Posted inଜାତୀୟ

ଜମ୍ମୁ ସତଓ୍ବାରିରେ ପୁଣି ଡ୍ରୋନ୍‌

ଶ୍ରୀନଗର,୨୧।୭: ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ସଂଗଠନ ଲଗାତର ଭାବେ ବର୍ତ୍ତମାନ ଜମ୍ମୁ ଅଞ୍ଚଳକୁ ଟାର୍ଗେଟ କରି ଷଡ଼ଯନ୍ତ୍ର ରଚୁଛନ୍ତି। ଏଥିପାଇଁ ସୀମାରେ ଡ୍ରୋନ୍‌ର ବ୍ୟବହାର କରାଯାଉଛି। ବୁଧବାର ଜମ୍ମୁରେ ପୁଣି ଥରେ ଡ୍ରୋନ୍‌ର ଗତିବିଧି ନଜର ଆସିଛି। ଭୋର ପ୍ରାୟ ୪ଟା ୧୫ମିନିଟ୍‌ରେ ଜମ୍ମୁର ସତୱାରିରେ ଏକ ଡ୍ରୋନ୍‌ ଉଡୁଥିବାର ଦେଖିବାକୁ ମିଳିଥିଲା। ତେବେ ଏହି ଡ୍ରୋନ୍‌ କେଉଁଠାରୁ ଆସିଛି, କିଏ ପଠାଇଛି, ସେ ସମ୍ପର୍କରେ ଅଧିକ ସୂଚନା ମିଳିପାରିନାହିଁ। କିନ୍ତୁ ଉକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେଶନ ଆରମ୍ଭ କରାଯାଇଛି। ସତୱାରି ଅଞ୍ଚଳରେ ପ୍ରଥମେ ଏହି ଡ୍ରୋନ୍‌କୁ ଭାରତୀୟ ଯବାନମାନେ ଦେଖିବାକୁ ପାଇଥିଲେ। ତେବେ ଆତଙ୍କବାଦୀଙ୍କ ଦ୍ୱାରା ଲଗାତର ଡ୍ରୋନ୍‌ର ବ୍ୟବହାରକୁ ନେଇ ଏବେ ପୋଲିସ ବିଭାଗ ଚିନ୍ତିତ ହୋଇପଡ଼ିଛି। ଅନ୍ୟପଟେ ଏନେଇ ଜାମ୍ମୁ କାଶ୍ମୀର ପୋଲିସର ଡିଜିପି ଦିଲ୍‌ବାଗ ସିଂହ ମଙ୍ଗଳବାର ଜମ୍ମୁରେ ଏକ ଉଚ୍ଚ ସ୍ତରୀୟ ବୈଠକ ଡାକିଥିଲେ। ଏହି ବୈଠକରେ ସମସ୍ତ ବରିଷ୍ଠ ଅଧିକାରୀ ଅଂଶଗ୍ରହଣ କରିଥିଲେ। ଡ୍ରୋନ୍‌ର ସମ୍ଭାବ୍ୟ ବିପଦକୁ ଦୃଷ୍ଟିରେ ରଖି ପୋଲିସ ଏବଂ ସମସ୍ତ ସୁରକ୍ଷା ଏଜେନ୍ସିଗୁଡ଼ିକୁ ସତର୍କ ରହିବାକ କୁହାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ କମିଶନରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ପ୍ରଚାର କରିପାରିବେନି ଏହି କଂଗ୍ରେସ ଏମପି

ନୂଆଦିଲ୍ଲୀ,୧୬।୪: କଂଗ୍ରେସର ଜଣେ ନେତାଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ନିର୍ବାଚନ କମିଶନର। ରାଜ୍ୟ ସଭା ଏମପି ରଣଦୀପ ସୂର୍ଯ୍ୟେୱାଲଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ...

ବଡ଼ ଏନକାଉଣ୍ଟର, ୧୮ ମାଓବାଦୀ ମୃତ

ରାୟପୁର,୧୬।୪: ଛତିଶଗଡ଼ରେ ବଡ଼ ମାଓ ଅପରେଶନ। ସୁରକ୍ଷାକର୍ମୀଙ୍କୁ ମିଳିଛି ବଡ଼ ସଫଳତା। ଛତିଶଗଡ଼ କାଙ୍କେର ଜିଲାରେ ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଛନ୍ତି ୧୮ ଜଣ ମାଓବାଦୀ। ଏମାନଙ୍କ...

‘କଂଗ୍ରେସ ଚାହେଁ ଭାଜପା ଜିତୁ’

ନୂଆଦିଲ୍ଲୀ,୧୬।୪: ‘ମୋତେ ଲାଗେ କଂଗ୍ରେସ ଚାହେଁ ଭାଜପା ବିଜୟୀ ହେଉ’ ଜମ୍ମୁ ଓ କଶ୍ମିରର ଡୋଡାରେ ଏକ ସାଧାରଣ ସଭାରେ ଏ କଥା କହିଛନ୍ତି ପୂର୍ବତନ...

ମଣିଷର ଶୋଇବା ଅଧିକାରକୁ କେହି ଛଡାଇ ନେଇ ପାରିବେ ନାହିଁ: ବମ୍ବେ ହାଇକୋର୍ଟ

ଶୋଇବା ଅଧିକାର ହେଉଛି ମଣିଷର ଏକ ମୌଳିକ ଆବଶ୍ୟକତା, ଏଥିରୁ ତା’କୁ କେହି ଛଡ଼ାଇ ନେଇପାରିବେ ନାହିଁ। ଏପରି କରିବା ମାନବିକ ଅଧିକାରର ଉଲ୍ଲଂଘନ ବୋଲି...

ଷ୍ଟାର ପ୍ରଚାରକଙ୍କ ନାଁ ଜାରି କଲା ଆପ୍‌, ତାଲିକାରେ କେଜରିଓ୍ବାଲଙ୍କ ନାଁ

ନୂଆଦିଲ୍ଲୀ,୧୬।୪: ଦିଲ୍ଲୀ ସରକାର ତଥା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ତିହାର ଜେଲରେ ବନ୍ଦୀ ଅଛନ୍ତି। ତେବେ ଜେଲରୁ ହିଁ ସରକାର ଚଲେଇବାକୁ କେଜରିଓ୍ବାଲ ଦାବି କରିଛନ୍ତି।...

‘ମୁଁ କେଜରିଓ୍ବାଲ, ଆତଙ୍କବାଦୀ ନୁହେଁ’ ତିହାରରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

ନୂଆଦିଲ୍ଲୀ,୧୬।୪: ଗୋଟିଏ ପଟେ ଲୋକ ସଭା ନିର୍ବାଚନ ମୁଣ୍ଡ ଉପରେ ଥିବାବେଳେ ଅନ୍ୟପଟେ ଆମ ଆଦମୀ ପାର୍ଟି ଅବକାରୀ ଦୁର୍ନୀତିରେ ଛନ୍ଦି ହୋଇପଡିଛି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ...

UPSC ସିଭିଲ ସିର୍ଭସ ପରୀକ୍ଷା ୨୦୨୩ ଫାଇନାଲ ରିଜଲ୍ଟ ଜାରି, ଆଦିତ୍ୟ ଶ୍ରୀବାସ୍ତବ ଟପ୍ପର

ନୂଆଦିଲ୍ଲୀ,୧୬।୪: ୟୁପିଏସସି ସିଭିଲ ସର୍ଭିସେସ ପରୀକ୍ଷା ୨୦୨୩ ର ଫାଇନାଲ ଫଳାଫଳ ପ୍ରକାଶ ପାଇଛି। ଏହାର ୱେବସାଇଟ upsc.gov.in ରେ ଏହା ଯାଞ୍ଚ କରାଯାଇପାରିବ ।...

ସୁପ୍ରିମକୋର୍ଟରୁ ଆଜିବି ବାବା ରାମଦେବଙ୍କୁ ମିଳିଲାନି କ୍ଷମା

ନୂଆଦିଲ୍ଲୀ,୧୬।୪: ଯୋଗ ଗୁରୁ ବାବା ରାମଦେବ ମଙ୍ଗଳବାର ସୁପ୍ରିମକୋର୍ଟଙ୍କ ଠାରୁ ଏଲୋପାଥି (ଇଂରାଜୀ ଔଷଧ) ବିରୁଦ୍ଧରେ ବିଭ୍ରାନ୍ତିକର ବିଜ୍ଞାପନ ମାମଲାରେ ସୁପ୍ରିମକୋର୍ଟଙ୍କଠାରୁ ଆଶ୍ୱସ୍ତି ପାଇନାହାଁନ୍ତି। ପତଞ୍ଜଳି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri