ଜାମକାନୀ ଖଣି ବିସ୍ଥାପିତଙ୍କୁ ସମର୍ଥନ କଲେ ବିଧାୟିକା

ସୁନ୍ଦରଗଡ,୭।୧୧(ଡି.ଏନ୍‌.ଏ.): ବେଦାନ୍ତକୁ ମିଳିଥିବା ଜାମକାନୀ କୋଇଲା ଖଣି ଭୂମିପୂଜନ ଆରମ୍ଭ ଦିନଠାରୁ ବିସ୍ଥାପିତଙ୍କ ଧାରଣା ବର୍ତ୍ତମାନ ପର୍ଯ୍ୟନ୍ତ ଜାରି ରହିଛି। ବିସ୍ଥାପିତମାନେ ସମ୍ପୂର୍ଣ୍ଣ କ୍ଷତିପୂରଣ ଦାବିରେ ଜିଦ୍‌ରେ ଅଟଳ ରହିଥିବା ବେଳେ ପୋଲିସ ସହାୟତାରେ ଖଣି ଖୋଳା କାର୍ଯ୍ୟ ଆରମ୍ଭ ହୋଇଛି। ମରିବୁ ପଛେ ଇଞ୍ଚେ ଜମି ଛାଡ଼ିବୁ ନାହିଁ ଜିଦ୍‌ରେ ୩ ଦିନ ହେଲା ବିସ୍ଥାପିତ ଗ୍ରାମବାସୀ ଅହୋରାତ୍ର ଧାରଣା ଦେଇଛନ୍ତି। ସୋମବାର ସୁନ୍ଦରଗଡ଼ ବିଧାୟିକା କୁସୁମ ଟେଟେ ଅସୁସ୍ଥତା ସତ୍ତ୍ୱେ ଧାରଣାସ୍ଥଳରେ ପହଞ୍ଚିଛନ୍ତି। ସେ ବିସ୍ଥାପିତଙ୍କୁ ସମର୍ଥନ ଜଣାଇବା ସହ ତାଙ୍କ ଦାବିକୁ ସମର୍ଥନ କରିଛନ୍ତି। ପୋଲିସର ଲାଠି ଚାଳନାକୁ ନିନ୍ଦା କରିବା ସହ ବିସ୍ଥାପିତଙ୍କ ଦାବିକୁ ନେଇ ମଙ୍ଗଳବାର ସେ ଆନ୍ଦୋଳନରତ ନେତାଙ୍କ ଏକ ଟିମ୍‌କୁ ନେଇଜିଲାପାଳଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ଜିଲାପାଳଙ୍କୁ ଭେଟିବା ପରେ ପରବର୍ତ୍ତୀ କାର୍ଯ୍ୟପନ୍ଥା ସ୍ଥିର କରାଯିବ ବୋଲି ବିଧାୟିକା କହିଛନ୍ତି। ତେବେ ଧାରଣାସ୍ଥଳରେ ବିସ୍ଥାପିତ ନେତା ଗୋପାଳ ପଧାନ, ସିପିଆଇ ନେତା ରାଜେନ୍ଦ୍ର ନାଏକ, ପୁନୁଲାଲ ପ୍ରଧାନ, ହେମଗିରି ବ୍ଲକ ଅଧକ୍ଷ ପ୍ରେମାନନ୍ଦ ସା, ପ୍ରଶାସନ ପକ୍ଷରୁ ଅତିରିକ୍ତ ଜିଲାପାଳ ଅଭିମନ୍ୟୁ ବେହେରା ପ୍ରମୁଖ ଉପସ୍ଥିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

ଭାରତୀୟ ମଜଦୁର ସଂଘର ଦେଶ ବ୍ୟାପୀ ପ୍ରତିବାଦ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଞ୍ଚିଠାରେ ହୋଇଥିବା ୧୬୧ତମ କେନ୍ଦ୍ରୀୟ କାର୍ଯ୍ୟ ସମିତିର ନିଷ୍ପତ୍ତି କ୍ରମେ ଭାରତୀୟ ମଜଦୁର ସଂଘ(ବିଏମ୍‌ଏସ) ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri