Posted inଖେଳ

ସଙ୍କଟରେ କୁମ୍ବଲେଙ୍କ ରେକର୍ଡ

ବର୍ମିଂହମ, ୧୦।୬: ଟେଷ୍ଟ କ୍ରିକେଟରେ ସର୍ବାଧିକ ଉଇକେଟ ହାସଲକାରୀ ବୋଲରଙ୍କ ତାଲିକାରେ ୬୧୯ ଉଇକେଟ ସହ ତୃତୀୟ ସ୍ଥାନରେ ରହିଛନ୍ତି ପୂର୍ବତନ ଭାରତୀୟ ଅଧିନାୟକ ଅନିଲ କୁମ୍ବଲେ। ତାଙ୍କୁ ପଛରେ ପକାଇବା ପାଇଁ ଇଂଲଣ୍ଡର କିମ୍ବଦନ୍ତୀ ପେସର ଜେମ୍ସ ଆଣ୍ଡରସନଙ୍କୁ ମାତ୍ର ୪ ଉଇକେଟ ଦରକାର। ୧୬୧ ଟେଷ୍ଟ ଖେଳିଥିବା ଆଣ୍ଡରସନଙ୍କ ନାମରେ ରହିଛି ୬୧୬ ଉଇକେଟ। ବର୍ତ୍ତମାନ ବର୍ମିଂହମଠାରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟରେ ୩୮ ବର୍ଷୀୟ ଆଣ୍ଡରସନ ଏହି ରେକର୍ଡ ଭାଙ୍ଗି ପାରନ୍ତି।

ଉଲ୍ଲେଖଯୋଗ୍ୟ, ପେସରଙ୍କ ମଧ୍ୟରେ ଆଣ୍ଡରସନଙ୍କ ନାମରେ ରହିଛି ସର୍ବାଧିକ ଉଇକେଟ ନେବାର ରେକର୍ଡ। ତେବେ ଟେଷ୍ଟ କ୍ରିକେଟ ଇତିହାସରେ ଶ୍ରୀଲଙ୍କାର ମୁଥିଆ ମୁରଲିଧରଣ ସର୍ବାଧିକ ୮୦୦ ଉଇକେଟ ନେଇଛନ୍ତି। ତାଙ୍କ ପଛକୁ ୭୦୮ ଉଇକେଟ ସହ ଦ୍ୱିତୀୟ ସ୍ଥାନରେ ରହିଛନ୍ତି ଅଷ୍ଟ୍ରେଲିଆର ଶେନ ଓ୍ବର୍ନ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri