Posted inଜାତୀୟ

ଜମ୍ମୁ-କଶ୍ମୀରକୁ ମିଳିଲା ପ୍ରଥମ ମୁଖ୍ୟମନ୍ତ୍ରୀ

ଶ୍ରୀନଗର,୧୬।୧୦: ଜମ୍ମୁ କାଶ୍ମୀର କେନ୍ଦ୍ରଶାସିତ ଅଞ୍ଚଳର ପ୍ରଥମ ସରକାର ବୁଧବାର ଶପଥ ଗ୍ରହଣ କରିଛନ୍ତି। ଓମାର ଅବଦୁଲ୍ଲା କଶ୍ମୀରର ଇଣ୍ଟର ନ୍ୟାଶନାଲ କନଭେନଶନ ସେଣ୍ଟରରେ ପ୍ରଥମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଜମ୍ମୁ କଶ୍ମୀର ରାଜ୍ୟପାଳ ମନୋଜ ସିହ୍ନା ଓମାର ଅବଦୁଲ୍ଲା ଏବଂ ଅନ୍ୟ ମନ୍ତ୍ରୀମାନଙ୍କୁ ଶପଥ ପାଠ କରାଇଥିଲେ। ସୂଚନାଯୋଗ୍ୟ, ଦୀର୍ଘ ୧୦ ବର୍ଷ ପରେ ଜମ୍ମୁ କଶ୍ମୀରରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଅକ୍ଟୋବର ୮ରେ ଫଳାଫଳ ଘୋଷଣା ହୋଇଥିବାବେଳେ ଜମ୍ମୁ କଶ୍ମୀରରେ ୯୦ଟି ବିଧାନସଭା ଆସନ ପାଇଁ ତିନୋଟି ପର୍ଯ୍ୟାୟରେ ମତଦାନ ଅନୁଷ୍ଠିତ ହୋଇଥିଲା। ଶପଥ ନେବା ପୂର୍ବରୁ ଓମାର ଅବଦୁଲ୍ଲା ତାଙ୍କ ଜେଜେବାପା ସ୍ବର୍ଗତ ଶେଖ ମହମ୍ମଦ ଅବଦୁଲ୍ଲାଙ୍କ ସମାଧିସ୍ଥଳରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।

ଓମାର ଅବଦୁଲ୍ଲାଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବାକୁ ବହୁ ବରିଷ୍ଠ ନେତାଙ୍କୁ ମଧ୍ୟ ନିମନ୍ତ୍ରଣ କରାଯାଇଥିଲା। ଏନସି-କଂଗ୍ରେସ ସରକାରଙ୍କ ନାମରେ ଇଣ୍ଡିଆ ମେଣ୍ଟର ଶକ୍ତି ପ୍ରଦର୍ଶନ ପାଇଁ ମଧ୍ୟ ପ୍ରସ୍ତୁତି ଚାଲିଛି। ଏହି ଶପଥ ଗ୍ରହଣ ସମାରୋହ ପାଇଁ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, ରାହୁଲ ଗାନ୍ଧୀ, ସୋନିଆ ଗାନ୍ଧୀ ଏବଂ ପ୍ରିୟଙ୍କା ଗାନ୍ଧୀ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ଆମ ଆଦମୀ ପାର୍ଟି (ଏଏପି) ମୁଖ୍ୟ ଅରବିନ୍ଦ କେଜରିୱାଲ, ଶିବସେନା (ୟୁବିଟି) ସଭାପତି ତଥା ପୂର୍ବତନ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ, ସିପିଆଇ(ଏମ)ନେତା ପ୍ରକାଶ କରାଟ ଏବଂ ସିପିଆଇ ନେତା ଡି ରାଜାଙ୍କ ସମେତ ପ୍ରାୟ ୫୦ଜଣ ନେତାଙ୍କୁ ନିମନ୍ତ୍ରଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ପାକିସ୍ତାନ ପରେ ଏହି ଦେଶରେ ତେଲ ସଙ୍କଟ, ପେଟ୍ରୋଲ-ଡିଜେଲ ମୂଲ୍ୟ ୨୫% ବଢ଼ାଇଲେ ସରକାର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଯୋଗୁଁ ବିଶ୍ୱବ୍ୟାପୀ ଶକ୍ତି ଯୋଗାଣ ବିପର୍ଯ୍ୟସ୍ତ ହୋଇପଡ଼ିଛି । ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଉଥିବାବେଳେ, ଗ୍ୟାସ୍…

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri