ଫୁଲୁଛୁ ନଦୀ, ପଶୁଛି ପାଣି: ଭାଙ୍ଗିଲା ଜାମକୁଣ୍ଡା ସ୍ଲୁଇସ୍‌ ଗେଟ୍‌

ଭୁବନେଶ୍ୱର,୧୭।୯: ମୟୁରଭଞ୍ଜ, ବାଲେଶ୍ବର ପରେ ଏବେ ସୁନ୍ଦରଗଡ଼ ଓ କେନ୍ଦୁଝରରେ ଅତି ପ୍ରବଳ ବର୍ଷା ନେଇ ପ୍ରବଳ ବର୍ଷିବ। ସମ୍ଭାବ୍ୟ ବର୍ଷାକୁ ଦୃଷ୍ଟିରେ ରଖି ମଙ୍ଗଳବାର ଏହି ୨ ଜିଲାକୁ ଅରେଞ୍ଜ ଆଲର୍ଟ ଦିଆଯାଇଛି। ଏହି ୨ ଜିଲାରେ ପ୍ରବଳ ବର୍ଷା ଯୋଗୁ କିଛି ସ୍ଥାନରେ ସାମୟିକ ପାଣି ଜମିବା ସହ ଭୂସ୍ଖଳନ ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆଗୁଆ ସତର୍କ କରି ଦିଆଯାଇଛି।

ସେହିପରି ରାସ୍ତାରେ ଯାତାୟାତ ସମସ୍ୟା ହୋଇପାରେ ବୋଲି ସତର୍କ କରି ଦିଆଯାଇଛି। ସୁନ୍ଦରଗଡ଼ ଏବଂ କେନ୍ଦୁଝର ବ୍ୟତୀତ ମୟୂରଭଞ୍ଜ, ଦେବଗଡ଼ ସମ୍ବଲପୁର ଏବଂ ବରଗଡ଼, ଝାରସୁଗୁଡ଼ା ଓ ଅନୁଗୋଳ ଜିଲ୍ଲା ପାଇଁ ପ୍ରବଳ ବର୍ଷାକୁ ଦେଖି ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ଅନ୍ୟପକ୍ଷେ ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ସୁବର୍ଣ୍ଣରେଖା ନଦୀର ଜଳସ୍ତର ବଡିବାରେ ଲାଗିଛି। ଜଳେଶ୍ବର ବ୍ଲକ ରାଜଘାଟ ନିକଟରେ ବିପଦ ସଙ୍କେତ ୧୦.୩୬ ମିଟର ଥିବା ବେଳେ ଏହାର ପାଖାପାଖି ପାଣି ପ୍ରବାହିତ ହୋଇଛି। ଏହିପରି ପାଣି ବୃଦ୍ଧି ପାଏ ତା’ହେଲେ ସୁବର୍ଣ୍ଣରେଖା ନଦୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇପାରେ ବୋଲି ଆଶଙ୍କା ପ୍ରକାଶ ପାଇଛି।

ଅନ୍ୟପକ୍ଷେ ବାଲିଆପାଳ , ଜଳେଶ୍ବର ଏବଂ ଭୋଗରାଇ ବ୍ଲକର ଅନେକ ପଞ୍ଚାୟତ ଜଳମଗ୍ନ ହେବା ସହ ଚାଷ ଜମି କ୍ଷତିଗ୍ରସ୍ତ ହେବାର ଆଶଙ୍କା କରାଯାଉଛି। ଲଗାଣ ବର୍ଷା ଯୋଗୁ ବାଲିଆପାଳ ବ୍ଲକର ଏକାଧିକ ଅଞ୍ଚଳରେ ପାଣି ପଶିଛି। ସେହିପରି ବସ୍ତା ମଥାନୀଠାରେ ବିପଦ ସଙ୍କେତ ଉପରେ ଜଳକା ପ୍ରବାହିତ ହେଉଛି।

ଅନ୍ୟପକ୍ଷେ ଫୁଲୁଛୁ ବିଭିନ୍ନ ନଦୀ, ଗାଁରେ ପଶୁଛି ପାଣି । ଏପରିକି ପ୍ରବଳ ବର୍ଷା ଯୋଗୁ ଭାଙ୍ଗିଲା ଜାମକୁଣ୍ଡା ସ୍ଲୁଇସ ଗେଟ। ଫଳରେ ବାଲିଆପାଳ-ଜାମକୁଣ୍ଡା ଯାତାୟାତ ବାଧାପ୍ରାପ୍ତ ହୋଇଛି । ରାସ୍ତାରେ ଆଣ୍ଠୁଏ ପାଣି ପ୍ରବାହିତ ହେବାରୁ ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାଗୌରୀ ବେଶରେ ମା’ ସମଲେଇ: ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୨୬।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି। ଅଷ୍ଟମ ଦିବସ ଗୁରୁବାର ଦେବୀ ମହାଗୌରୀ ବେଶରେ ଦର୍ଶନ ଦେଇଛନ୍ତି। ଦେବୀଙ୍କୁ…

ଯାତ୍ରୀବାହୀ ବସକୁ ଧକ୍କା ଦେଲା ଟକ୍‌: ୧୦ ଯାତ୍ରୀ ଜୀବନ୍ତ ଦଗ୍ଧ

ହାଇଦ୍ରାବାଦ,୨୬।୩: ଆନ୍ଧ୍ରପ୍ରଦେଶର ମାର୍କାପୁରମ ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଦଶ ଜଣ ପ୍ରାଣ ହରାଇଛନ୍ତି। ରାୟାବରମ ନିକଟରେ କାଠ ଖଣି ନିକଟରେ ଏକ…

ଅହିଂସା ଓ ଅସ୍ପୃଶ୍ୟତା

ଅହିଂସାକୁ ହିନ୍ଦୁଧର୍ମରେ ଶ୍ରେଷ୍ଠ ସଦାଚାର ବା ଗୁଣ ବୋଲି ବିବେଚନା କରାଯାଏ। ଏହା ସଦାଚାରୀ ସନ୍ନ୍ୟାସୀ, ଦୟାଶୀଳ ଋଷି ତଥା ଶ୍ରେଷ୍ଠ ନୈତିକ ଜୀବନର ଭାବମୂର୍ତ୍ତିକୁ ପରିପ୍ରକାଶକରେ।…

ଏତିକି ଟଙ୍କାରେ ନିଲାମ ହେଲା ମରିଚି କୁଣ୍ଡ ପାଣି: ନିଃସନ୍ତାନ ମହିଳା ହେବେ ସନ୍ତାନ ପ୍ରାପ୍ତି

ଭୁବନେଶ୍ୱର,୨୬।୩: ରୁକୁଣା ରଥଯାତ୍ରା ପୂର୍ବରୁ ମୁକ୍ତେଶ୍ୱର ମନ୍ଦିର ପରିସରରେ ଥିବା ମରୀଚି କୁଣ୍ଡ ପାଣି ନିଲାମ ହୋଇଛି। ୭୦୦୧ ଟଙ୍କାରେ ନିଲାମ ହେଲା ମରିଚି କୁଣ୍ଡ ପାଣି।…

ହୋଟେଲ, ରେଷ୍ଟୁରାଣ୍ଟରେ ‘ଏଲ୍‌ପିଜି ଚାର୍ଜ’ ନେବା ବେଆଇନ

ଭୁବନେଶ୍ୱର,୨୬ା୩(ଅନୁରାଧା ମହାରଣା):କେନ୍ଦ୍ରୀୟ ଗ୍ରାହକ ସୁରକ୍ଷା ପ୍ରାଧିକରଣ (ସିସିପିଏ), ହୋଟେଲ ଏବଂ ରେଷ୍ଟୁରାଣ୍ଟଗୁଡିକ ଦ୍ୱାରା ଗ୍ରାହକଙ୍କ ବିଲ୍‌ରେ ଏଲ୍‌ପିଜି ଚାର୍ଜ, ଗ୍ୟାସ୍‌ ସର୍‌ଚାର୍ଜ ଏବଂ ଇନ୍ଧନ ମୂଲ୍ୟ ଭରଣା…

ସରିଯିବ ଧାନକିଣା ଅବଧି, ସମସ୍ୟା ଅସମାହିତ

ବରଗଡ଼,୨୬ା୩(ପ୍ରେମାନନ୍ଦ ଖମାରୀ): ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିବାକୁ ଆଉ ମାତ୍ର ୬ ଦିନ ବାକି। ମାତ୍ର ବରଗଡ଼ ଜିଲାର ବିଭିନ୍ନ ବ୍ଲକର ଚାଷୀମାନେ ଧାନ ବିକ୍ରି…

ମୋଦି ବିଶ୍ୱର ସବୁଠୁ ଲୋକପ୍ରିୟ ନେତା

ନୂଆଦିଲ୍ଲୀ ,୨୬ା୩: ବିଶ୍ୱର ଲୋକପ୍ରିୟ ନେତା ଭାବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବେ ବି ସବୁଠୁ ଆଗରେ ରହିଛନ୍ତି। ଗତ ବର୍ଷ ତୁଳନାରେ ତାଙ୍କର ଲୋକପ୍ରିୟତା ହ୍ରାସ…

ଅଲୋଡ଼ାଙ୍କୁ ଭରସା: ସରଗରମ ବାଲେଶ୍ୱର ରାଜନୀତି

ବାଲେଶ୍ୱର,୨୬ା୩(ବାଞ୍ଛାନିଧି ଦେ):ବାଲେଶ୍ୱର ରାଜନୀତିରେ ଘଡ଼ିକେ ଘୋଡ଼ା ଛୁଟୁଛି। ଗତ କିଛିଦିନ ଧରି ଜିଲାର ରାଜନୈତିକ ବାତାବରଣ ସରଗରମ ରହିଛି। ପୂର୍ବତନ ଏମ୍‌ପି ରବୀନ୍ଦ୍ର କୁମାର ଜେନା ଭାଜପାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri