Posted inଜାତୀୟ

ଜମ୍ମୁ-କଶ୍ମୀର-ଲଦାଖକୁ ଅଲଗା ଦେଶ ଦର୍ଶାଇଲା ଟୁଇଟର୍‌…

ନୂଆଦିଲ୍ଲୀ,୨୮।୬: ଭାରତ ଏବଂ ଟୁଇଟର ମଧ୍ୟରେ ବିବାଦ ଥମିବାର ନାଁ ଧରୁନି। ଏବେ ଟୁଇଟର୍‌ରେ ଜମ୍ମୁ-କଶ୍ମୀର ଏବଂ ଲଦାଖକୁ ଅଲଗା ଦେଶ ଭାବେ ଦର୍ଶାଯାଇଛି। ଟୁଇଟର୍‌ ଓ୍ବେବସାଇଟ୍‌ରେ କରାଯାଇଥିବା ଏଭଳି କାର୍ଯ୍ୟକୁ ନେଇ କେନ୍ଦ୍ର ସରକାରଙ୍କ ସହିତ ସମ୍ପର୍କ ପୁଣି ତିକ୍ତ ହେବାର ଆଶଙ୍କା ଦେଖା ଦେଇଛି। ଟୁଇଟର୍‌ର କ୍ୟାରିଅର ଅପସନ୍‌ ପେଜ୍‌ରେ ଦର୍ଶାଯାଇଥିବା ପୃଥିବୀ ମାନଚିତ୍ରରେ ଏଭଳି ସମସ୍ୟା ଦେଖାଦେଇଛି। ଏଥିରେ ଥିବା ଭାରତ ମାନଚିତ୍ରରେ ଜମ୍ମୁ-କଶ୍ମୀର ଏବଂ ଲଦାଖ ନାହିଁ। ଏହି ମାନଚିତ୍ରରେ ଜମ୍ମୁ-କଶ୍ମୀର ଏବଂ ଲଦାଖକୁ ଅଲଗା ଦେଶ ଭାବେ ଦର୍ଶାଯାଇଛି। ଭାରତର ଅଖଣ୍ଡତା ପ୍ରତି ଅସମ୍ମାନ କରିଥିବା ଟୁଇଟର୍‌ ବିରୋଧରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ନୋଟିସ୍‌ ଜାରି କରାଯିବାର ସମ୍ଭାବନା ରହିଛି। ସରକାରଙ୍କ ପକ୍ଷରୁ ଏନେଇ କୌଣସି ବଡ଼ ଧରଣର ପଦକ୍ଷେପ ଗ୍ରହଣ କରାଯିବା ନେଇ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

୯ ପୋଲିସ ଅଧିକାରୀଙ୍କୁ ଫାଶି ଦଣ୍ଡ ଶୁଣାଇଲେ କୋର୍ଟ, ଏହି ମାମଲାର ଶୁଣାଣି କରି…

ନୂଆଦିଲ୍ଲୀ,୬।୪: ତାମିଲନାଡୁର ମଦୁରାଇ ଜିଲା କୋର୍ଟ ପୋଲିସ ହେପାଜତରେ ଜଣେ ପିତା ଏବଂ ପୁଅଙ୍କ ମୃତ୍ୟୁ ମାମଲାରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସୋମବାର (୬ ଏପ୍ରିଲ,…

ଟିଏମ୍‌ସି ନା ଭାଜପା: ଏଥର ପଶ୍ଚିମବଙ୍ଗରେ କିଏ କରିବ ଶାସନ, ଚମକାଇଲା ଜନମତ ସର୍ଭେ

ନୂଆଦିଲ୍ଲୀ,୬।୪: ଚଳିତ ବର୍ଷ ଦେଶର ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏଥିମଧ୍ୟରୁ ପଶ୍ଚିମବଙ୍ଗ ଏବଂ ଆସାମରେ ବିଧାନସଭା ନିର୍ବାଚନ ସମଗ୍ର ଦେଶର ଦୃଷ୍ଟି ଆକର୍ଷଣ…

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

ମମିତାଙ୍କୁ ବଡ଼ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ: ଚାରିଆଡ଼ୁ ମିଳୁଛି ଶୁଭେଚ୍ଛା

ପାଟଣା,୬।୪(ବୀର କିଶୋର ଦାଶ):ପୂର୍ବତନ ଜିଲାପରିଷଦ ଅଧ୍ୟକ୍ଷା ତଥା ମମିତା ନାଏକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ( Special Development…

ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?

ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri