Posted inଜାତୀୟ

ଟଳିପଡିଲେ ଆତଙ୍କବାଦୀ

ଶ୍ରୀନଗର,୨।୭: ଜମ୍ମୁ କଶ୍ମୀରରେ ଆତଙ୍କବାଦୀ ଏବଂ ସୁରକ୍ଷା ବାହିନୀ ମଧ୍ୟରେ ଗୁରୁବାର ବିଳମ୍ବିତ ରାତିରୁ ଏନକାଉଣ୍ଟର ଚାଲିଛି। ସୁରକ୍ଷା ବାହିନୀ ଦ୍ୱାରା ଜଣେ ଆତଙ୍କବାଦୀ ନିହତ ହୋଇଥିବାବେଳେ ତିନିରୁ ଚାରି ଜଣ ଆତଙ୍କବାଦୀ ଘେରି ରହିଛନ୍ତି। ଏଥିସହ ଜଣେ ଯବାନ ଆହତ ହୋଇଥିବା ଖବର ମଧ୍ୟ ରହିଛି। ଉଭୟ ପାର୍ଶ୍ୱରୁ ଗୁଳି ବିନିମୟ ଚାଲିଛି। ସୂଚନାଯୋଗ୍ୟ, ପୁଲୱାମାର ହାଜିନ ରାଜପୋରା ଅଞ୍ଚଳରେ ଏହି ଏନକାଉଣ୍ଟର ଚାଲିଛି। କଶ୍ମୀର ଜୋନର ପୋଲିସ ଅଧିକାରୀ କହିଛନ୍ତି ଯେ, ଏଠାରେ ତିନିରୁ ଚାରି ଆତଙ୍କବାଦୀ ଘେରି ରହିଛନ୍ତି। ଏନକାଉଣ୍ଟର ଜାରି ରହିଛି। ହାଜିନ ରାଜପୋରା ଅଞ୍ଚଳରେ ଆତଙ୍କବାଦୀଙ୍କ ଲୁଚିବା ସମ୍ପର୍କରେ ଗୁପ୍ତଚର ସଂସ୍ଥା ସୂଚନା ପାଇଥିଲା। ଏହା ପରେ ବିଳମ୍ବିତ ରାତିରେ ସୁରକ୍ଷା ବାହିନୀ ସବୁ ଦିଗରୁ ଘେରି ରହି ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ କରିବାକୁ କହିଥିଲେ। ଆତ୍ମସମର୍ପଣ କରିବା ପରିବର୍ତ୍ତେ ଆତଙ୍କବାଦୀମାନେ ସୁରକ୍ଷା ବାହିନୀକୁ ଟାର୍ଗେଟ କରି ଗୁଳି ଚଳାଇବା ଆରମ୍ଭ କରିଥିଲେ। ସୁରକ୍ଷା ବାହିନୀ ମଧ୍ୟ ଗୁଳି ବିନିମୟରେ ଉପଯୁକ୍ତ ଜବାବ ଦେଇଛନ୍ତି। ଗୁଳି ବିନିମୟରେ ଜଣେ ଯବାନ ଆହତ ହୋଇଛନ୍ତି। ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମେଡିକାଲରୁ ଚମ୍ପଟ ମାରିଲେ ଅଭିଯୁକ୍ତ

ମାଲକାନଗିରି,୨୫।୬(ଦୁର୍ଯ୍ୟୋଧନ ପାତ୍ର): ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଗିରଫ ହୋଇଥିବା ଜଣେ ଅଭିଯୁକ୍ତଙ୍କୁ ପୋଲିସ ଗୁରୁବାର ମେଡିକାଲ ଚେକ୍‌ଅପ୍‌ ପାଇଁ ନେଉଥିବା ବେଳେ ଚିକିତ୍ସାଳୟ ନିକଟରୁ ସେ…

Ketan Murder Case:ପିତାଙ୍କ ଗୁହାରି, କହିଲେ ଝିଅକୁ ଦିଆଯାଉ ଫାଶୀ!

ପୁଣେ,୨୫।୬: ପୁଣେରେ ହାଇପ୍ରୋଫାଇଲ କେତନ ଅଗ୍ରୱାଲ ହତ୍ୟା ମାମଲାର ତଦନ୍ତ ଆଗକୁ ବଢ଼ିବା ସହିତ, ମାମଲାର ନୂତନ ଦିଗ ସାମ୍ନାକୁ ଆସୁଛି। ଏବେ, ମାମଲାର ମୁଖ୍ୟ ଅଭିଯୁକ୍ତ…

ଦୟନୀୟ ଯୋଗାଯୋଗ ବ୍ୟବସ୍ଥା, ଗାଁକୁ ଆସି ପାରିଲାନି ଆମ୍ବୁଲାନ୍ସ

ମାଲକାନଗିରି,୨୫।୬(ଗୌରିଶଙ୍କର ପଣ୍ଡା): ମାଲକାନଗିରି ଜିଲା ଖଇରପୁଟ ବ୍ଲକ ଅଧୀନ ସୀମାନ୍ତ ଗୋବିନ୍ଦପାଲି ପଞ୍ଚାୟତ ଅନ୍ଧାରି ଗାଁରେ ଦୟନୀୟ ଯୋଗାଯୋଗ ବ୍ୟବସ୍ଥାର ଚିତ୍ର ସାମ୍ନାକୁ ଆସିଛି। ଗାଁକୁ ଭଲ…

ମେସି, ରୋନାଲ୍ଡୋଙ୍କ କ୍ଲବରେ ସାମିଲ ହେଲେ ଏହି ମହାନ ଗୋଲକିପର, ଜାଣନ୍ତୁ…

ମେକ୍ସିକୋ ସିଟି,୨୫ା୬: ମେକ୍ସିକୋର ଭେଟେରାନ ଗୋଲକିପର ଗୁଇଲେର୍ମୋ ଓଚୋଆ ଫିଫା ବିଶ୍ୱକପ୍‌ ଇତିହାସରେ ତୃତୀୟ ଖେଳାଳି ଭାବେ ଷଷ୍ଠ ବିଶ୍ୱକପ୍‌ ଖେଳିଛନ୍ତି। ତାଙ୍କ ଭଳି ଚଳିତ ସଂସ୍କରଣରେ…

ପ୍ରେମ ସାଜିଲା କାଳ: ପଶ୍ଚିମବଙ୍ଗ ପ୍ରେମିକାଙ୍କୁ ଓଡ଼ିଶା ଆଣି ହତ୍ୟା କରିଥିଲେ ଝାଡ଼ଖଣ୍ଡର ପ୍ରେମିକ, ସିନ୍ ରିକ୍ରିଏସନ କରି…

ହାଟଡିହୀ,୨୫l୬(ଶୁଭକାନ୍ତ ନାୟକ): ପ୍ରେମର କରୁଣ ପରିଣତି। ପ୍ରେମ ପାଇଁ ଚାଲିଗଲା ଜଣେ ଯୁବତୀଙ୍କ ଜୀବନ। ସମ୍ପର୍କର ମଧୁରତା ଶେଷରେ ମୃତ୍ୟୁର କାରଣ ସାଜିଛି, ଯାହା ହାଟଡିହୀ ଅଞ୍ଚଳରେ…

LPG ଯୋଗାଣ ଉପରେ ଥିବା ସମସ୍ତ କଟକଣା ହଟିଲା, କମର୍ସିଆଲ ଗ୍ରାହକଙ୍କ ପାଇଁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୫।୬: କେନ୍ଦ୍ର ସରକାର ଶିଳ୍ପ ଏବଂ ବାଣିଜ୍ୟିକ ଏଲପିଜି ଗ୍ରାହକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ଘୋଷଣା କରିଛନ୍ତି। ସରକାର ଅଣ-ଘରୋଇ ପ୍ୟାକ ହୋଇଥିବା ଏଲପିଜି ଯୋଗାଣ ଉପରେ…

Oil-LPG Crisis: ତୈଳ ପରିବହନ ଖର୍ଚ୍ଚ ନଅ ଗୁଣ ବୃଦ୍ଧି ପାଇଛି; ଦେଶ ଏକ ନୂତନ ସଙ୍କଟର ସମ୍ମୁଖୀନ ହେଉଛି

ନୂଆଦିଲ୍ଲୀ,୨୫।୬: ଉପସାଗରୀୟ ଅଞ୍ଚଳରେ ଉତ୍ତେଜନା ହ୍ରାସ କରିବାର ରିପୋର୍ଟ ମଧ୍ୟରେ, ଏକ ନୂତନ ସମସ୍ୟା ଦେଖାଦେଇଛି। ଯୁଦ୍ଧବିରତି ପରେ ହର୍ମୁଜ ପ୍ରଣାଳୀ ଦେଇ ଜାହାଜଗୁଡ଼ିକର ଗତି ଦ୍ରୁତ…

କାନାଡ଼ାକୁ ହରାଇ ଗ୍ରୁପ୍‌-ବି’ ଶୀଷର୍ର୍ରେ ସୁଇଜରଲାଣ୍ଡ

ଭାଙ୍କୋଭର,୨୫ା୬: ରୁବେନ ଭର୍ଗାସ ଓ ଜୋହାନ ମାଜାମ୍ବିଙ୍କ ଗୋଲ ବଳରେ ସୁଇଜରଲାଣ୍ଡ ୨-୧ ଗୋଲରେ କାନାଡାକୁ ପରାସ୍ତ କରିଛି। ଏହି ବିଜୟ ସହ ସୁଇଜରଲାଣ୍ଡ ଗ୍ରୁପ୍‌-ବି’ ଟପ୍ପର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri