ଝାମୁଯାତ୍ରା ମେଳା ଅର୍ଥର ହିସାବ ମିଳୁନି

ମହାକାଳପଡ଼ା,୨୮ା୫(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ପ୍ରସିଦ୍ଧ ଶକ୍ତି ପୀଠ ମା’ରାମଚଣ୍ଡୀଙ୍କ ପୀଠରେ ଅନୁଷ୍ଠିତ ଝାମୁ ଯାତ୍ରା ମେଳାରୁ ଆୟ ହୋଇଥିବା ଅର୍ଥର ହିସାବ ମିଳୁନାହିଁ ା ସେହି ଅର୍ଥକୁ ମନ୍ଦିର ଟ୍ରଷ୍ଟି ନିଜ ହେପାଜତରେ ରଖି ମନମୁଖୀ କାମ କରୁଥିବା ନେଇ ମା’ରାମଚଣ୍ଡୀ ଆଞ୍ଚଳିକ ସେନା ପକ୍ଷରୁ ଚଳିତ ସପ୍ତାହରେ ବ୍ଲକ ଅଫିସ ସଭାଗୃହରେ ଆୟୋଜିତ ଜିଲାପାଳଙ୍କ ଜନ ଶୁଣାଣି ଶିବିରରେ ଲିଖିତ ଅଭିଯୋଗ କରାଯାଇଥିଲା। ଏ ନେଇ ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ଦାୟିତ୍ୱରେ ଥିବା ଟ୍ରଷ୍ଟି ମଥୁରୀ ଚରଣ ସେନାପତି ତରବରିଆ ଭାବେ ୧୦ ଲକ୍ଷ ଟଙ୍କାରୁ ପ୍ରଥମ ପର୍ଯ୍ୟାୟରେ ୩ ଲକ୍ଷ ଓ ଦ୍ୱିତୀୟ ପର୍ଯ୍ୟାୟରେ ଆଉ ୩ ଲକ୍ଷ ଟଙ୍କା ମା’ଙ୍କ ଜମା ଖାତାରେ ଡିପୋଜିଟ୍‌ କରିଥିଲେ ା ଏ ସଂକ୍ରାନ୍ତରେ କେନ୍ଦ୍ରାପଡ଼ା ଓ ଯାଜପୁର ଜିଲା ଦାୟିତ୍ୱରେ ଥିବା ଏଣ୍ଡାଓମେଣ୍ଟ ଇନ୍ସପେକ୍ଟର ଶକ୍ତି ପ୍ରସନ୍ନ ନାୟକ ସୂଚନା ଦେଇଛନ୍ତି ା ଏ ସମ୍ପର୍କରେ ଏଣ୍ଡାଓମେଣ୍ଟ ଇନ୍ସପେକ୍ଟର ନାୟକ କୁହନ୍ତି, ଦାୟିତ୍ୱରେ ଥିବା ମନ୍ଦିର ଟ୍ରଷ୍ଟିଙ୍କୁ ଆଦାୟ ହୋଇଥିବା ୧୦ଲକ୍ଷ ଟଙ୍କାର ହିସାବ ମଗାଯାଇଥିଲା ା ଆଜି ସୁଦ୍ଧା ମା’ଙ୍କ ଜମା ଖାତାରେ ୬ ଲକ୍ଷ ଟଙ୍କା ଜମା ହୋଇଥିବା ବେଳେ ଅବଶିଷ୍ଟ ୪ ଲକ୍ଷ ଟଙ୍କା ମେଳାରେ ଖର୍ଚ୍ଚ ହୋଇଥିବା ଟ୍ରଷ୍ଟି ସେନାପତି କହିଛନ୍ତି ବୋଲି ଅଧିକାରୀ ନାୟକ ସୂଚନା ଦେଇଛନ୍ତି । ଅପରପକ୍ଷେ ମା’ଙ୍କ ପୀଠ ପରିସରରେ ଥିବା ଭୋଗ ଦୋକାନକୁ ସର୍ବସାଧାରଣରେ ନିଲାମ କରିବାର ବ୍ୟବସ୍ଥା ଥିଲେ ମଧ୍ୟ ତାହା ଟ୍ରଷ୍ଟିଙ୍କ ଦାୟିତ୍ୱହୀନତା ଯୋଗୁ ତାହା ହେଉନାହିଁ ା ଫଳରେ ରାଜସ୍ବ ଆଦାୟରେ ବାଧକ ସାଜିଛି ବୋଲି ସେନାର ଆବାହକ ଲକ୍ଷ୍ମୀକାନ୍ତ ସ୍ବାଇଁ , ବିରଞ୍ଚି ନାରାୟଣ ଦାସ , କଳ୍ପତରୁ ସାମଲ , ସୁବାସ ସ୍ବାଇଁ , ସୁବାସ ବିଶ୍ୱାସ ପ୍ରମୁଖ ଅଭିଯୋଗ କରିଛନ୍ତି। ମନ୍ଦିର ପରିଚାଳନାରେ ସ୍ବଚ୍ଛତା ଅବଲମ୍ବନ କରା ନ ଗଲେ ଆଗାମୀ ଦିନରେ ଆନ୍ଦୋଳନ ତୀବ୍ରତର ହେବ ବୋଲି ସେନା ପକ୍ଷରୁ ଚେତାବନୀ ଦିଆଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri