନ୍ତ ଟେଷ୍ଟ କ୍ରିକେଟ ଇତିହାସରେ ଜେମ୍ସ ଆଣ୍ଡରସନ ବିଶ୍ୱର ପ୍ରଥମ ଦ୍ରୁତ ବୋଲର ଭାବେ ସର୍ବାଧିକ ୬୫୦ ଉଇକେଟ ନେଇଛନ୍ତି। ୨୦୦୩ରେ ଜେମ୍ସ ଆଣ୍ଡରସନ ଇଂଲଣ୍ଡ ପାଇଁ ଟେଷ୍ଟ ଡେବ୍ୟୁ କରିଥିଲେ।
୩୯ ବର୍ଷୀୟ ଜେମ୍ସ ଆଣ୍ଡରସନ ନଟିଂହାମରେ ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟର ଦ୍ୱିତୀୟ ଇନିଂସରେ କିୱି ଅଧିନାୟକ ଟମ ଲାଥାମଙ୍କୁ ଆଉଟ୍‌ କରି ଟେଷ୍ଟ କ୍ରିକେଟରେ ୬୫୦ ଉଇକେଟ ସମାପ୍ତ କରିଛନ୍ତି। ବିଶ୍ୱର ସର୍ବାଧିକ ଟେଷ୍ଟ ଉଇକେଟ ନେବାରେ ଜେମ୍ସ ଆଣ୍ଡରସନ ତୃତୀୟ ସ୍ଥାନରେ ଅଛନ୍ତି।
ଟେଷ୍ଟ କ୍ରିକେଟରେ ସର୍ବାଧିକ ୮୦୦ ଉଇକେଟ ନେଇ ବିଶ୍ୱ ରେକର୍ଡ କରିଛନ୍ତି ଶ୍ରୀଲଙ୍କାର ମହାନ୍‌ ସ୍ପିନର ମୁଥିୟା ମୁରଲୀଧରନ। ଦୁଇ ନମ୍ବରରେ ଅଷ୍ଟ୍ରେଲିଆର ଲେଗ ସ୍ପିନର ଶେନ୍‌ ୱାର୍ନ ଅଛନ୍ତି। ସେ ୭୦୯ ଟେଷ୍ଟ ଉଇକେଟ ନେଇଛନ୍ତି। ଏହା ପରେ ଇଂଲଣ୍ଡର କିମ୍ବଦନ୍ତୀ ଦ୍ରୁତ ବୋଲର ଜେମ୍ସ ଆଣ୍ଡରସନ ୬୫୦ ଟେଷ୍ଟ ଉଇକେଟ ନେଇ ତୃତୀୟ ସ୍ଥାନରେ ଅଛନ୍ତି। ଭାରତୀୟ ଲେଗ ସ୍ପିନର ଅନିଲ କୁମ୍ବଲେ ଚତୁର୍ଥ ସ୍ଥାନରେ ଅଛନ୍ତି। ତାଙ୍କ ନାମରେ ୬୧୯ ଉଇକେଟ ରହିଛି। ମୁରଲୀଧରନ, ଓ୍ବାର୍ନ, କୁମ୍ବଲେ ସ୍ପିନର ହୋଇଥିବାବେଳେ ଆଣ୍ଡରସନ୍‌ ଦ୍ରୁତ ବୋଲର୍‌ ଅଟନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ଜନଗଣନା ତାଲିମ ବେଳେ ଚେତାଶୂନ୍ୟ ହୋଇପଡ଼ିଲେ ଶିକ୍ଷୟିତ୍ରୀ, ଆଉ ତା’ପରେ…

ହିଞ୍ଜିଳିକାଟୁ, ୨୮।୩( ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ପିଏମଶ୍ରୀ ସରକାରୀ ବୃନ୍ଦାବନ ବିଦ୍ୟାଳୟରେ ଚାଲିଥିବା ଜନଗଣନା ତାଲିମର ତୃତୀୟ ପର୍ଯ୍ୟାୟରେ ତାଲିମ ବେଳେ ଶନିବାର କେନ୍ଦ୍ରରେ ଜଣେ ଶିକ୍ଷୟିତ୍ରୀ…

ଗିରଫ ପରେ ଜାମିନରେ ଖଲାସ ହେଲେ ଏହି ଗଲ୍‌ଫ ଖେଳାଳି, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

ଜୁପିଟର ଆଇଲାଣ୍ଡ, ୨୮ା୩: ବିଶିଷ୍ଟ ଗଲ୍‌ଫ ଖେଳାଳି ଟାଇଗର ଉଡ୍ସ ନିଶାଗ୍ରସ୍ତ ଅବସ୍ଥାରେ ଡ୍ରାଇଭିଂ କରିଥିବା ଅଭିଯୋଗରେ ପୋଲିସ ଦ୍ୱାରା ଗିରଫ ହେବାପରେ ଶୁକ୍ରବାର ବିଳମ୍ବିତ ରାତିରେ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ଉପଖଣ୍ଡ ମାନ୍ୟତା ପ୍ରଦାନ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ରିଷିଡ଼ା,୨୮ା୩ (ସୁଶାନ୍ତ ମଲ୍ଲିକ)କଳାହାଣ୍ଡି ଜିଲାର ମଦନପୁର ରାମପୁରକୁ ଉପଖଣ୍ଡ ମାନ୍ୟତା ଦେବା ପାଇଁ ଯୁବ ନେତା ତଥା ରାଜ ପରିବାର ସଦସ୍ୟ ନୀଳମାଧବ ସିଂଦେଓ ମୁଖ୍ୟମନ୍ତ୍ରୀ ମୋହନ…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri