Posted inଜାତୀୟ

ଜମ୍ମୁ-କଶ୍ମୀରକୁ ମିଳିପାରେ ରାଜ୍ୟ ମାନ୍ୟତା, ଅର୍ଥମନ୍ତ୍ରୀ ଦେଲେ ସଙ୍କେତ…

ଥିରୁଭାନନ୍ତପୁରମ,୬।୧୧ : ଜମ୍ମୁ-କଶ୍ମୀରକୁ ନେଇ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଏକ ବଡ଼ ସଙ୍କେତ ଦେଇଛନ୍ତି। ୧୪ ତମ ଅର୍ଥ ଆୟୋଗର ସୁପାରିଶ ବିଷୟରେ ସୂଚନା ଦେଇ ସେ ପାଣ୍ଠି ବଣ୍ଟନ ସମ୍ବନ୍ଧରେ ସେ ଗୁରୁତ୍ୱପୂର୍ଣ୍ଣ କଥା କହିଥିଲେ। ଥିରୁଭାନନ୍ତପୁରମରେ ଏହି କାର୍ଯ୍ୟକ୍ରମରେ ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିନା ଦ୍ୱିଧାରେ ୨୦୧୪-୧୫ରେ ୧୪ ତମ ଅର୍ଥ ଆୟୋଗର ସୁପାରିଶକୁ ଗ୍ରହଣ କରିଛନ୍ତି ଯେ ସମସ୍ତ ଟିକସର ୪୨ ପ୍ରତିଶତ ରାଜ୍ୟକୁ ଦିଆଯାଉ। ଅର୍ଥମନ୍ତ୍ରୀଙ୍କ ଅନୁଯାୟୀ, ସେହି ସମୟରେ ଅର୍ଥ ଆୟୋଗ କହିଥିଲେ ଯେ ଏହାକୁ ୪୨ ପ୍ରତିଶତକୁ ବୃଦ୍ଧି କରାଗଲେ, କମ ପରିମାଣ କେନ୍ଦ୍ର ସରକାରଙ୍କ ହାତରେ ରହିବ।

ମାତ୍ର ଏହି ପ୍ରସଙ୍ଗରେ କୌଣସି ବିଳମ୍ବ ନକରି ପ୍ରଧାନମନ୍ତ୍ରୀ ମୋଦୀ ଅର୍ଥ ଆୟୋଗର ସୁପାରିଶକୁ ଗ୍ରହଣ କରିଛନ୍ତି। ଏହି କାରଣରୁ ଆଜି ରାଜ୍ୟଗୁଡିକ ଏହି ରାଶିର ୪୨ ପ୍ରତିଶତ ପାଇଛନ୍ତି। ଅନ୍ୟପକ୍ଷରେ, ଜମ୍ମୁ-କଶ୍ମୀରକୁ ୪୧ ପ୍ରତିଶତ ଅର୍ଥ ମିଳିଥାଏ। ଏହାର କାରଣ ଏହା ରାଜ୍ୟ ନୁହେଁ। ଶୀଘ୍ର ଏହା ରାଜ୍ୟ ମାନ୍ୟତା ପାଇବ ବୋଲି ସେ ସଙ୍କେତ ଦେଇଛନ୍ତି।

ସୂଚନାଯୋଗ୍ୟ, ୨୦୧୯ ସେପ୍ଟେମ୍ବର ୫ରେ କେନ୍ଦ୍ର ସରକାର ଜମ୍ମୁ-କଶ୍ମୀରରୁ ଧାରା ୩୭୦କୁ ହଟାଇ ଦେଇଛନ୍ତି। ସେବେଠାରୁ ଜମ୍ମୁ-କଶ୍ମୀର ଏକ ୟୁନିଅନ ଟେରିଟୋରୀ ମାନ୍ୟତା ପାଇଲା। ସେତେବେଳେ ସରକାର ଲଦାଖକୁ ଜମ୍ମୁ-କଶ୍ମୀରରୁ ଅଲଗା କରି ୟୁନିଅନ ଅଞ୍ଚଳ କରିଥିଲେ। ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ସେତେବେଳେ କହିଥିଲେ ଯେ ଜମ୍ମୁ-କଶ୍ମୀର ଠିକ ସମୟରେ ରାଜ୍ୟର ମାନ୍ୟତା ପାଇବ। ବର୍ତ୍ତମାନ ଅର୍ଥମନ୍ତ୍ରୀଙ୍କ ଏହି ବିବୃତ୍ତି ପ୍ରମାଣ କରିଛି ଯେ ଖୁବ ଶୀଘ୍ର ଜମ୍ମୁ-କଶ୍ମୀରକୁ ରାଜ୍ୟର ମାନ୍ୟତା ଦିଆଯାଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

ବାହାଘର ଭାଙ୍ଗିବା ପରେ ପ୍ରଥମଥର କ୍ୟାମେରା ଆଗରେ ମୁହଁ ଖୋଲିଲେ ସ୍ମୃତି ମନ୍ଧନା

ନୂଆଦିଲ୍ଲୀ,୧୦।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟର୍ ସ୍ମୃତି ମନ୍ଧନା ବ୍ୟକ୍ତିଗତ ଜୀବନର ଝଡ଼ ପରେ ପୁଣି ଥରେ ନିଜ ପ୍ରିୟ ଖେଳ କ୍ରିକେଟକୁ...

ସ୍କୁଲରୁ ଘରକୁ ଫେରିବା ବେଳେ ଚାଲିଗଲା ପ୍ରଧାନଶିକ୍ଷକଙ୍କ ଜୀବନ

ପୁରୁଷୋତ୍ତମପୁର,୧୦ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଛକ ନିକଟରେ ବୁଧବାର ସନ୍ଧ୍ୟାରେ ଦୁଇ ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri