Posted inଖେଳ

ସେଦିନ କ୍ରିକେଟ ଛାଡ଼ିବାକୁ ନିଷ୍ପତ୍ତି ନେଇଥିଲି: ଆଣ୍ଡରସନ୍‌

ନୂଆଦିଲ୍ଲୀ,୧୮।୫: ବର୍ତ୍ତମାନ ସମୟରେ ଇଂଲଣ୍ଡ କ୍ରିକେଟ ଟିମ୍‌ ଜଟିଳ ପରିସ୍ଥିତି ଦେଇ ଗତି କରୁଛି। ପ୍ରଥମେ ଦଳର ଅଧିନାୟକ ଇସ୍ତଫା ଦେବା ପରେ ଅନେକ ବୋର୍ଡ ଅଧିକାରୀ ଇସ୍ତଫା ଦେଇଥିଲେ। ଏପରିକି ସୋମବାର ବୋର୍ଡର ସିଇଓ ଟମ୍‌ ହାରିସନ୍‌ ମଧ୍ୟ ତାଙ୍କ ପଦରୁ ଇସ୍ତଫା ଦେଇଥିଲେ। ଏଭଳି ସ୍ଥିତିରେ ଦଳର ସବୁଠାରୁ ଅଭିଜ୍ଞ ଖେଳାଳି ଏବଂ ମହାନ ଦ୍ରୁତ ବୋଲର ଜେମ୍ସ ଆଣ୍ଡରସନ ବଡ଼ ଖୁଲାସା କରି ନିଜର ଅସନ୍ତୋଷ ପ୍ରକାଶ କରିଛନ୍ତି।ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ତିନି ଟେଷ୍ଟ ମ୍ୟାଚ ବିଶିଷ୍ଟ ସିରିଜରୁ ବାଦ ପଡ଼ିବା ପରେ ସେ ଟେଷ୍ଟ କ୍ରିକେଟରୁ ସନ୍ୟାସ ନେବା ବିଷୟରେ ଚିନ୍ତା କରିଥିବା ପ୍ରକାଶ କରିଛନ୍ତି।
ପ୍ରକାଶ ଯେ, ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଟେଷ୍ଟରୁ ଆଣ୍ଡରସନ ଏବଂ ଷ୍ଟୁଆର୍ଟ ବ୍ରଡ୍‌ଙ୍କୁ ବାଦ ଦିଆଯାଇଥିଲା। ଉଭୟ ଦଳ ଲାଗି ସର୍ବାଧିକ ଉଇକେଟ ନେଇଥିବା ବୋଲର ହେତୁ ଏଭଳି ନିଷ୍ପତ୍ତି ଅନେକଙ୍କୁ ଚକିତ କରିଥିଲା। ହେଲେ ଆଗାମୀ ଜୁନ୍‌ ୨ରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଲର୍ଡସ୍‌ରେ ଖେଲାଯିବାକୁ ଥିବା ତିନି ଟେଷ୍ଟ ମ୍ୟାଚ୍‌ ବିଶିଷ୍ଟ ସିରିଜ ଲାଗି ଦଳ ଘୋଷଣା ହେବ। ଏଥିରେ ଆଣ୍ଡରସନ ପୁଣିଥରେ ପ୍ରତ୍ୟାବର୍ତ୍ତନ କରିପାରନ୍ତି। ତେବେ ଆଣ୍ଡରସନ ଏଯାବତ ୧୬୯ ଟେଷ୍ଟ ମ୍ୟାଚ୍‌ ଖେଳିଥିବା ବେଳେ ୬୪୦ ଉଇକେଟ ନେଇଛନ୍ତି। ସେ ଇଂଲଣ୍ଡ କ୍ରିକେଟ ଇତିହାସର ସବୁଠୁ ସଫଳ ବୋଲର। ଏହାଛଡ଼ା ବିଶ୍ୱ ଟେଷ୍ଟ ଇତିହାସର ସବୁଠାରୁ ସଫଳ ଦ୍ରୁତ ବୋଲର।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ-ଆମେରିକା ଯୁଦ୍ଧ ଭିତରେ ପଶିଲା ଚାଇନା, କହିଦେଲା ଏତେ ବଡ଼ କଥା, ଟ୍ରମ୍ପ ଛାନିଆ

ନୂଆଦିଲ୍ଲୀ,୩୦।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଚାଇନା ଇରାନ ବିରୁଦ୍ଧରେ ଆମେରିକାର ଆକ୍ରମଣକୁ ନିନ୍ଦା କରିଛି। ଚାଇନା ସ୍ପଷ୍ଟ ଭାବରେ କହିଛି ଯେ ଇରାନ ବିରୁଦ୍ଧରେ ସାମରିକ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଟାୱାର ଉପରକୁ ଚଢି ଏମିତି କାଣ୍ଡ କଲେ ଯୁବକ, ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

କୋରାପୁଟ, ୩୦।୩(ଅମିତାଭ ବେହେରା ): ମୋବାଇଲ ଟାୱାର ଉପରକୁ ଚଢି ଜଣେ ମଦ୍ୟପ ଯୁବକ ଉନ୍ମତ୍ତ କାଣ୍ଡ ସୃଷ୍ଟି କରିଥିବା ଘଟଣା କୋରାପୁଟ ଜିଲାରେ ଚର୍ଚ୍ଚାର ବିଷୟ…

ଅଲରାଉଣ୍ଡର କାମେରନ ଗ୍ରୀନଙ୍କୁ ନେଇ ମୁହଁ ଖୋଲିଲା କ୍ରିକେଟ ଅଷ୍ଟ୍ରେଲିଆ

ମୁମ୍ୱାଇ,୩୦ା୩: ଅଷ୍ଟ୍ରେଲିଆନ ଅଲରାଉଣ୍ଡର କାମେରନ ଗ୍ରୀନ ଚଳିତ ଆଇପିଏଲ୍‌ର ପ୍ରାରମ୍ଭିକ କିଛି ମ୍ୟାଚ୍‌ରେ କେବଳ ଜଣେ ବ୍ୟାଟର ଭାବେ ଖେଳିବେ। ଏ ନେଇ କ୍ରିକେଟ ଅଷ୍ଟ୍ରେଲିଆ(ସିଏ) ପକ୍ଷରୁ…

ବିଜେଡିକୁ ଶକ୍ତ ଧକ୍କା: ଭାଜପାରେ ମିଶିଲେ ବିଜେଡି ଉପାଧ୍ୟକ୍ଷଙ୍କ ସହ ୮ କାଉନସିଲର

କେନ୍ଦୁଝର,୩୦।୩ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରଗଡ଼ ପୌର ଉପାଧ୍ୟକ୍ଷ ବରୋଦା ପ୍ରସନ୍ନ ଦାସଙ୍କ ସମେତ ଆଠ ଜଣ କାଉନସିଲର ସୋମବାର ବିଧିବଦ୍ଧ ଭାବେ ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ…

ଜରୁରୀକାଳୀନ ପରିସ୍ଥିତି, ସ୍ମାର୍ଟ ଲକଡାଉନ୍‌… ଇରାନ ଯୁଦ୍ଧ ଯୋଗୁ ଘୋର ସଙ୍କଟରେ ଏହି ସବୁ ଦେଶ

ନୂଆଦିଲ୍ଲୀ,୩୦।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ସଂଘର୍ଷ ଆଉ ଏହି ତିନୋଟି ଦେଶ ମଧ୍ୟରେ ସୀମିତ ନାହିଁ। ତେଲ ଏବଂ ଗ୍ୟାସ ଯୋଗାଣରେ ବାଧା…

ରାଜସ୍ଥାନ-ଚେନ୍ନାଇ ମହାମୁକାବିଲା, ଟସ୍‌ ଜିତିଲା ରାଜସ୍ଥାନ

ଗୌହାଟି,୩୦।୩: ଗୌହାଟିର ବରସାପାରା କ୍ରିକେଟ ଷ୍ଟାଡିୟମରେ IPL 2026ର ସୋମବାର ଖେଳାଯାଉଥିବା ତୃତୀୟ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତି ନେଇଛି। ଫଳରେ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri