ଯାମିନୀ ଷଡ଼ଙ୍ଗୀ ହେଲେ ଓଏଭିର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ

ଭୁବନେଶ୍ବର, ୪ା୭(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଆଇଏଏସ୍‌ ଅଫିସର ସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି। ୨୦୦୮ ବ୍ୟାଚ୍‌ ଆଇଏଏସ୍‌ ଅଫିସର ଯାମିନୀ ଷଡ଼ଙ୍ଗୀଙ୍କୁ ରାଜ୍ୟ ସରକାର ଓଡ଼ିଶା ଆଦର୍ଶ ବିଦ୍ୟାଳୟ (ଓଏଭି) ସଙ୍ଗଠନର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ନୂଆ ଦାୟିତ୍ୱ ଦେଇଛନ୍ତି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ସୋମବାର ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ସେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ଓଏସ୍‌ଡି ଥିଲେ। ତାଙ୍କ ପାଇଁ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ପ୍ରକଳ୍ପ ନିର୍ଦ୍ଦେଶକ ପଦବୀକୁ ଆଇଏଏସ୍‌ କ୍ୟାଡରରେ ଅତିରିକ୍ତ ସଚିବ ପାହ୍ୟାକୁ ଉନ୍ନୀତ କରାଯାଇଛି। ଏହାସହିତ ଷଡ଼ଙ୍ଗୀ ଅର୍ଥ ବିଭାଗର ଅତିରିକ୍ତ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ। ଆଦର୍ଶ ବିଦ୍ୟାଳୟ ସଂଗଠନର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଥିବା ପଦୋନ୍ନତି ପ୍ରାପ୍ତ ଆଇଏଏସ୍‌ ଅଫିସର ସଂଗ୍ରାମ କେଶରୀ ମହାପାତ୍ରଙ୍କୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି। ଧର୍ମଗଡ଼ ଉପଜିଲାପାଳ ତଥା ଧର୍ମଗଡ଼ ଏନ୍‌ଏସି କାର୍ଯ୍ୟର୍ନିବାହୀ ଅଧିକାରୀ ୨୦୨୦ ବ୍ୟାଚ୍‌ ଆଇଏଏସ୍‌ ଅଫିସର ବେଦଭୂଷଣ ସମ୍ବଲପୁର ମହାନଗର ନିଗମର କମିଶନର ଭାବେ ବଦଳି ହୋଇଛନ୍ତି। ସମ୍ବଲପୁର ମ୍ୟୁନିସିପାଲ କର୍ପୋରେଶନ କମିଶନର ପଦବୀରେ ତାଙ୍କୁ ଆଇଏଏସ୍‌ କ୍ୟାଡରରେ ଅନୁ ସଚିବ ପାହ୍ୟା ଅନୁଯାୟୀ ସବୁ ସୁବିଧା ମିଳିବ। ସେହିପରି ବରିଷ୍ଠ ଓଏଏସ୍‌ ଅଫିସର ତଥା ଅର୍ଥ ବିଭାଗ ସ୍ବତନ୍ତ୍ର ସଚିବ ନୃସିଂହ ଚରଣ ସ୍ବାଇଁଙ୍କୁ ବୌଦ୍ଧ ଜିଲାପାଳ ଭାବେ ବଦଳି କରାଯାଇଛି। ବୌଦ୍ଧ ଜିଲାପାଳ ବରିଷ୍ଠ ଓଏଏସ୍‌ ଅଫିସର ସତ୍ୟରଞ୍ଜନ ସାହୁ ଜୁନ୍‌ ୩୦ରେ ସରକାରୀ ଚାକିରିରୁ ଅବସର ନେବାପରେ ଏହି ପଦବୀ ଖାଲି ପଡ଼ିଥିଲା। ସୂଚନାଯୋଗ୍ୟ, ୨୦୦୮ ବ୍ୟାଚ୍‌ ଆଇଏଏସ୍‌ ଅଫିସର ଯାମିନୀ ଷଡ଼ଙ୍ଗୀ ଆମେରିକାର ‘ମାଷ୍ଟର ଇନ୍‌ ପବ୍ଲିକ ପଲିସି’ରେ ପାଠ ପଢ଼ିବା ନିମନ୍ତେ ୨୦୨୨ ଜୁଲାଇ ୧ରୁ ଷ୍ଟଡି ଲିଭ୍‌ରେ ଥିଲେ। ରାଜ୍ୟ ସରକାର ତାଙ୍କୁ ଏହି ଅବଧିରେ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ସଚିବ ପାହ୍ୟାରେ ଓଏସ୍‌ଡି ଭାବେ ନିଯୁକ୍ତି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri